Posted inଜାତୀୟ

ହ୍ୱିଲ ଚେୟାରରେ ବସି ମେଗା ରୋଡ ଶୋ’ କରିବେ ଦିଦି

କୋଲକାତା,୧୪ ।୩: ପଶ୍ଚିମବଙ୍ଗ ସମେତ ୪ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ସରିଛି । ଏବେ ସମସ୍ତ ରାଜନୈତିକ ଦଳ ବିଜୟ ଲକ୍ଷ୍ୟରେ ନିଜର ସମସ୍ତ ଶକ୍ତି ଲଗାଇ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ହୋଇଗଲେଣି । ତେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନାମାଙ୍କନ ପତ୍ର ଦାଖଲ ସମୟରେ ଆକ୍ରମଣର ଶିକାର ହୋଇ ଏବେବି ଅସୁସ୍ଥ ଅଛନ୍ତି । ଏହାପରେ ବି ସେ ରବିବାର ହ୍ୱିଲ ଚେୟାରରେ ବସି ମେଗା ରୋଡ ଶୋ’ କରିବେ ବୋଳି ଜଣାପଡିଛି । ଏହାପରେ କୋଲକାତାରେ ଏକ ସଭାରେ ବି ଯୋଗଦେବେ । ଅନ୍ୟପଟେ ଭାରତୀୟ ଜନତା ପାର୍ଟି(ଭାଜପା) ବି ପ୍ରଚାର ପାଇଁ ଅଣ୍ଟା ଭିଟି ସାରିଲାଣି । ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାରଠାରୁ ପଶ୍ଚିମବଙ୍ଗକୁ ଦୁଇ ଦିନିଆ ଗସ୍ତରେ ଆସିବେ । ସେପଟେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଆସାମରେ ୩ ରାଲି କରିବେ । ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ ୧୭ ମାର୍ଚ୍ଚରେ ତା’ର ନିର୍ବାଚନ ଘୋଷଣା ପତ୍ର ଜାରି କରିବ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଦଶା ଭୋଗିବ ବାଂଲାଦେଶ: ଭାରତର ସାହାଯ୍ୟ ସତ୍ତ୍ୱେ ସରକାରଙ୍କ ନିୟନ୍ତ୍ରଣରେ ନାହିଁ ସ୍ଥିତି

ନୂଆଦିଲ୍ଲୀ,୪।୧: ଭାରତ ସହିତ ଖରାପ ସମ୍ପର୍କ ବାଂଲାଦେଶକୁ ପ୍ରଭାବିତ କରିବା ଆରମ୍ଭ କରିଛି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଖାଦ୍ୟ ଯୋଗାଣ ସଙ୍କଟ ଏବଂ ବୃଦ୍ଧି ପାଉଥିବା...

ଅଲ୍ଲୁ ଅର୍ଜୁନଙ୍କୁ ନିୟମିତ ଜାମିନ

ହାଇଦ୍ରାବାଦ,୪।୧: ‘ପୁଷ୍ପା ୨: ଦି ରୁଲ୍‌’ର ପ୍ରିମିୟର ଶୋ’ ଗତ ମାସରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଚାଲିଥିବାବେଳେ ଏହାର ଅଭିନେତା ଅଲ୍ଲୁ ଅର୍ଜୁନ ସେଠାରେ ପହଞ୍ଚତ୍ୟିବାରୁ...

୨୦ ହଜାର ଡଲାରର ହୀରା ଉପହାର

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୪ା୧: ୨୦୨୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତବେଳେ ସେଠାକାର ରାଷ୍ଟ୍ରପତିଙ୍କ ସ୍ତ୍ରୀ ଜିଲ୍‌ ବାଇଡେନ୍‌ଙ୍କୁ ୨୦,୦୦୦ ଡଲାର (ପ୍ରାୟ ୧୭.୧୫ ଲକ୍ଷ ଟଙ୍କା) ମୂଲ୍ୟର...

ଦିଲ୍ଲୀରେ କୁହୁଡ଼ି: ୪୭୦ ବିମାନ ବିଳମ୍ବିତ

ନୂଆଦିଲ୍ଲୀ,୪।୧: ଉତ୍ତର ଭାରତ ସମେତ ଜାତୀୟ ରାଜଧାନୀରେ ପ୍ରବଳ ଶୀତ ଲହର ଜାରି ରହିଛି। ଏହା ସାଙ୍ଗକୁ ଘନ କୁହୁଡ଼ି ଯୋଗୁ ଶୁକ୍ରବାର ସକାଳେ ଦିଲ୍ଲୀ...

ପିଥମ୍‌ପୁରରେ ୨ ଜଣଙ୍କ ଆତ୍ମାହୁତି ଉଦ୍ୟମ

ଧର୍‌,୪ା୧: ମଧ୍ୟପ୍ରଦେଶର ଭୋପାଳସ୍ଥିତ ୟୁନିୟନ କାର୍ବାଇଡ୍‌ ଇଣ୍ଡିଆ ଲିଃ (ୟୁସିଆଇଆଇ) କୀଟନାଶକ ପ୍ଲାଣ୍ଟରୁ ବର୍ଜ୍ୟକୁ ୧୨ଟି କଣ୍ଟେନର ଟ୍ରକ୍‌ରେ ସିଲ୍‌ କରି ୨୫୦ କି.ମି. ଦୂର...

ଚାଇନାର ନୂଆ କାଉଣ୍ଟି ପ୍ରତିବାଦ ଜଣାଇଲା ଭାରତ

ନୂଆଦିଲ୍ଲୀ,୩।୧: ଚାଇନା ସୀମାନ୍ତ ଅଞ୍ଚଳରେ ୨ଟି କାଉଣ୍ଟି ସ୍ଥାପନ କରିଛି, ଯାହାର କେତେକ ଅଂଶ ଲଦାଖ କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟରେ ଆସୁଛି। ଭାରତ ଏହାର ଦୃଢ଼...

EPFO କଲା ବଡ଼ ପରିବର୍ତ୍ତନ,ଏବେ ପେନସନଭୋଗୀ ପାଇବେ ଏହି ଲାଭ…

ନୂଆଦିଲ୍ଲୀ,୩।୧: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ୍‌ଓ)ର ପେନ୍‌ସନଭୋଗୀମାନେ ବର୍ତ୍ତମାନ ଯେକୌଣସି ବ୍ୟାଙ୍କରୁ ପେନ୍‌ସନ ବାହାର କରିବାକୁ ସକ୍ଷମ ହେବେ। ଇପିଏଫଓ ଏହାର ସମସ୍ତ ଆଞ୍ଚଳିକ...

CM ଆତିଶୀଙ୍କ ବିପକ୍ଷରେ ଅଳକା ଲାମ୍ବାଙ୍କୁ ଟିକେଟ ଦେଲା କଂଗ୍ରେସ, ଲଢ଼େଇ ହେବ ରୋଚକ

ନୂଆଦିଲ୍ଲୀ,୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ କାଲକାଜୀ ଆସନରୁ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିଛି। ଦଳ ଅଳକା ଲାମ୍ବାଙ୍କୁ ଟିକେଟ ଦେଇଛି। କଲକାଜୀ ଆସନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri