Categories: ଜାତୀୟ

ଟିଏମସିରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୧୭।୧୨-ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଗୁରୁବାର ଟିଏମ୍‌ସିର ସମସ୍ତ ପଦବୀରୁ ଇସ୍ତଫା ଦେଇଛନ୍ତି। ଏ ନେଇ ଶୁଭେନ୍ଦୁ ଟିଏମ୍‌ସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। ବୁଧବାର ଶୁଭେନ୍ଦୁ ବିଧାୟକ ପଦରୁ ଇସ୍ତଫା ଦେଇଥିଲେ। ଖୁବଶିଘ୍ର ସେ ଭାଜପାରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଛି। ପୁରବା ମେଦିନୀପୁର ଜିଲାର ନନ୍ଦିଗ୍ରାମ ନିର୍ବାଚନ ମଣ୍ଡଳୀରୁ ସେ ପ୍ରତିନିଧିତ୍ୱ କରିଥିଲେ।

Share