ଭାଜପାରେ ସାମିଲ ହେଲେ ମମତା ମହାନ୍ତ, କାଲି ବିଜେଡିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର,୧।୮: ଭାଜପାରେ ଯୋଗ ଦେଲେ ମମତା ମହାନ୍ତ। ଗୁରୁବାର ସେ ଭାଜପା ଦିଲ୍ଲୀ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଏହି ସମୟରେ ସାଧାରଣ ସଂପାଦକ ଅରୁଣ ସିଂ, ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ସହ ବହୁ ନେତା ଉପସ୍ଥିତ ଥିଲେ। ମମତା ବୁଧବାର ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସହ ରାଜ୍ୟ ସଭା ଏମ୍‌ପି ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ।

ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ସେ ଅଧାରୁ ଇସ୍ତଫା ଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୬ ପର୍ଯ୍ୟନ୍ତ ଥିଲା।

Share