ଓଡ଼ିଶା ଆତିଥ୍ୟକୁ ମମତାଙ୍କ ପ୍ରଶଂସା

ଭୁବନେଶ୍ୱର,୨୪ା୩(ବ୍ୟୁରୋ):ଓଡ଼ିଶା ସରକାରଙ୍କ ଆତିଥ୍ୟ ବହୁତ ଭଲ। ପ୍ରଭୁ ଜଗନ୍ନାଥଙ୍କୁ ସେ ଭଲ ଭାବେ ଦର୍ଶନ କରିବାର ସୁଯୋଗ ପାଇଲେ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ଗଣମାଧ୍ୟମରେ ଏହା କହିଛନ୍ତି। ଏଥିସହିତ ପୁରୀରେ ପଶ୍ଚିମବଙ୍ଗ ଯାତ୍ରୀଙ୍କ ପାଇଁ ଅତିଥିଭବନ ନିର୍ମାଣ ସକାଶେ ଓଡ଼ିଶା ସରକାର ୨ ଏକର ଜାଗା ଦେଇଥିବାରୁ ସେ ନବୀନଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅପରାହ୍ନରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ନବୀନ ତାଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଙ୍ଗବସ୍ତ୍ର ଦେଇ ସ୍ବାଗତ କରିବା ସହିତ ତିନି ରଥର କାଠ ତିଆରି ପ୍ରତିକୃତି ଉପହାର ଆକାରରେ ପ୍ରଦାନ କରିଛନ୍ତି। ଏଥିସହିତ ରୁପା ତାରକସିର କାରୁକାର୍ଯ୍ୟ ଓ ଛେନାପୋଡ଼ ମଧ୍ୟ ଉପହାର ଦେଇଛନ୍ତି। ଏହି ଅବସରରେ ପଶ୍ଚିମବଙ୍ଗ ଜନସାଧାରଣଙ୍କ ପ୍ରତି ସଦିଚ୍ଛା ସ୍ବରୂପ ମୁଖ୍ୟମନ୍ତ୍ରୀ ପୁରୀରେ ଅତିଥି ଭବନ ନିର୍ମାଣ ପାଇଁ ଓଡ଼ିଶାବାସୀଙ୍କ ପକ୍ଷରୁ ପଶ୍ଚିମବଙ୍ଗ ସରକାରଙ୍କୁ ୨ ଏକର ଜମି ଉପହାରସ୍ବରୂପ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନବୀନଙ୍କୁ ବିଶ୍ୱ ବାଂଲା ଦ୍ୱାରା ପ୍ରସ୍ତୁତ ଏକ ସାଲ୍‌ ଉପହାର ଦେଇଛନ୍ତି। ଏହା ସହିତ ବିଜୁବାବୁ ଓ ଜ୍ଞାନ ପଟ୍ଟନାୟକଙ୍କ ଫଟୋରେ ଜାମଦାନି ଶାଢ଼ି ଦେଇ ଶ୍ରଦ୍ଧା ନିବେଦନ କରିଛନ୍ତି। ଗତ ୨୧ ତାରିଖରେ ମମତା ଭୁବନେଶ୍ୱରରେ ପହଞ୍ଚିବା ପରେ ନବୀନଙ୍କ ନିକଟକୁ ବେଙ୍ଗଲ ମିଠା ପଠାଇଥିଲେ। ଉଭୟ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଗତ ୨୧ ତାରିଖରୁ ଓଡ଼ିଶା ଗସ୍ତରେ ଅଛନ୍ତି।
ମମତାଙ୍କ ସହ ଆଲୋଚନା ପରେ ଗଣମାଧ୍ୟମକୁ ନବୀନ କହିଛନ୍ତି, ଏହା ଏକ ସୌଜନ୍ୟମୂଳକ ସାକ୍ଷାତ୍‌କାର ଥିଲା। ଆମ ଭିତରେ ବହୁତ ପୁରୁଣା ବନ୍ଧୁତା ଓ ସୁନ୍ଦର ସମ୍ପର୍କ ଅଛି। କିଛି ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଚର୍ଚ୍ଚା ହୋଇନି। ସଂଘୀୟ ବ୍ୟବସ୍ଥା ସୁଦୃଢ଼ ହେଉ ବୋଲି ନବୀନ କହିଛନ୍ତି। ମମତା କହିଛନ୍ତି ଯେ, ତାଙ୍କୁ ପ୍ରୋଟୋକଲ ଅନୁଯାୟୀ ସୁରକ୍ଷା ଦିଆଯାଇଛି। ପଶ୍ଚିମବଙ୍ଗ ଆସିବାକୁ ସେ ନବୀନଙ୍କୁ ନିମନ୍ତ୍ରଣ କରିଛନ୍ତି। ତେବେ ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ନବୀନଙ୍କ ସହ ମମତାଙ୍କ ସାକ୍ଷାତ୍‌ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri