Posted inଫୁରସତ

କଳିଯୁଗର ‘ଶ୍ରବଣ କୁମାର’! ବୃଦ୍ଧ ମା’ବାପାଙ୍କୁ କାନ୍ଧରେ ବସାଇ…

ଆରମ୍ଭ ହୋଇଛି ପବିତ୍ର ଶ୍ରାବଣ ମାସ। ଶିବ ମନ୍ଦିରରେ ପାଣି ଢ଼ାଳିବା ଲାଗି କାଉଡିଆମାନଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଏହି କ୍ରମରେ ଜଣେ ଶିବଭକ୍ତଙ୍କ ଏଭଳି ଭିଡିଓ ଭାଇରାଲ ହେଉଛି, ଯାହା ଲୋକଙ୍କ ହୃଦୟ ଜିତୁଛି। ତାଙ୍କୁ ଅନେକେ କଳିଯୁଗର ‘ଶ୍ରବଣ କୁମାର’ ବୋଲି ମଧ୍ୟ କହୁଛନ୍ତି।

ଭିଡିଓରେ ଶିବଭକ୍ତଜଣଙ୍କ ନିଜର ବୁଢ଼ା ମା’ବାପାଙ୍କୁ କାନ୍ଧରେ ବସାଇ କାଉଡି ଯାତ୍ରାରେ ବାହାରିଥିବା ଦେଖାଯାଇଛି। ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ପରେ ଲୋକେ ତାଙ୍କର ପ୍ରଶଂସା କରୁଛନ୍ତି। ଆଇପିଏସ୍‌ ଅଫିସର ଅଶୋକ କୁମାର ନିଜର ଅଫିସିଆଲ ଟୁଇଟର ଆକାଉଣ୍ଟରେ ଏହାକୁ ଶେୟାର କରି , ଆଜିକାଲି ଲୋକେ ନିଜର ବୁଢ଼ା ମା’ବାପାଙ୍କୁ ତିରସ୍କାର କରୁଛନ୍ତି, ତାଙ୍କୁ ଘରୁ ବାହାର କରିଦେଉଛନ୍ତି ନଚେତ ନିଜ ସାଙ୍ଗରେ ରହିବାକୁ ଦେଉନାହାନ୍ତି… ହେଲେ ଏହାର ବିପରୀତ ଦୃଶ୍ୟ ଏଠାରେ ଦେଖିବାକୁ ମିଳିଛି। ଲକ୍ଷ ଲକ୍ଷ ଶିବଭକ୍ତଙ୍କ ମଧ୍ୟରେ ଜଣେ ଶ୍ରବଣ କୁମାର ଅଛନ୍ତି, ଯିଏ ପାଲିଙ୍କିରେ ନିଜ ବୁଢ଼ା ମା’ବାପାଙ୍କୁ ନେଇ କାଉଡି ଯାତ୍ରାରେ ବାହାରିଛନ୍ତି… ମୋର ପ୍ରଣାମ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦...

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ...

ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ...

ଆଖି ବୁଜିଲେ କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ୍‌ ବିବେକ ପାଙ୍ଗେନି; ଶୁଖୁନି ପତ୍ନୀ ଶ୍ରୀଜାନାଙ୍କ ଆଖିର ଲୁହ

ନୂଆଦିଲ୍ଲୀ: ନିଷ୍ଠୁର ହୋଇଗଲେ ଭଗବାନ। ଦୀର୍ଘଦିନ ଧରି କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ ବିବେକ ପାଙ୍ଗେନି ଶେଷରେ ନିରବି ଗଲେ। ଦୁଇ ବର୍ଷ ଧରି...

ଶନିବାର ଲମ୍ବା ହେବ ରାତି, ମହାକାଶରେ ଦେଖାଯିବ…

ନୂଆଦିଲ୍ଲୀ,୧୯।୧୨: ସରିବାକୁ ଆସିଲାଣି ବର୍ଷ ୨୦୨୪। ତେବେ ବର୍ଷକ ୩୬୫ ଦିନରୁ ଏପରି ଏକ ଦିନ ଆସେ ଯେଉଁ ଦିନଟି ବର୍ଷର ଦିନ ସବୁଠୁ ଛୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri