
ଲାଠୋର,୧୫।୩(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ବର୍ତ୍ତିଆ ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଯାଦବ ପଟେଲ(୫୫)।
ମିଳିଥିବା ସୂଚନା ମୁତାବକ, ଯାଦବ ତେତେଲମୁଡ଼ାରେ ଥିବା ଏକ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇବା ବେଳେ ସେ ପାଣି ଭିତରୁ ଆଉ ବାହାରି ପାରି ନ ଥିଲେ। ପାଖରେ ଗାଧୋଉ ଥିବା ଗ୍ରାମର କିଛି ଲୋକ ଦେଖି ତାଙ୍କୁ ଉଦ୍ଧାର କରି ଖପ୍ରାଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ନେଇଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଲାଠୋର ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୩/୨୫) ରୁଜୁ କରି ଘଟଣାର ତଦନ୍ତ କରୁଥିବା ଥାନା ଅଧିକାରୀ ରାକେଶ ବେହେରା କହିଛନ୍ତି l