Posted inଜାତୀୟ

ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଘଟଣା: ଆଉ ଜଣେ ଅଭିଯୁକ୍ତ ଗିରଫ

ଇମ୍ଫାଲ,୨୫।୭: ମଣିପୁରରେ ମହିଳାମାନଙ୍କୁ ଉଲଗ୍ନ କରି ପରେଡ କରାଯିବା ଘଟଣା ସମଗ୍ର ଦେଶକୁ ଲଜ୍ଜାଜନକ କରିଛି। ଏହି ଘଟଣା ମେ ୪ରେ ଘଟିଥିଲା। ଯାହାର ଭିଡିଓ ଜୁଲାଇ ୧୯ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ ପୋଲିସ ଆଉ ଜଣଙ୍କୁ ଗିରଫ କରିଛି।
ସୂଚନାଯୋଗ୍ୟ, ଦୀର୍ଘ ଅଢ଼େଇ ମାସ ଧରି ଭାଜପା ଶାସିତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଂଘର୍ଷ ଲାଗିରହିଥିବାବେଳେ ୨ ଜଣ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଯାଉଥିବା ବେଳର ଭିଡିଓ ସାମାଜିକ ଗଣମାଧ୍ୟମରେ ବହୁଳ ପ୍ରସାରିତ ହୋଇଛି। ୨ ପୀଡ଼ିତାଙ୍କୁ ନିକଟସ୍ଥ ଚାଷଜମିରେ ଗଣବଳାତ୍କାର କରାଯାଇଥିବା ନେଇ ଏକ ଆଦିବାସୀ ସଙ୍ଗଠନ ଅଭିଯୋଗ ଆଣିଛି। ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଏହାସହ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓ ଶେୟାର ନ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରିଥିଲେ। ଏହା ପରେ ମଣିପୁର ସରକାର ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ମୋଟ ୭ ଜଣଙ୍କୁ ଗିରଫ କରିଛନ୍ତି। ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ଭିଡିଓ ଆଧାରରେ ୧୪ ଜଣଙ୍କୁ ଚିହ୍ନଟ କରିଛି। ଅଭିଯୁକ୍ତକୁ ଗିରଫ କରିବା ପାଇଁ ନିରନ୍ତର ଅପରେଶନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀର ବିଜୟ ଧାରା ଜାରି

ବେଙ୍ଗାଲୁରୁ,୧୦ା୪: ବୋଲରଙ୍କ ମାପଚୁପ ବୋଲିଂ ଏବଂ ଲୋକେଶ ରାହୁଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି)କୁ...

AI ସହାୟତାରେ ଜନ୍ମନେଲା ବିଶ୍ୱର ପ୍ରଥମ ଶିଶୁ: ଜାଣନ୍ତୁ କ’ଣ ଏହି ନୂଆ IVF ଚିକିତ୍ସା

ନୂଆଦିଲ୍ଲୀ,୧୧।୪: ଆଜିର ସମୟରେ ପ୍ରଯୁକ୍ତିବିଦ୍ୟାର ପ୍ରଭାବ ଅଧିକ। ଏହା ପ୍ରତ୍ୟେକ କ୍ଷେତ୍ରରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ। ତାହା ପାଠପଢ଼ା ହେଉ, କାମ ହେଉ, ଚାଷ ହେଉ...

ମେ ୧୮ରୁ କଳିଙ୍ଗ ବ୍ଲାକ୍‌ ଟାଇଗର୍ସର ଅଭ୍ୟାସ

ଭୁବନେଶ୍ୱର, ୧୦।୪(ତପନ ସ୍ବାଇଁ): ରଗ୍‌ବୀ ଇଣ୍ଡିଆ ଓ ଜିଏମ୍‌ଆର୍‌ର ମିଳିତ ଆନୁକୂଲ୍ୟରେ ରଗ୍‌ବୀ ପ୍ରିମିୟର ଲିଗ୍‌ (ଆର୍‌ପିଏଲ୍‌) ଅନ୍ଧେରି ସ୍ପୋଟର୍‌ସ କମ୍ପ୍ଲେକ୍ସ(ମୁମ୍ବାଇ ଫୁଟ୍‌ବଲ ଆରେନା)ରେ ଆସନ୍ତା...

ଏହି ତାରିଖ ଦିନ ସୁପ୍ରିମକୋର୍ଟରେ ହେବ ଓ୍ବକ୍‌ଫ ଶୁଣାଣି

ନୂଆଦିଲ୍ଲୀ,୧୦।୪: ଓ୍ବକ୍‌ଫ ସଂଶୋଧନ ଆଇନ, ୨୦୨୫ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ପିଟିଶନଗୁଡ଼ିକର ଏକତ୍ର ଶୁଣାଣି ସୁପ୍ରିମକୋର୍ଟରେ ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ...

ଶିଶୁ ମନ୍ଦିର ପିଲା କେବେ ଦେଶଦ୍ରୋହୀ ହୋଇପାରିବେ ନାହିଁ: ଉପମୁଖ୍ୟମନ୍ତ୍ରୀ

ପାଟଣା,୧୦।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଛି। ଆୟୋଜିତ ସଭା ପରିଚାଳନା କମିଟି...

ଜଙ୍ଗଲରୁ ମିଳିଲା ଝୁଲନ୍ତା ମୃତଦେହ

ନିରାକାରପୁର,୧୦।୪(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ରାମେଶ୍ୱର ନିକଟ କୁଆଁରୀ ଜଙ୍ଗଲରୁ ଜଣେ ଯୁବକଙ୍କ...

କାଳ ବୈଶାଖୀର ତାଣ୍ଡବ, ବର୍ଷା-ଘଡ଼ଘଡ଼ିରେ ୩୦ରୁ ଊର୍ଦ୍ଧ୍ୱ ଲୋକାଙ୍କ ମୃତ୍ୟୁ

ପାଟନା,୧୦।୪: ବିହାରର ନାଳନ୍ଦା, ସିୱାନ, ଭୋଜପୁର, ଗୋପାଳଗଞ୍ଜ, ବେଗୁସରାଇ, ସରନ, ଗୟା, ଜେହାନାବାଦ ଏବଂ ଅରୱାଲରେ ଗୁରୁବାର ଅବରାହ୍ନରେ ବଜ୍ରପାତ ଏବଂ ପ୍ରବଳ ବର୍ଷା ଯୋଗୁଁ...

ସଟସର୍କିଟରୁ ଅଗ୍ନିକାଣ୍ଡ: ସବୁକିଛି ଜଳିପୋଡ଼ି ପାଉଁଶ, ଜଣେ ଆହତ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ):ଭଞ୍ଜନଗର ଥାନା ଅନ୍ତର୍ଗତ ତୁରୁମୁ ପଞ୍ଚାୟତର ଜଡାହାଟୁଣିର ବିଜୟ ଚନ୍ଦ୍ର ପାଢ଼ୀଙ୍କ ଘରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି ସଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image