ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ହତ୍ୟା ମାମଲାରେ ଜଣେ କନଷ୍ଟେବଳ ନିଲମ୍ବିତ ହୋଇଛନ୍ତି। କନଷ୍ଟେବଳ ପ୍ରସନ୍ନ ବେହେରାଙ୍କୁ ନିଲମ୍ବିତ କରିଛନ୍ତି କମିଶନରେଟ ପୋଲିସ। ପ୍ରସନ୍ନ ଭୁବନେଶ୍ୱର ହାବିଲଦାର ଓ କନଷ୍ଟେବଳ ସଂଘର ସମ୍ପାଦକ ଥିବା ସୂଚନା ରହିଛି।
ବିଳମ୍ବିତ ରାତି ପର୍ଯ୍ୟନ୍ତ ବାର୍ ଚଳାଇବା ଅଭିଯୋଗ ଆଧାରରେ ତାଙ୍କୁ ନିଲମ୍ବନ କରାଯାଇଛି। ତାଙ୍କ ବିରୋଧରେ ନିୟମ ଭଙ୍ଗ ଓ କର୍ତ୍ତବ୍ୟରେ ଅବହେଳା ଅଭିଯୋଗ ହୋଇଛି। କେବଳ ଏତିକି ନୁହେଁ, ଭାଇଙ୍କ ନାଁରେ ଲିଜ୍ ନେଇ ପ୍ରସନ୍ନ ସାଉଥ ସିଟି ବାର୍ ବି ଚଳାଉଥିଲେ।