ଦଳର ଭିତିରି କଥା କହିଲେ ମନ୍ମଥ, ବିଜେଡିରେ ବଡ଼ ହଲଚଲ!

ଭୁବନେଶ୍ୱର,୨।୧୦: ବିଜେଡିର ଭିତିରି କନ୍ଦଳ ଏବେ ପଦାରେ ପଡିଲାଣି। ବଡ଼ ବଡ଼ ନେତା ଏବେ ପରାଜୟର କାରଣ ମୁହଁ ଖୋଲି କହୁଛନ୍ତି। ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ନେତା ତଥା ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ।

ଗଣମାଧ୍ୟମରେ ସେ କହିଛନ୍ତି, ଦଳରେ ଶୃଙ୍ଖଳା କମିଛି। ଖାଲି ସମ୍ମାନ ଆଶା କଲେ ହେବନି, ସେମାନେ ବି ସମ୍ମାନ ଦେବା ଶିଖନ୍ତୁ। ଦଳର ଭିତର କଥା ବାହାରକୁ ଆଣି କେତେ ଠିକ ନିଜକୁ ପଚାରନ୍ତୁ। ଆମର ତ୍ରୁଟି ପାଇଁ ଆମେ ହାରିଲୁ ବୋଲି କହିଛନ୍ତି ମନ୍ମଥ।

ଏବେ ପ୍ରାୟ ସବୁବେଳେ ଶଙ୍ଖ ଭବନରେ ହଲଚଲ ଦେଖିବାକୁ ମିଳୁଛି। ଥମିବାର ନାଁ ନେଉନି ମୁହାଁମୁହିଁ ସ୍ଥିତି। ଭୁବନେଶ୍ବର କର୍ପୋରେଟରଙ୍କ ମଧ୍ୟରେ ବିବାଦ ପରେ ସୋମବାର ଖୋର୍ଦ୍ଧା ଜିଲା ବିଜେଡି ନେତାଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିବା ସୂଚନା ମିଳିଛି। ମଙ୍ଗଳବାର ଖୋର୍ଦ୍ଧା ଜିଲା ବିଜେଡିର ବୈଠକ ବସିଥିଲା। ଏହି ସମୟରେ ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହୋଇଥିଲା । ଏପରିକି ଶୁଣାଯାଉଛି ଜଣେ ନେତ୍ରୀଙ୍କୁ ଜୋରଦାର ବିରୋଧ କରାଯାଇଥିଲା। ତେବେ କାହିଁକି ଏବଂ କେଉଁ ପ୍ରସଙ୍ଗରେ ଉପୁଜିଥିଲା ଏଭଳି ମୁହାଁମୁହିଁ ପରିସ୍ଥିତି, ସେନେଇ ବିଜେଡି ପକ୍ଷରୁ କୌଣସି ସ୍ପଷ୍ଟ କରାଯାଇନାହିଁ।

ପୂର୍ବରୁ ଭଦ୍ରକ କଳି ଶଙ୍ଖଭବନରେ ପହଞ୍ଚି ଥିବାବେଳେ ଭୁବନେଶ୍ବର ବିଜେଡି ଗୋଷ୍ଠୀ କନ୍ଦଳ ତ୍ରୀବ୍ର ହୋଇଛି। ଅମରେଶ ଓ ବିରଞ୍ଚିଙ୍କ ବିରୋଧରେ ବିଜେଡି କର୍ପୋରେଟର ମେଳି ବାନ୍ଧିଥିଲେ । ବିଜେଡିର ୩୦ କର୍ପୋରେଟର ଗୋଟିଏ ବସରେ ପୁରୀ ଯାଇ ଲୋକନାଥଙ୍କ ଦର୍ଶନ କରିଥିଲେ। ତେବେ କାହିଁକି ବିଜେଡିର ୩୦ କର୍ପୋରେଟର ମେଳି କଲେ? ଚର୍ଚ୍ଚା ହେଉଛି ଅମରେଶ ଓ ବିରଞ୍ଚିଙ୍କୁ ଚେକ ଦେବାପାଇଁ ଏବେ ଭୁବନେଶ୍ବର ଏକାମ୍ର ଓ ମଧ୍ୟ ର୍ନିବାଚନ ମଣ୍ଡଳୀର କିଛି କର୍ପୋରେଟର ଏକାଠି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଲୋକଙ୍କୁ ସୁନେଲି ସ୍ବପ୍ନ ଦେଖାଇ ନିର୍ବାଚନ ଜିତିଛି ଭାଜପା, ପ୍ରତିଶ୍ରୁତି ପାଳନରେ ହୋଇଛି ବିଫଳ’

ବରଗଡ଼,୨ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେଡି ପକ୍ଷରୁ ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି...

ଶଙ୍ଖ ଭବନରେ କଥା କଟାକଟିକୁ ନେଇ ମୁହଁ ଖୋଲିିଲେ ଶ୍ରୀମୟୀ: କହୁକହୁ କହିଦେଲେ

ଭୁବନେଶ୍ୱର,୨।୧୦: ଶଙ୍ଖ ଭବନରେ ଖୋର୍ଦ୍ଧା ଜିଲା ବିଜେଡି ବୈଠକ ବେଳେ ଶ୍ରୀମୟୀ ମିଶ୍ର ଓ ପ୍ରଦୀପ ସାହୁଙ୍କ ମଧ୍ୟରେ କଥା କଟାକଟି ଏବଂ ଶ୍ରୀମୟୀ ଙ୍କ...

ଭାଜପା ଉପରେ ବର୍ଷିଲେ ନବୀନ, ସୁଭଦ୍ରାକୁ ନେଇ କହିଲେ ବଡ଼ କଥା…

ଭୁବନେଶ୍ୱର,୨।୧୦: ଆରମ୍ଭ ହୋିଛି ବିଜେଡିର ଜନ ସମ୍ପର୍କ ପଦଯାତ୍ରା। ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ଜନସମ୍ପର୍କ ପଦଯାତ୍ରା...

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ୱରୀ

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ...

ଆଜି ପବିତ୍ର ମହାଳୟା: ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର,୨।୧୦: ଆଜି ପବିତ୍ର ମହାଳୟା । ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ପୁରୀ ଓ ଭୁବନେଶ୍ବର ବିନ୍ଦୁସାଗର କୂଳରେ...

ଆଜିଠୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ର: ସମସ୍ତଙ୍କୁ ଏକଜୁଟ ହେବାକୁ…

ଭୁବନେଶ୍ୱର,୨।୧୦: ଆଜିଠୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ରା। ରାଜ୍ୟରେ ବିଭିନ୍ନ ସ୍ଥାନରେ ଲୋକଙ୍କ ସହ ଯୋଡିହେବାକୁ ଦଳୀୟ କାର୍ଯ୍ୟକ୍ରମ କରିବ ବିଜେଡି। ବୁଧବାର ଦଳ ପକ୍ଷରୁ...

ଶଙ୍ଖ ଭବନରେ ପୁଣି କାହିଁକି ହେଲା କଥା କଟାକଟି, କାହିଁକି ବିରୋଧର ଶିକାର ହେଲେ …

ଭୁବନେଶ୍ୱର,୨।୧୦: ଏବେ ପ୍ରାୟ ସବୁବେଳେ ଶଙ୍ଖ ଭବନ ସରଗରମ। ଥମିବାର ନାଁ ନେଉନି ମୁହାଁମୁହିଁ ସ୍ଥିତି। ଭୁବନେଶ୍ବର କର୍ପୋରେଟରଙ୍କ ମଧ୍ୟରେ ବିବାଦ ପରେ ସୋମବାର ଖୋର୍ଦ୍ଧା...

ବଦଳିଲା ୟୁନିଫର୍ମ ରଙ୍ଗ, ଏଣିକି ଛାତ୍ରୀଛାତ୍ର ପିନ୍ଧିବେ…

ଭୁବନେଶ୍ୱର, ୨।୧୦: ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ ରଙ୍ଗ ବଦଳିଛି। ସବୁଜ ରଙ୍ଗ ବଦଳରେ ଏଣିକି ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ନବମ ଏବଂ ଦଶମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri