ବାତ୍ୟା ଭୟ ମଧ୍ୟରେ ବଡ଼ ଘୋଷଣା କଲେ ମନମୋହନ: ଭାଜପା କାର୍ଯ୍ୟକର୍ତ୍ତାମାନେ…

ଭୁବନେଶ୍ୱର, ୨୩।୧୦(ସୁନିତ୍‌ ମିଶ୍ର):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଦାନା’ ଭୀଷଣ ବାତ୍ୟା ରୂପ ନେଇ ୨୪ ତାରିଖ ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିବା ସହିତ ଅତି ପ୍ରବଳ ବର୍ଷା ହେବା ଆକଳନ କରାଯାଇଛି। ଦାନା ପ୍ରଭାବରେ ବିଶେଷ ଭାବେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ, କେନ୍ଦୁଝର, ମୟୁରଭଞ୍ଜ ସମେତ ରାଜ୍ୟର ଅନ୍ୟ କେତେକ ଜିଲା ପ୍ରଭାବିତ ହୋଇପାରେ। ଏହା ପୂର୍ବରୁ ଜନସାଧାରଣ ଓ ପ୍ରାଣୀ ସମ୍ପଦକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ କରାଯିବ। ଏହାସହ ସେମାନଙ୍କୁ ଶୁଖିଲା ଓ ରନ୍ଧା ଖାଦ୍ୟ ବଣ୍ଟନ, ବୃଦ୍ଧବୃଦ୍ଧା, ଗର୍ଭବତୀ ମହିଳା ଏବଂ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା କାର୍ଯ୍ୟରେ ପ୍ରଶାସନ ଓ ସରକାରଙ୍କୁ କାର୍ଯ୍ୟକର୍ତ୍ତାମାନେ ସହଯୋଗ କରିବେ। ସେହିପରି ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟରେ ଭାଜପା କାର୍ଯ୍ୟକର୍ତ୍ତାମାନେ କାର୍ଯ୍ୟ କରିବାକୁ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଆହ୍ବାନ ଦେଇଛନ୍ତି।

 

ଏହି ସମୟରେ ଭୟଭୀତ ନ ହୋଇ ଧୈର୍ଯ୍ୟର ସହ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଓଡ଼ିଶାବାସୀଙ୍କୁ ସେ ପରାମର୍ଶ ମଧ୍ୟ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ସଫଳ ମୁକାବିଲା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ବାତ୍ୟା ସମୟରେ ଜିରୋ କାଜୁଆଲିଟି ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବାବେଳେ ସେବା, ସହାୟତା, ରିଲିଫ୍‌ କାର୍ଯ୍ୟରେ ପ୍ରଶାସନ ଓ ସରକାରଙ୍କୁ ପୂର୍ଣ୍ଣ ସହଯୋଗ କରିବାକୁ ମନମୋହନ କାର୍ଯ୍ୟକର୍ତ୍ତାମାନଙ୍କୁ ଆହ୍ବାନ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ ନେଲା ବାତ୍ୟାର ରୂପ: ରାଡାର ଇମେଜରେ ଦୁଶ୍ୟମାନ ହେଲା ବାତ୍ୟାର ଚିତ୍ର

ଭୁବନେଶ୍ୱର,୨୩।୧୦: ସୃଷ୍ଟି ହେଲା ବାତ୍ୟା। । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି।...

ବାତ୍ୟା ପାଇଁ ଭୟଭୀତ ହୁଅନ୍ତୁନି: ବିଏମ୍‌ସି ପକ୍ଷରୁ ୮୦ ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ

ଭୁବନେଶ୍ୱର, ୨୩।୧୦ (ବନ୍ଦନା ସେଠୀ):ସମ୍ଭାବ୍ୟ ବାତ୍ୟା ‘ଦାନା’ର ସଫଳ ମୁକାବିଲା କରିବା ପାଇଁ ବିଏମ୍‌ସି ପକ୍ଷରୁ ମଙ୍ଗଳବାର ଆଉ ଏକ ସମୀକ୍ଷା ବୈଠକ ମୁଖ୍ୟାଳୟସ୍ଥିତ ଏକାମ୍ର...

ପରିବା ଦର ଆକାଶଛୁଆଁ: ପିଆଜ ୭୦, ଆଉ ଆଳୁ…

ବାରଙ୍ଗ,୨୩।୧୦(ଲିଙ୍ଗରାଜ ରାଉତ) ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରଭାବ ଏବେଠାରୁ ବାରଙ୍ଗ ଅଞ୍ଚଳରେ ଦେଖିବାକୁ ମିଳିଛି। ବାରଙ୍ଗ ବଜାର ପରିବା ମାର୍କେଟରେ ପରିବା ମୂଲ୍ୟ ଅହେତୁକ ଭାବେ...

ପାଟଣାର ଝିଅ ପ୍ରିୟଦର୍ଶିନୀପାଇଲେ ଓଏଏସ୍: କହିଲେ ମହିଳା ସଶକ୍ତୀକରଣ ପାଇଁ…

ପାଟଣା,୨୨ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡୁମୁରିଆ ପଞ୍ଚାୟତ ତଣ୍ଡୋ ଗ୍ରାମର ପ୍ରୀୟଦର୍ଶିନୀ ନାଏକ ଓଡ଼ିଶା ପ୍ରଶାସନିକ ସେବାରେ ୬୫୬ ର଼୍ୟାଙ୍କ ରଖି...

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳ: କେଉଁଠି ରହିବେ ବିପନ୍ନ

ତିହିଡ଼ି,୨୩।୧୦(ସଞ୍ଜିତ ବଳ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଲୋକେ ଆତଙ୍କିତ। ଏହାର ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ବିପନ୍ନଙ୍କ ଆଶ୍ରୟ ପାଇଁ ଖୋଜା...

ଉପକୂଳ ଜିଲାରେ ମେଘୁଆ ପାଗ, ଘଣ୍ଟାପ୍ରତି ୩ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୩।୧୦: ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ। ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ ବୋଲି ଜଣାପଡିଛି। ପୁରୀ ଏବଂ...

ବାତ୍ୟାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଆଜି ରାତି ସୁଦ୍ଧା ଲୋକଙ୍କୁ ସ୍ଥାନାନ୍ତର କରାଯିବ

ଭୁବନେଶ୍ୱର,୨୩ା୧୦(ଅନିଲ ଦାସ):ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ପୂରା ଦମ୍‌ରେ ପ୍ରସ୍ତୁତ ଚଳାଇଛନ୍ତି। ତୃଣମୂଳ ସ୍ତରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବାତ୍ୟା ଦ୍ୱାରା...

ଦର ବଢ଼ାଉଛି ‘ଦାନା’: କଳାବଜାର କରୁଥିବା ବେପାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩।୧୦(ସୁନିତ୍‌ ମିଶ୍ର/ଅନିଲ ଦାସ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଘନୀଭୂତ ହୋଇ ବାତ୍ୟା ‘ଦାନା’ର ରୂପ ନେବ। ଏହା କ୍ରମଶଃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri