କ୍ଲିଅର କଲେ ମନମୋହନ, କିଏ ଯିବେ ରାଜ୍ୟ ସଭା?

ଭୁବନେଶ୍ୱର,୨୪।୮: ଭାଜପା ରାଜ୍ୟ ସଭା ପ୍ରାର୍ଥୀଙ୍କୁ ନେଇ ଲାଗି ରହିଥିବା ଦ୍ବନ୍ଦ୍ବରେ ପଡିଛି ପୂର୍ଣ୍ଣଚ୍ଛେଦ । ନିଜେ ସ୍ପଷ୍ଟ କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ଓଡ଼ିଶାରେ ଖାଲି ପଡିଥିବା ଗୋଟିଏ ରାଜ୍ୟସଭା ସିଟ ପାଇଁ ଭାଜପାରୁ ୨ ଜଣ ପ୍ରାର୍ଥୀ ନାମାଙ୍କନ ଭରିଥିଲେ। ତେବେ ଏହି ୨ଜଣଙ୍କ ଭିତରେ କିଏ ରାଜ୍ୟ ସଭା ଯିବେ ସେ ନେଇ ଚର୍ଚ୍ଚା ଲାଗି ରହିଥିଲା। ମମତା ମହାନ୍ତ ଭାଜପା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିବାବେଳେ ଭାଜପାର ଜଗନ୍ନାଥ ପ୍ରଧାନ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ। ସବୁଠାରୁ ବଡ଼ କଥା ହେଉଛି ୨ଜଣଙ୍କ ପ୍ରାର୍ଥୀପତ୍ର କାଏମ ମଧ୍ୟ ହୋଇଯାଇଥିଲା। ୨ଜଣଙ୍କ ଭିତରୁ ରାଜ୍ୟ ସଭା କାହାକୁ ପଠାଇବ ଭାଜପା ଏହାକୁ ନେଇ ଶେଷରେ ମୁହଁ ଖୋଲିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ।

ମନମୋହନ କହିଛନ୍ତି, ରାଜ୍ୟ ସଭା ପାଇଁ ଆମର ଦଳୀୟ ପ୍ରାର୍ଥୀ ହେଉଛନ୍ତି ମମତା ମହାନ୍ତ । ତାଙ୍କୁ ହିଁ ଭାଜପା ପ୍ରାର୍ଥୀ କରିଛି । ଆଉ ଯାହାକୁ ଦଳ ପ୍ରାର୍ଥୀ କରିଛି ସେ ହିଁ ଫାଇନାଲ । ତେବେ ଅନ୍ୟ ଜଣେ ଭାଜପା ନେତା ଜଗନ୍ନାଥ ପ୍ରଧାନ ସ୍ବାଧୀନ ଭାବେ ପ୍ରାର୍ଥୀପତ୍ର ଦାଖଲ କରିବାକୁ ନେଇ ମଧ୍ୟ ବଡ଼ ବୟାନ ଦେଇଛନ୍ତି ମନମୋହନ । ସେ କହିଛନ୍ତି, ଡମି ପ୍ରାର୍ଥୀ ଭାବେ ଜଗନ୍ନାଥ ପ୍ରଧାନ ନାମାଙ୍କନ କରିଛନ୍ତି । ଦଳୀୟ ଚିହ୍ନରେ ଯିଏ ଲଢୁଛନ୍ତି ସେ ହିଁ ଦଳର ପ୍ରାର୍ଥୀ । ଆମର ପ୍ରାର୍ଥୀ ମମତା ମହାନ୍ତ । ପାର୍ଟି କାହାକୁ ଲଢେଇବ, ଡମି ପ୍ରାର୍ଥୀ ଦେବ, ସେଥିରେ କାହିଁକି ଅନ୍ୟମାନଙ୍କ ମୁଣ୍ଡବ୍ୟଥା ହେଉଛି ବୋଲି ସେ କହିଛନ୍ତି।

ସେପଟେ ସୁଭଦ୍ରା ଯୋଜନାକୁ ନେଇବିରୋଧୀଙ୍କ ଆରୋପ ଉପରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି,‘ବିରୋଧୀ କିଛି ଦେଉ ନଥିଲେ ଆମେତ ଦେଉଛୁ । ସେମାନେ ଯଦି ଦେଇଥାନ୍ତେ ତେବେ ସେମାନଙ୍କର କହିବାର ଅଧିକାର ରହିଥାନ୍ତା । ମହିଳା ମାନଙ୍କୁ ସେମାନେ କେବଳ ଭୋଟ ବ୍ୟାଙ୍କ କରୁଥିଲେ । କେନ୍ଦ୍ରରୁ ମହିଳାଙ୍କ ପାଇଁ ଆସୁଥିବା ଟଙ୍କା ଆତ୍ମସାତ କରୁଥିଲେ । ଏବେ ମହିଳା ମାନଙ୍କୁ ଆତ୍ମର୍ନିଭର କରିବା ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି । ବିରୋଧୀ ମାନଙ୍କର କହିବାର ଅଧିକାର ନାହିଁ କାରଣ ସେମାନେ ଦେଉନଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri