ଦିଲ୍ଲୀରୁ ଫେରି ମେଣ୍ଟ ନେଇ ବିସ୍ଫୋରକ ବୟାନ ଦେଲେ ମନମୋହନ ସାମଲ

ଭୁବନେଶ୍ୱର,୧୪।୩: ଓଡିଶା ରାଜନୀତିର ଭାଗ୍ୟ ଝୁଲୁଛି ଏବେ ଦିଲ୍ଲୀରେ। ମେଣ୍ଟ ହେଉଛି ନା ହେଉନି? ଏହା ଉପରେ ଏବେ ସମସ୍ତଙ୍କର ନଜର। କୁହାଯାଉଛି, ଆସନ ବୁଝାମଣା ସରିଛି ହେଲେ ସ୍ପଷ୍ଟତା ଆସିବାକୁ ଏତେ ବିଳମ୍ବ କାହିଁକି? ନା ଆସନ ଭାଗବଣ୍ଟାକୁ ନେଇ କେଁ ରହିଛି? ଗତକାଲିି ଦିଲ୍ଲୀରେ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ଓ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ତୁହାକୁ ତୁହା ବୈଠକ ବସିଛି। ହେଲେ ନିଷ୍କର୍ସ କଣ ବାହାରୁଛି କାହାକୁ ଜଣାନାହିଁ। ଯାହା ଖବର ଆସୁଛି ଯେ ଲୋକସଭା ଆସନକୁ ନେଇ ବୁଝାମଣା ସରିଛି। କିନ୍ତୁ ବିଧାନସଭା ଆସନ କ୍ଷେତ୍ରରେ ଅଙ୍କ ଛିଡୁନି। ତେବେ ମେଣ୍ଟ ନେଇ ଦିଲ୍ଲୀରୁ ବଡ ଖବର ଆସିଛି। ଖୋଦ୍‌ ମନମୋହନ ସାମଲ ଦିଲ୍ଲୀରୁ ଫେରି ବଡ ବୟାନ ଦେଇଛନ୍ତି।

ପୂର୍ବରୁ ବିଜେଡି ସହ ଭାଜପାର ମେଣ୍ଟ ଚର୍ଚ୍ଚାକୁ ସିଧାସଳଖ ଖଣ୍ଡନ କରୁଥିବା ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ମିଜାଜରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ମେଣ୍ଟକୁ ନେଇ ସେ ସିଧାସଳଖ କିଛି କହି ନ ଥିଲେ ବି ବିଜେଡି ଓ ଭାଜପା ମେଣ୍ଟକୁ ନେଇ ବଡ ବୟାନ ଦେଇଛନ୍ତି। ପ୍ରାୟ ୪ ଦିନ ଧରି ଦିଲ୍ଲୀରେ ଡେରା ପକାଇଥିବା ମନମୋହନ ସାମଲ ଭାଜପାର ଶୀର୍ଷ ନେତୃବୃନ୍ଦଙ୍କ ସହ ଘନ ଘନ ବୈଠକ ପରେ ନିଜ ଟିମ ସହ ଆଜି ସକାଳେ ଓଡିଶା ଫେରିଛନ୍ତି। କିନ୍ତୁ ଓଡିଶା ଫେରିବା ପରେ ମେଣ୍ଟ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି।

ମେଣ୍ଟ ଚର୍ଚ୍ଚା ନେଇ ମନମୋହନ ସାମଲ ସିଧାସଳଖ କିଛି କହି ନାହାନ୍ତି। ସେ କହିଛନ୍ତି, ‘ଆମର ପ୍ରକ୍ରିୟା ଯାହା ହେବା କଥା ଚାଲିଛି । ଆମେ ସବୁ ବିଷୟରେ ଆଲୋଚନା କରୁଛୁ।
ପୂର୍ବରୁ ମେଣ୍ଟ ସମ୍ଭାବନାକୁ ସିଧାସଳଖ ମନା କରୁଥିବା ମନମୋହନଙ୍କ ମିଜାଜରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ତାଙ୍କ ମନ୍ତବ୍ୟରୁ ଲାଗୁଛି ଦୁଇ ଦଳ ମଧ୍ୟରେ ଆସନ ଭାଗବଣ୍ଟା କ୍ଲିଅର ସରିଛି କେବଳ ଆନୁଷ୍ଠାନିକ ଘୋଷଣା ବାକି ଅଛି।

ସୂଚନାଥାଉ କି, ଦିଲ୍ଲୀରୁ ଫେରିବା ପୂର୍ବରୁ ବୁଧବାର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ବୈଠକ କରି ଆଲୋଚନା କରିଛନ୍ତି ରାଜ୍ୟ ନେତୃବୃନ୍ଦ । ଗତକାଲି ଶାହାଙ୍କ ଘରେ ବସିଥିବା ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, ସଙ୍ଗଠନ ସଂପାଦକ ମାନସ ମହାନ୍ତି, ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଓ ସହ ପ୍ରଭାରୀ ଲତା ଉସେଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri