ମନମୋହନଙ୍କ ପ୍ରଚାରରେ ନେତା, ଅଭିନେତା

ଚାନ୍ଦବାଲି,୨୫।୫ (କିଷାନ ପାତ୍ର): ନିର୍ବାଚନ ଯେତିକି ପାଖେଇ ଆସୁଛି ଚାନ୍ଦବାଲି ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର ସେତିକି ସରଗରମ ହେଉଛି। ଭାଜପା ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ଭାଜପାର ବିଧାୟକ ପ୍ରାର୍ଥୀ ମନମୋହନ ସାମଲଙ୍କ ପ୍ରଚାରରେ ନେତା ଓ ଅଭିନେତା ସାମିଲ ହୋଇଥିଲେ। ଖେରଙ୍ଗ ବଜାରଠାରେ ଆୟୋଜିତ ବିଶାଳ ବାଇକ୍‌ ଶୋଭାଯାତ୍ରାରେ ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ଅଭିନେତା ତଥା ଦଳୀୟ ନେତା ସିଦ୍ଧାନ୍ତ ମହାପାତ୍ର ପ୍ରମୁଖ ମନମୋହନଙ୍କ ପାଇଁ ପ୍ରଚାର କରିଛନ୍ତି।

ଖୋଲା ଜିପ୍‌ରେ ଖେରଙ୍ଗସ୍ଥିତ ପାର୍ଟି କାର୍ଯ୍ୟାଳୟରୁ ବାହାରି ଖେରଙ୍ଗ, ଘଟପୁର ଓ ମାଧପୁର ପଞ୍ଚାୟତର ବିଭିନ୍ନ ଗ୍ରାମ ପରିକ୍ରମା କରିଥିଲେ। ସିଦ୍ଧାନ୍ତଙ୍କୁ ଦେଖିବା ପାଇଁ ରାସ୍ତାରେ ଭିଡ଼ ଜମିଥିବା ବେଳେ କିଛି ଜାଗାରେ ଲୋକେ ଗାଡ଼ି ଅଟକାଇ ସେଲ୍ଫି ମଧ୍ୟ ନେଇଥିଲେ। ଏଥର ଓଡ଼ିଶାରେ ସାଧାରଣ ଲୋକ ନିର୍ବାଚନ ଲଢ଼ୁଛନ୍ତି।

ଓଡ଼ିଶାର ଲୋକ ସ୍ବାଭିମାନୀ। ଏଥର ଦୁଇଟି ପଦ୍ମଫୁଲ ଚିହ୍ନରେ ଭୋଟ ଦେଇ ବିକାଶର ଗାଡ଼ିକୁ ଓଡ଼ିଶାରେ ଦ୍ରୁତଗତିରେ ଆଗେଇ ନେବେ ବୋଲି ସମୀର କହିଥିଲେ। ଭାଜପାର ଭଦ୍ରକ ଲୋକ ସଭା ପ୍ରଚାର କମିଟି ଅଧ୍ୟକ୍ଷ ଅଜୟ କୁମାର ନାୟକ, ଜିଲା କୃଷକ ମୋର୍ଚ୍ଚା ସଭାପତି ଅଶୋକ ରାଉଳ, ଉପେନ୍ଦ୍ର ରାଉଳ, ପ୍ରଭାସ ଶୁଭଦର୍ଶନ ମହାନ୍ତି, ପ୍ରଶାନ୍ତ ମାଝୀ, ମୀନକେତନ ବିଶ୍ୱାଳ, ରବୀନ୍ଦ୍ର ଦାସ, ପ୍ରତାପ ରାୟ, ବିଜୟ ପାଢ଼ୀ, ସ୍ମୃତିରଞ୍ଜନ ନାୟକ ପ୍ରମୁଖ ପ୍ରଚାରରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri