ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ୍ୱର,୧।୭: ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଥିଲେ ମନୋଜ ଆହୁଜା। ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଥିଲେ। ତାଙ୍କ ବ୍ୟତୀତ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ।

ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ଆହୁଜା ରବିବାର ଅପରାହ୍ନରେ ଦାୟିତ୍ୱ ଗ୍ରହଣ କରିଥିବା ବେଳେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ସରକାରୀ କାର୍ଯ୍ୟରୁ ଅବସର ନେଇଛନ୍ତି। ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ବିଦାୟୀ ମୁଖ୍ୟ ଶାସନ ସଚିବ ଜେନାଙ୍କଠାରୁ ନୂତନ ମୁଖ୍ୟ ଶାସନ ସଚିବ ଆହୁଜା ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ କିଛି ସମୟ ପାରସ୍ପରିକ ସାକ୍ଷାତ ଆଲୋଚନା କରିଥିଲେ।

 

Share