Categories: ଜାତୀୟ

ସମସ୍ତ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ମନସୁଖ ମାଣ୍ଡଭିଆ

ନୂଆଦିଲ୍ଲୀ,୨୩।୧୨: ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଶୁକ୍ରବାର ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ କରିବେ। ଅପରାହ୍ନ ୩ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ କରୋନା ସ୍ଥିତି ଉପରେ ଆଲୋଚନା କରାଯିବ ବୋଲି ଜଣାପଡିଛି।
ଚାଇନାରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଯାହାକୁ ନେଇ ଭାରତ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗୁରୁବାର ବିଦେଶ ଫେରନ୍ତାଙ୍କ ପାଇଁ କେନ୍ଦ୍ର ପକ୍ଷରୁ ନୂଆ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଏପରିକି ମାସ୍କ ପିନ୍ଧିବା,ସାମାଜିକ ଦୂରତା ରକ୍ଷା କରିବା ସହ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି।

Share