କଂଗ୍ରେସରେ ମିଶିଲେ ବହୁ ବିଜେଡି-ଭାଜପା ନେତା, ରାଜନୀତିରେ ହଲଚଲ

ଭୁବନେଶ୍ୱର,୧୭ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀର ବିଜେଡି, ଭାଜପା ନେତା ଓ କର୍ମୀ ବୁଧବାର କଂଗ୍ରେସରେ ସାମିଲ ହୋଇଛନ୍ତି। କଂଗ୍ରେସ ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ମିଶ୍ରଣ ପର୍ବରେ ପିସିସି ସଭାପତି ଭକ୍ତ ଚରଣ ଦାସ ନବାଗତଙ୍କୁ ଟୋପି ଓ ଉତ୍ତରୀୟ ପିନ୍ଧାଇ ସ୍ବାଗତ କରିଥିଲେ।
ଏହି ଅବସରରେ ଭକ୍ତ କହିଥିଲେ, କଂଗ୍ରେସ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ନେତୃତ୍ୱ, ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଆଦର୍ଶ, ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ତ୍ୟାଗରେ ଅନୁପ୍ରାଣିତ ହୋଇ ଭଞ୍ଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କୁଡୁତାଇ, ହରିଗଡ଼ ଓ ଦଦରଲୁଣ୍ଡା ଗ୍ରାମପଞ୍ଚାୟତରୁ ବିଜେଡି ଓ ଭାଜପାର ଅନେକ ପଦାଧିକାରୀ କଂଗ୍ରେସରେ ଯୋଗଦେଇଛନ୍ତି। ଭଞ୍ଜନଗର ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ଯୁବନେତା ପ୍ରଶାନ୍ତ କୁମାର ବିଶୋୟୀ ସାଧାରଣ ଜନତା ବିଶେଷକରି ମହିଳା, ଯୁବକ, କୃଷକ, ଛାତ୍ର ଏବଂ ଆଦିବାସୀ ଓ ଦଳିତମାନଙ୍କ ସ୍ବାର୍ଥରକ୍ଷା ପାଇଁ ଯେଉଁ ନିଷ୍ଠାପର ସଂଗ୍ରାମ କରିଆସୁଛନ୍ତି ସେଥିରେ ତାଙ୍କ ଜନାଦୃତି ବଢ଼ିଛି। ଦୁର୍ନୀତି, ନାରୀ ନିର୍ଯାତନା, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ଚାଷୀ ପ୍ରତି ଉଦାସୀନତା ଓ ଉତ୍କଟ ବେକାରି ସମସ୍ୟା ପ୍ରସଙ୍ଗରେ ଲଢ଼େଇ କରିବା ପାଇଁ କଂଗ୍ରେସ ହିଁ ଉପଯୁକ୍ତ ପ୍ଲାଟ୍‌ଫର୍ମ। ଆଗାମୀ ଦିନରେ ରାଜ୍ୟର ବିକଳ୍ପ କେବଳ କଂଗ୍ରେସ ହିଁ ହେବ ବୋଲି ଭକ୍ତ କହିଥିଲେ।
ଏହି ଅବସରରେ ଭଞ୍ଜନଗର କୁଡ଼ୁତାଇ ଗ୍ରାମପଞ୍ଚାୟତର ବିଜେଡି ସମିତିସଭ୍ୟ ପ୍ରତିନିଧି ରବୀନ୍ଦ୍ର କୁମାର ଦୋଷନ୍ଦି, ନାଏବ ସରପଞ୍ଚ ଦେବରାଜ ଗୌଡ଼, ଯୁବ ସାଧାରଣ ସମ୍ପାଦକ ପ୍ରଦୀପ୍ତ କୁମାର ନାୟକ, ୱାର୍ଡସଭ୍ୟ ସାଗର ପାତ୍ର, ଦଦରଲୁଣ୍ଡା ଗ୍ରାମପଞ୍ଚାୟତରୁ ବଳଭଦ୍ର ଦିଗାଲ, କୃଷ୍ଣ ନାୟକ, ଶଙ୍କର ସାହୁ ପ୍ରମୁଖ ବିଜେଡି ଓ ଭାଜପା ଛାଡ଼ି ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri