ରାଜ୍ୟରେ ରଦ୍ଦହେବ ଅନେକ ପୁରୁଣା ଆଇନ, ନୂଆ ମଧ୍ୟରେ ରହିଛି…

ଭୁବନେଶ୍ୱର,୮ା୧୧(ସୁନିତ୍‌ ମିଶ୍ର): ଓଡ଼ିଶାରେ ଅନେକ ପୁରୁଣା, ନିଷ୍କ୍ରିୟ ଓ ଅପ୍ରାସଙ୍ଗିକ ଆଇନକୁ ଚିହ୍ନଟ କରାଯାଇ ରଦ୍ଦ କରାଯିବ। ଏହି ପ୍ରକ୍ରିୟା ଆରମ୍ଭ ହୋଇସାରିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି। କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାର ବ୍ରିଟିଶ ଅମଳର ୩ ଆପରାଧିକ ଆଇନ ପରିବର୍ତ୍ତେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ ଗତ ଜୁଲାଇ ୧ରୁ ସାରା ଦେଶରେ ଲାଗୁ କରିଛନ୍ତି। ଏହି ୩ ଆଇନକୁ ମୁଖ୍ୟମନ୍ତ୍ରୀ ଭୂୟସୀ ପ୍ରଂଶସା କରି କହିଛନ୍ତି, ଓଡ଼ିଶାରେ ଆଇନ କ୍ଷେତ୍ରରେ ସଂସ୍କାର ଅଣାଯିବ। ଆମ ଦେଶରେ ଆଇନକାନୁନ ବହୁତ ଅଧିକ। ସେଥିରୁ ଅଧିକାଂଶ ଆଉ ପ୍ରାସଙ୍ଗିକ ନୁହେଁ। ଗତ ୧୦ ବର୍ଷରେ ପ୍ରଧାନମନ୍ତ୍ରୀ ମୋଦି ୧୫୫୦ରୁ ଅଧିକ ଅପ୍ରାସଙ୍ଗିକ ଆଇନକୁ ରଦ୍ଦ କରିସାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନସନ ସେଣ୍ଟରରେ ଗୁରୁବାର ଆୟୋଜିତ ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ନ୍ୟାୟ ସଂହିତା ଜାଗୃତୀକରଣ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ପୂର୍ବ ସରକାରରେ ଆଇନର ଶାସନ କାର୍ଯ୍ୟକାରୀ କରିବାକୁ ଇଚ୍ଛାଶକ୍ତିର ଅଭାବ ଥିଲା। ଆମ ଦେଶରେ ବିଭିନ୍ନ ଅପରାଧକୁ ସମାଧାନ କରିବା ପାଇଁ ଆଇନର ଅଭାବ ନାହିଁ, ଯଦି ଅଭାବ ଅଛି ସେଇଟା ହେଉଛି କାର୍ଯ୍ୟକାରୀ କରିବାରେ ଢିଲା ମନୋଭାବ। ମହିଳା ହିଂସା ସମ୍ପର୍କିତ ମକଦ୍ଦମାର ଦଣ୍ଡ ବିଧାନ ହାର ଏକକ ସଂଖ୍ୟାରେ ଅଛି। ୨୦୨୨ ସୁଦ୍ଧା ଏନ୍‌ସିଆର୍‌ବି ତଥ୍ୟ ଅନୁସାରେ ଏହି ହାର କେବଳ ୯.୩% ଯାହା ଲଜ୍ଜାଜନକ। ପୂର୍ବ ସରକାର ପ୍ରତିଦିନ ମହିଳା ସଶକ୍ତୀକରଣ କଥା କହୁଥିଲେ। ଓଡ଼ିଶାର ଏହି ଲଜ୍ଜାଜନକ ପରିସ୍ଥିତି ପାଇଁ ଖାମଖିଆଲି ଢଙ୍ଗରେ ତଦନ୍ତ ଏବଂ ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଥିଲା। କିନ୍ତୁ ବର୍ତ୍ତମାନ ଏସବୁ ଚାଲିବ ନାହିଁ। ଆଇନ ମନ୍ତ୍ରୀଙ୍କୁ ନିବେଦନ ଏହି କାମକୁ ଯୁଦ୍ଧକାଳୀନ ଭିତ୍ତିରେ ତଦାରଖ କରନ୍ତୁ ଏବଂ ଆବଶ୍ୟକ ହେଲେ ସ୍ବତନ୍ତ୍ର କୋର୍ଟ ସ୍ଥାପନା କରିବାକୁ ପଦକ୍ଷେପ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଗତ ଜୁଲାଇ ୧ରୁ କାର୍ଯ୍ୟକାରୀ ହୋଇଥିବା ୩ଟି ଆଇନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ନ୍ୟାୟ ବ୍ୟବସ୍ଥାର ମେରୁଦଣ୍ଡ ହେଉଛି ଭାରତୀୟ ସମ୍ବିଧାନ ଏବଂ ନ୍ୟାୟ ସଂହିତା। ଏହି ସଂହିତାକୁ ଆଧାରକରି ଆମ ନ୍ୟାୟ ବ୍ୟବସ୍ଥା ପରିଚାଳିତ ହୋଇଥାଏ। କିନ୍ତୁ ୧୮୬୦ରୁ ବ୍ରିଟିଶ ସରକାର ଯେଉଁ ସଂହିତାର ପ୍ରଣୟନ କରିଥିଲେ ତାକୁ ଆମେ ବର୍ତ୍ତମାନ ପର୍ଯ୍ୟନ୍ତ ପାଳନ କରୁଥିଲୁ। କିନ୍ତୁ ଭାରତ ପରି ଏକ ବିବିଧତାରେ ପରିପୂର୍ଣ୍ଣ ସମାଜରେ ୧୬୪ ବର୍ଷର ନିୟମ କେତେଦୂର ପ୍ରାସଙ୍ଗିକ ସମସ୍ତେ ଜାଣନ୍ତି। ଏହାଛଡ଼ା ବର୍ତ୍ତମାନର ଦ୍ରୁତ ପରିବର୍ତ୍ତନଶୀଳ ସମାଜରେ ଏତେ ପୁରୁଣା ଆଇନ ଉଚିତ ନ୍ୟାୟ ଦେବାରେ ସମ୍ପୂର୍ଣ୍ଣରୂପେ କ୍ଷମତାସମ୍ପନ୍ନ ନ ଥିଲା।

ତେଣୁ ଏହାର ସମୟୋପଯୋଗୀ ପରିବର୍ତ୍ତନର ଆବଶ୍ୟକତାକୁ ଉପଲବ୍ଧ କରି ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଗଠିତ ସରକାର ଏହି ନୂତନ ଆଇନକୁ ପ୍ରବର୍ତ୍ତନକଲେ। ନୂତନ ଭାବେ ପ୍ରଣିତ ଏହି ଆଇନକୁ ପୀଡ଼ିତ-କୈନ୍ଦ୍ରିକ କରାଯାଇଛି। ପୋଲିସର କାର୍ଯ୍ୟକୁ ନ୍ୟାୟ ଓ ବିଧିସଙ୍ଗତ କରିବା ପାଇଁ ମୂଳ ଆଇନ ଅର୍ଥାତ୍‌ ସିଆର୍‌ପିସିରେ ଅନେକ କିଛି ପରିବର୍ତ୍ତନ କରାଯାଇଛି। ନୂତନ ଆଇନରେ ପୋଲିସ ପାଖରେ ଅଭିଯୋଗ ପଞ୍ଜୀକରଣ ସୁନିଶ୍ଚିତ କରିବା ପାଇଁ ଉପଯୁକ୍ତ ବ୍ୟବସ୍ଥା ରହିଛି। ଇଲେକ୍ଟ୍ରୋନିକ୍‌ ମାଧ୍ୟମ ସହ ଜିରୋ ଏଫ୍‌ଆଇଆର୍‌ ବ୍ୟବସ୍ଥା ମଧ୍ୟ କରାଯାଇଛି। ସେହିପରି ୧୫ ବର୍ଷରୁ କମ୍‌ ଏବଂ ୬୦ ବର୍ଷର ବ୍ୟକ୍ତି, ଶାରୀରିକ ଓ ମାନସିକ ସ୍ତରରେ ଭିନ୍ନକ୍ଷମ ବ୍ୟକ୍ତି ତଥା ମହିଳା ଥାନାକୁ ନ ଯାଇ ମଧ୍ୟ ବିବୃତି ରେକର୍ଡ କରିପାରିବାର ବ୍ୟବସ୍ଥା, ପୋକ୍‌ସୋ ଆଇନରେ ୬୦ ଦିନ ମଧ୍ୟରେ ଫଇସଲାର ପ୍ରାବଧାନ, ସାଇବର କ୍ରାଇମ, ଅର୍ଗାନାଇଜଡ୍‌ କ୍ରାଇମ ଆଦି ବିଷୟରେ ଏହି ନୂତନ ସଂହିତାରେ ପ୍ରାବଧାନ ରଖାଯାଇଛି। ବିଭିନ୍ନ ପ୍ରକାରର ଛୋଟ ଛୋଟ ଅପରାଧ ପାଇଁ ଜେଲ କିମ୍ବା ଜରିମାନା ବଦଳରେ ସେମାନଙ୍କୁ ଗୋଷ୍ଠୀ ସେବା କରିବା ପାଇଁ ବ୍ୟବସ୍ଥା ରଖାଯାଇଛି। ଏହାଦ୍ୱାରା ଜେଲଗୁଡିକରୁ ଅତ୍ୟଧିକ ଭିଡ଼ କମିବା ସହ ଛୋଟ ଛୋଟ ଅପରାଧ ପାଇଁ ଜଣେ ବ୍ୟକ୍ତିକୁ ଅନ୍ୟ ବଡ ଅପରାଧୀଭାବେ ବିଚାର ନ କରି ପରିବର୍ତ୍ତନ କରିବା ପାଇଁ ସୁଯୋଗ ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ଯୋଗଦେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବ୍ୟବସ୍ଥାର ସରଳୀକରଣ ପାଇଁ ଆଇନର ପରିବର୍ତ୍ତନ କରାଯାଇଛି। ତେବେ ସାଧାରଣ ଲୋକେ ଯେତେବେଳେ ଆଇନକୁ ବୁଝିପାରିବେ, ସେତେବେଳେ ଆଇନର ଶାସନ ପ୍ରଭାବୀ ହୋଇପାରିବ। ଆଇନର ସରଳୀକରଣ ଓ ଏହାକୁ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ ଏହି ଜାଗୃତୀକରଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି ବୋଲି ମନ୍ତ୍ରୀ ହରିଚନ୍ଦନ କହିଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ସାଧାରଣ ଲୋକ ନ୍ୟାୟ ପାଇପାରିଲେ ବ୍ୟବସ୍ଥା ଭଲ ଅଛି ବୋଲି କୁହାଯାଏ। ତେବେ ତୃଣମୂଳସ୍ତରରେ ବ୍ୟାପକ ସଚେତନତାର ଆବଶ୍ୟକତା ରହିଛି। ତ୍ୱରିତ ନ୍ୟାୟ ପ୍ରଦାନ ହେଉଛି ଆଇନର ଉଦ୍ଦେଶ୍ୟ। ନୂଆ ଆଇନ ଲାଗୁହେଲା ପରେ କେତେକ ଅପରାଧର ତ୍ୱରିତ ନ୍ୟାୟ ପ୍ରଦାନ ହୋଇପାରିଛି ବୋଲି ସେ କହିଛନ୍ତି। ପୂର୍ବତନ ସୂଚନା କମିଶନର ଜଗଦାନନ୍ଦ କହିଛନ୍ତି, ଏହା ଏକ ଐତିହାସିକ ସମ୍ମିଳନୀ। ଆଇନ ସହ ଲୋକଙ୍କୁ ଯୋଡ଼ିବାର ପ୍ରୟାସ ସ୍ବାଗତଯୋଗ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଲୋ-ଭୋଲଟେଜ, ବିଦ୍ୟୁତ୍‌ କାଟ ପ୍ରତିବାଦରେ ୨୭ ଘଣ୍ଟା ହେଲା ଧାରଣାରେ ଚାଷୀ

ନବରଙ୍ଗପୁର,୩୧।୩(ସଦାଶିବ ପ୍ରହରାଜ): ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। କିଛି ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳିରେ ଲୋକେ...

ମରାମତି କାମ ଶେଷ: ଟ୍ରାକ୍‌ରେ ଗଡ଼ିଲା ଟ୍ରେନ୍‌

କଟକ,୩୧।୩: ବେଙ୍ଗାଲୁରୁରୁ କାମାକ୍ଷା ଅଭିମୁଖେ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍‌ କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ରବିବାର ଲାଇନ୍‌ଚ୍ୟୁତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରେନ୍‌ର...

Subhadra Scheme: ଆଜି ସୁଭଦ୍ରା ଆବେଦନର ଶେଷ ତାରିଖ, ଏକାଥରକେ ପାଇବେ ୧୫ ହଜାର, ଶୀଘ୍ର…

ଭୁବନେଶ୍ୱର,୩୧।୩: ସୁଭଦ୍ରା ଯୋଜନା ପାଇଁ ଆବେଦନ କରି ନାହାନ୍ତି କି? ତେବେ ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ୱପୂର୍ଣ୍ଣ। କାରଣ ନୂଆ ଆବେଦନକାରୀଙ୍କ ଲାଗି ସୋମବାର...

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର

ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ...

ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର...

କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ...

ସରିଲା ରେଲଓ୍ବେ ଟ୍ରାକ୍‌ ମରାମତି କାମ, ଖୁବ୍‌ଶୀଘ୍ର ଚାଲିବ ଟ୍ରେନ୍‌

ଚୌଦ୍ୱାର,୩୧।୩:କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍‌ ମରାମତି...

ସରିଆସୁଛି ବଜେଟ ଅଧିବେଶନ: ଆଲୋଚନାରେ ବିଜେଡି, ଭାଜପା; ବାହାରେ କଂଗ୍ରେସ

ଭୁବନେଶ୍ୱର,୩୧।୩(ରବିନାରାୟଣ ଜେନା): ଚଳିତ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅବଧି ଶେଷ ହେବାକୁ ଆଉ ୪ଟି କାର୍ଯ୍ୟ ଦିବସ ରହିଛି। ସେଥିମଧ୍ୟରେ ୨ଟି ଅଫିସିଆଲ ବିଜ୍‌ନେସ୍‌ ରହିଥିବାବେଳେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image