ଅଘଟଣ ଘଟାଇବା ପାଇଁ କରୁଥିଲେ ଉଦ୍ୟମ, ଯବାନଙ୍କୁ ଦେଖି…

ନୂଆପଡ଼ା,୨ା୧୧(ମକାରୁ ବେମାଲ): ନୂଆପଡ଼ା ପୋଲିସ ଓ ଏସ୍‌ଓଜି ଯବାନଙ୍କ ମିଳିତ କୋମ୍ବିଂ ବେଳେ ଶନିବାର ଏକ ମାଓବାଦୀ କ୍ୟାମ୍ପ୍‌ ଠାବ କରାଯାଇଛି। ଏହି ସମୟରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବା ବେଳେ ପୋଲିସ ସେଠାରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଏ ସମ୍ପର୍କରେ ନୂଆପଡ଼ା ଜିଲା ଆରକ୍ଷୀ ଅଧୀକ୍ଷକ ଜିଆର୍‌ ରାଘବେନ୍ଦ୍ର ଏକ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି।

ତାଙ୍କ କହିବା ଅନୁଯାୟୀ, କିଛିଦିନ ତଳେ ଛତିଶଗଡ଼ରେ ୩୬ ଜଣ ମାଓବାଦୀ ନିପାତ ହେବାପରେ ମାଓବାଦୀ ଗତିବିଧି ଉପରେ ନୂଆପଡ଼ା ପୋଲିସ ତୀକ୍ଷ୍ଣ ନଜର ରଖିଥିଲା। ମାଓବାଦୀମାନେ ଜିଲାରେ କିଛି ଅଘଟଣ ଘଟାଇବା ପାଇଁ ଉଦ୍ୟମ କରୁଥିବା ଗୋଇନ୍ଦା ସୂତ୍ରରୁ ଖବର ମିଳିଥିଲା।

ତଦନୁଯାୟୀ ପୋଲିସ ଓ ଏସ୍‌ଓଜି ଯବାନ ପକ୍ଷରୁ ଜିଲାର ବୋଡେନ ବ୍ଲକ ଅଞ୍ଚଳରେ କୋମ୍ବିଂ ଅପରେଶନ କରାଯାଇଥିଲା। ଏହି ସମୟରେ ବୋଡେନ ବ୍ଲକ ପାଟଦରା ଜଙ୍ଗଲର ଭଇଶମୁଣ୍ଡି ନିକଟରେ ଏକ ମାଓବାଦୀ କ୍ୟାମ୍ପ ଠାବ କରାଯାଇଥିଲା। ଏହା ଜାଣିପାରି ମାଓବାଦୀମାନେ କ୍ୟାମ୍ପ ଛାଡି ଚାଲିଯାଇଥିଲେ। କିନ୍ତୁ ସେଠାରୁ ପୋଲିସ ୫୦୦ଟି ଇଲେକ୍ଟ୍ରିକ ଡେଟୋନେଟର, ୫ଟି ସେଫ୍‌ଟି ଫ୍ୟୁଜ, ୫ଟି ଇପ୍ରୋଭାଇଜର ଆଇଇଡି ସୁଇଚ୍‌, ଗୋଟିଏ ଜିଲୋଟିନ ଷ୍ଟିକ୍‌ ଓ କିଛି ମାଓବାଦୀ ପୁସ୍ତିକା ଜବତ କରିଛି। ପୋଲିସ ସଜାଗ ରହି କୋମ୍ବିଂ ଅପରେଶନକୁ ଜୋର୍‌ଦାର କରିଛି ବୋଲି ଏସ୍‌ପି ରାଘବେନ୍ଦ୍ର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri