ସଂରକ୍ଷିତ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ

ନୂଆପଡ଼ା,୨।୭(ମକାରୁ ବେମାଲ)ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡା ଜିଲା ସିନାପାଲି ଥାନା ଝୋଲାପଡା ନିକଟ ଜଙ୍ଗଲରୁ ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ଘଟଣାସ୍ଥଳରେ ପୋଲିସ ହାତ ତିଆରି ଗ୍ରେନେଡ ସହ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରିଛି। ଏହା ପରେ ସ୍ଥାନୀୟ ଅଞ୍ଚଳରେ କୋମ୍ବିଂ ଅପରେଶନକୁ ଜୋର୍‌ଦାର କରାଯାଇଛି ବୋଲି ନୂଆପଡା ଆରକ୍ଷୀ ଅଧୀକ୍ଷକ ଜିଆର୍‌ ରାଘବେନ୍ଦ୍ର ଶନିବାର ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ପ୍ରାପ୍ତ ସୂଚନା ଅନୁସାରେ ସିନାପାଲି ଥାନା ଅନ୍ତର୍ଗତ ପାଟଦର୍ହା ସଂରକ୍ଷିତ ଜଙ୍ଗଲ ଝୋଲାପଡା ଗାଁ ନିକଟରେ ମାଓବାଦୀମାନେ ଲୁଚି ରହିଥିବା ପୋଲିସ ଗୋଇନ୍ଦା ସୂତ୍ରରୁ ଖବର ମିଳିଥିଲା। ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମେନପୁର-ନୂଆପଡା ଡିଭିଜନର ସଶସ୍ତ୍ର ମାଓବାଦୀ ମେଳି କରିଥିଲେ। ସେଠାରେ ମାଓବାଦୀମାନେ ମେଳି ବାନ୍ଧି ବଡଧରଣର ଅଘଟଣ ଘଟାଇବା ପାଇଁ ଯୋଜନା କରୁଥିଲେ। ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଏସ୍‌ଓଜି, ସିଆର୍‌ପିଏଫ୍‌ ଓ ଡିଭିଏଫ୍‌ ଯବାନଙ୍କ ମିଳିତ ଭାବେ କୋମ୍ବିଂ ଅପରେଶନ କରାଯାଇଥିଲା। କୋମ୍ବିଂ ଅପରେଶନ ଖବର ପାଇ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ଘଟଣାସ୍ଥଳରୁ ପୋଲିସ ଜୀବନ୍ତ ହାତ ତିଆରି ଗ୍ରେନେଡ, ରେଡିଓ, ସୋଲଡିଂ ଆଇରନ, ବ୍ୟାଟେରି, ମାଓବାଦୀ ପୋଷାକ, ବିଭିନ୍ନ ପ୍ରକାର ଔଷଧ, ନିତିଦିନିଆ ବ୍ୟବହାର୍ଯ୍ୟ ସାମଗ୍ରୀ ଏପରି ୨୧ ପ୍ରକାର ସାମଗ୍ରୀ ଜବତ ହୋଇଛି। ଖବରଦାତା ସମ୍ମିଳନୀରେ ୨୧୬ ବାଟାଲିଆନ କମାଣ୍ଡାଣ୍ଟ ଏରିକ ଗିଲବଟ ଯୋଶ ଓ ଦେବାଶିଷ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ...

ଇଫ୍‌ତାର ପାର୍ଟିରେ ଯୋଗଦେଲେ ବିଧାୟକ

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଚାଲିଛି ପବିତ୍ର ରମ୍‌ଜାନ ମାସ। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ମୁସଲମାନ ଭାଇମାନଙ୍କ ପକ୍ଷରୁ ଶନିବାର ରାତିରେ ସୁଲତାନିଆ ମସ୍‌ଜିଦଠାରେ ଇଫ୍‌ତାର ପାର୍ଟି ଆୟୋଜନ...

କାଳବୈଶାଖୀ: ଗଛପଡ଼ି ଗର୍ଭବତୀଙ୍କ ଚାଲିଗଲା ଜୀବନ

ଭବାନୀପାଟଣା,୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ପବନ ହୋଇଥିଲା। ପବନ ଯୋଗୁ ଅନେକ ସ୍ଥାନରେ ବଡ...

ପୋଲସିକୁ ମାଡ଼ମରା ଘଟଣା: ଆକ୍ସସନର ରିଆକ୍ସନ ଦେଖାଇଲା ପୋଲିସ

ମୋହନା,୨୨ା୩ (ମନ୍ମଥ ମିଶ୍ର): ଗୁରୁବାର ବିଳମ୍ବିତ ରାତିରେ ଗାଁରେ ପଶି ଗଞ୍ଜେଇ ରେଡ କଲା ବେଳେ ମାଡ଼ ଖାଇଥିଲେ ପୋଲିସ। ପୋଲିସ ଗାଡ଼ିକୁ ବି ଭାଙ୍ଗି...

ବର୍ଷା ପାଣିରେ ଉବୁଟୁବୁ ମାର୍କେଟ

ଜି.ଉଦୟଗିରି,୨୨ା୩ (ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଅଦିନିଆ ବର୍ଷା ଯୋଗୁ ରାସ୍ତା ଘାଟ ଅବସ୍ଥା ବେହାଲ ହୋଇଥିବା ବେଳେ ଭଞ୍ଜ ମାର୍କେଟ କମ୍ପ୍ଲେକ୍ସ ବର୍ଷା ପାଣିରେ...

ଜଙ୍ଗଲରୁ ମଣିଷ କଙ୍କାଳ ଠାବ: ହତ୍ୟା ପରେ ପୋଡି ଦିଆଯାଇଥିବା ସନ୍ଦେହ

ସୋରଡ଼ା,୨୨ା୩ (ରଜନୀ ମହାପାତ୍ର ): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହୋଇଛି। ହତ୍ୟା ପରେ ମୃତଦେହ...

ଜାତୀୟ ରାଜପଥରେ ଓଲଟିଲା ବସ୍‌: ୮ ଆହତ

ଖୋର୍ଦ୍ଧା ,୨୨।୩: ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଘରୋଇ ବସ୍‌...

ନାବାଳିକା ବଳାତ୍କାର ମାମଲା ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର, ୨୨ା୩(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକସ ଅଦାଲତ ବିଚାରପତି ପ୍ରଣତି ପଟ୍ଟନାୟକ ଶନିବାର ଏକ ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ପ୍ରମାଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image