ସୀମାନ୍ତରେ ମାଓବାଦୀ-ଯବାନ ଗୁଳି ବିନିମୟ

ନୂଆପଡ଼ା ଅଫିସ,୧୧।୧: ସୀମାନ୍ତରେ ମାଓବାଦୀ-ଯବାନ ଗୁଳି ବିନିମୟ।୧: ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ସୋମବାର ସକାଳେ ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି। ସନ୍ଧ୍ୟା ପର୍ଯ୍ୟନ୍ତ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇ ପଳାୟନ କରିଥିଲେ। ଛତିଶଗଡ଼ ଏବଂ ଓଡ଼ିଶା ସୀମାନ୍ତ ନୂଆପଡା ଜିଲା ସୁନାବେଡା ଅଭୟାରଣ୍ୟ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧି ରହିଥିବା ବିଶେଷ ସୂତ୍ରରୁ ପୋଲିସକୁ ସୂଚନା ମିଳିଥିଲା। ଏହି ସୂଚନାକୁ ଆଧାର କରି ନୂଆପଡା ପୋଲିସ ରଣନୀତି ପ୍ରସ୍ତୁତ କରିଥିଲା। ଗତ ୭ ତାରିଖରେ ଏସ୍‌ଓଜି ଯବାନଙ୍କ ୨ଟି ଓ ସୁନାବେଡା ସିଆର୍‌ପିଏଫ୍‌ କ୍ୟାମ୍ପର ୨ଟି ଟିମ୍‌ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ। ଛତିଶଗଡ ସୀମାନ୍ତରେ ମାଓବାଦୀମାନେ କ୍ୟାମ୍ପ କରିଥିଲେ। ସୋମବାର ସକାଳ ପ୍ରାୟ ୯ଟାରେ ଛତିଶଗଡ ଗରିଆବନ୍ଧ ଜିଲା ମେନପୁର ଥାନା ସିକାସେର ଡ୍ୟାମ ନିକଟ ହୁତୋତାଡି ଗାଁ ନିକଟରେ ଏସ୍‌ଓଜି ଯବାନ ଓ ସିଆର୍‌ପିଏଫ୍‌ କୋମ୍ବିଂ ଟିମ୍‌ ପହଞ୍ଚତ୍ଥିଲେ। ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ପାଲଟା ଜବାବ ଦେଇ ଯବାନମାନେ ଗୁଳି ଚାଳନା କରିଥିଲେ। ଏହି ସମୟରେ ମାଓବାଦୀମାନେ ଆଇଡି ବିସ୍ଫୋରଣ କରିଥିଲେ। ସେଠାରେ ଦୀର୍ଘ ସମୟ ଧରି ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଘଟଣାକୁ ନେଇ ପୋଲିସ ଅଧିକାରୀମାନେ ମୁହଁ ଖୋଲୁ ନ ଥିବା ବେଳେ ନୂଆପଡା ଏସ୍‌ପି ପ୍ରତ୍ୟୁଷ ଦିବାକରଙ୍କୁ ଯୋଗାଯୋଗ କରିବାରୁ ଫୋନ ଗ୍ରହଣ କରୁ ନ ଥିବାରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri