ମାଓବାଦୀ-ଯବାନ ଗୁଳିବିନିମୟ: ଯବାନ ଗୁରୁତର

ନୂଆପଡ଼ା,୨୦।୫,(ମକାରୁ ବେମାଲ): ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା କୋମନା ଥାନା ସୁନାବେଡ଼ା ଅଭୟାରଣ୍ୟ ଭିତରେ ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଏସଓଜି ଯବାନଙ୍କୁ ଗୁଳି ଲାଗିଥିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ଆହତ ଯବାନ ଜଣକ ପ୍ରକାଶ ସାହି ବୋଲି ସୂଚନା ମିଳିଛି । ବର୍ତ୍ତମାନ ଆହତ ଯବାନ ରାୟପୁରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ହୋଇଛନ୍ତି।
ଗତ କିଛି ଦିନ ହେବ ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହେଉଥିଲା। ସୁନାବେଡା ଅଭୟାରଣ୍ୟ ଅଞ୍ଚଳରେ ମାଓବାଦୀମାନେ ଚଳପ୍ରଚଳ ହେଉଥିବା ପୁଲିସକୁ ଗୁଇନ୍ଦା ସୂତ୍ରରୁ ଖବର ମିଳିଥିଲା। ଗତ ୧୮ ତାରିଖରେ ଦୁଇ ରାଜ୍ୟ ସୀମାନ୍ତ ଅଞ୍ଚଳକୁ ଏସଓଜି ଯବାନଙ୍କ ଟିମ ନକ୍ସଲ ବିରୋଧୀ କମ୍ବିଂ ଅପରେସନ ପାଇଁ ଯାଇଥିଲା। ଏହି ଯବାନମାନେ କୋମନା ଥାନା ଭାଓସିଲ, ଝରଲାଆମ, ଶିବନାରାୟଣପୁର ଅଞ୍ଚଳରେ ଘଞ୍ଚ ଜଙ୍ଗଲ ମଧ୍ୟରେ ଦୁଇ ଦିନ ଧରି କମ୍ବିଂ ଅପରେସନ ଜାରି ରଖିଥିଲେ।
ସୂଚନା ମୁତାବକ, ରବିବାର ରାତି ପ୍ରାୟ ଅଢ଼େଇ ଟାରେ ଏସଓଜି ଯବାନମାନେ ଶିବନାରାୟଣପୁର ଗାଁ ନିକଟ ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ଘଞ୍ଚ ଜଙ୍ଗଲରେ କମ୍ବିଂ ଅପରେସନ କରୁଥିଲେ। ଏହି ସମୟରେ ମାଓବାଦୀଙ୍କ ସହ ଯବାନମାନେ ମୁହଁାମୁହିଁ ହୋଇଥିଲେ। ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଆଖିବୁଜା ଗୁଳି ଚାଳନା କରିଥିଲେ । ଏହି ସମୟରେ ଜଣେ ଏସଓଜି ଯବାନଙ୍କୁ ମାଓବାଦୀଙ୍କ ଗୁଳି ଲାଗିଥିଲା। ତେବେ ଯବାନଙ୍କ ତଣ୍ଟିରେ ଗୁଳି ଲାଗିବା ସହ ଗଳା ଭିତରେ ଫସି ଯାଇଥିଲା। ଫଳରେ ଏସଓଜି ଯବାନ ଜଣକ ଗୁରୁତର ଆହତ ହୋଇଛନ୍ତି । ଆଜି ଭୋର ସକାଳୁ ସାଥୀ ଏସଓଜି ଯବାନମାନେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଗରିଆବନ୍ଧ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରିଥିଲେ । ସେଠି ଯବାନଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ରାୟପୁରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଯବାନଙ୍କ ତଣ୍ଟିରୁ ଗୁଳି କଢା ଯାଇ ନ ଥିବା ସୂଚନା ମିଳିଛି। ଏବେ ବି ଶିବନାରାୟଣପୁର ଅଞ୍ଚଳରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri