ମାଓବାଦୀ ରଚିଥିଲେ ବଡ଼ ଯୋଜନା, ବିଏସ୍‌ଏଫ୍‌ ଯବାନ କଲେ ପଣ୍ଡ

ମାଲକାନଗିରି, ୨୩ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଘନବେଡ଼ା ଓ ଗୁରାସେତୁ ୧୭୭ ବିଏସ୍‌ଏଫ୍‌ ବାଟାଲିୟନ ତରଫରୁ ମାଓବାଦୀ ଡମ୍ପ ଜବତ କରିବା ସହ ବୋମା ନିଷ୍କ୍ରିୟ କରିଛନ୍ତି। ୧୭୭ ବାଟାଲିୟନ ବିଏସ୍‌ଏଫ୍‌ ଯବାନମାନେ ବୁଧବାର କୋଣ୍ଡାକାମ୍ବେରୁ ସଂରକ୍ଷିତ ଜଙ୍ଗଲରେ କୋମ୍ବିଂ ସମୟରେ ଅଣ୍ଡ୍ରାପାଲ୍ଲୀ ପଞ୍ଚାୟତ ଅରାପଦର ଗ୍ରାମ ନିକଟ ଜଙ୍ଗଲରେ ଏକ ଗଛ ପାଖରେ ମାଓବାଦୀ ଡମ୍ପ ଥିବା ଜାଣିବାକୁ ପାଇଥିଲେ। ଉକ୍ତ ଗଛ ନିକଟରେ ଗୋଟିଏ ଡ୍ରମ୍‌ ଭିତରେ ଥିବା ଏହି ସାମଗ୍ରୀ ଜବତ କରିଥିଲେ। ଏହି ଡ୍ରମ୍‌ ଭିତରେ ଗୋଟିଏ ୩ ଲିଟର ଟିଫିନ୍‌ ବୋମା, ଗୋଟିଏ ୧ ଲିଟର ଟିଫିନ୍‌ ବୋମା, ତିନୋଟି ପାଇପ୍‌ ବୋମା, ୯ ଡିଟୋନେଟର, ୯ ଜିଲଟିନ୍‌ ଷ୍ଟିକ୍‌, ଗୋଟିଏ ବ୍ୟାଟେରି, ୧୦ ମିଟର ତାର, ଗୋଟିଏ ସୋଲାର ପ୍ଲେଟ୍‌, ଦୁଇଟି ଔଷଧ ବୋତଲ, ଗୋଟିଏ ପ୍ଲାଷ୍ଟିକ ଡ୍ରମ୍‌ ଜବତ କରିଛନ୍ତି। ଏଥିସହ ଉକ୍ତ ଦୁଇଟି ଟିଫିନ୍‌ ବୋମାକୁ ସ୍କ୍ବାଡ୍‌ ସହାୟତାରେ ନିଷ୍କ୍ରିୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ, କେରଳରୁ ଗିରଫ ହେଲେ ଅଭିଯୁକ୍ତ

ବୁଗୁଡ଼ା,୨୩ା୧୦(କାଳୀଚରଣ ଦାଶ): ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ସୁଦୂର କେରଳରୁ ଗିରଫ...

୨ ଦିନ ହାଇକୋର୍ଟ ଛୁଟି

କଟକ,୨୩ା୧୦ (କାର୍ତ୍ତିକ ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ହାଇକୋର୍ଟକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ହାଇକୋର୍ଟ ପକ୍ଷରୁ ବୁଧବାର ଜାରି ବିଜ୍ଞପ୍ତି ଅନୁଯାୟୀ,...

ଏଟିଏମ୍‌ କାର୍ଡ ବଦଳାଇ ଦୁର୍ବୃତ୍ତ ଲୁଟିନେଲେ ଏତିକି ଟଙ୍କା, ପଛରେ ରହି ପିନ୍‌…

ହିଞ୍ଜିଳିକାଟୁ,୨୩ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ଏଟିଏମ୍‌ରେ ଚତୁରତାର ସହ କାର୍ଡ ବଦଳାଇ ଟଙ୍କା ଲୁଟ୍‌ ହୋଇଥିବା ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ହିଞ୍ଜିଳି ବଡ଼ସାହିର ଉଦୟନାଥ...

ଚଢ଼ା ଦରରେ ସାମଗ୍ରୀ ବିକୁଥିଲେ ହେବ କାର୍ଯ୍ୟାନୁଷ୍ଠାନ: ଜାରି ହେଲା ଟେଲିଫୋନ ନମ୍ବର

ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବଜାରରେ ପ୍ରଚୁର ପରିମାଣର...

ବାତ୍ୟା ପ୍ରଭାବିତ ଜିଲା ପାଇଁ ଜାରି ହେଲା ଟୋଲ୍ ଫ୍ରି ନମ୍ବର, ସହାୟତା ପାଇଁ କରନ୍ତୁ କଲ୍

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ...

ନିଖୋଜର ୧୬ ଦିନ ପରେ ନାଳରୁ ମିଳିଲା ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଝରିଗାଁ,୨୩ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାା ଝରିଗାଁ ଥାନା ଅର୍ନ୍ତଗତ ଗୁରୁସିଙ୍ଗା ଜଙ୍ଗଲ ମଧ୍ୟରେ ରହିଥିବା ଶୁଷ୍କ ନାଳ ମଧ୍ୟରୁ ସ୍ଥାନୀୟ ପୋଲିସ ଏକ ଗଳିତ...

ଅଫ୍‌ଲାଇନ୍‌ରେ ବାଲିଯାତ୍ରା ଷ୍ଟଲ୍‌ ପଞ୍ଜୀକରଣ ସ୍ଥଗିତ

କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍‌ ଖୋଲିବା ନିମନ୍ତେ ପ୍ଲଟ୍‌ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି...

ଘରେ ପଶି ସୁନାଗହଣା ଲୁଟି ନେଇଥିଲେ ୩ ନାବାଳକ, ଚୋରିର ଏମିତି ପର୍ଦ୍ଦାଫାଶ କଲା ପୋଲିସ

ଦିଗପହଣ୍ଡି/ପାଟପୁର,୨୩ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନା ନୂଆଗଡ଼ ଗ୍ରାମରେ ଗତ ୯ ତାରିଖ ସାରେ ଘରେ ପଶି ସୁନାଗହଣା ଲୁଟ୍‌ ଘଟଣାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri