ଇକ୍ୱାଟୋରିଆଲ ଗିନିରେ ମାରବର୍ଗ ଭାଇରସ ଆତଙ୍କ, କରୋନାଠାରୁ ଅଧିକ ବିପଜ୍ଜନକ…

ମାଲାବୋ,୧୪।୨ : ମାରବର୍ଗ ଭାଇରସ ଆଫ୍ରିକୀୟ ଦେଶ ଇକ୍ୱାଟୋରିଆଲ ଗିନିରେ ଆତଙ୍କ ସୃଷ୍ଟି କରିଛି। ଏହା କରୋନା ଅପେକ୍ଷା ଅଧିକ ବିପଜ୍ଜନକ ବୋଲି କୁୁହାଯାଉଛି। ଏହାର ସଂକ୍ରମଣ ଯୋଗୁ ଏପର୍ଯ୍ୟନ୍ତ ନଅ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ବହୁ ସଂଖ୍ୟକ ଲୋକ ଅସୁସ୍ଥ ଅଛନ୍ତି। ମାରବର୍ଗ ଭୂତାଣୁ ସଂକ୍ରମଣର ଲକ୍ଷଣ ଇବୋଲା ଭୂତାଣୁ ସହିତ ସମାନ ବୋଲି ବିଶେଷଜ୍ଞ କହିଛନ୍ତି।

ଏଥିରେ ଆକ୍ରାନ୍ତଙ୍କୁ ଜ୍ୱର, ମୁଣ୍ଡବିନ୍ଧା ,ଛାତି ଯନ୍ତ୍ରଣା ହୋଇଥାଏ। ଯେତେବେଳେ ଅବସ୍ଥା ଖରାପ ହୁଏ, ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥାଏ। ସଂକ୍ରମଣର ସାତ ଦିନ ମଧ୍ୟରେ ଅନେକଙ୍କଠାରେ ଆଭ୍ୟନ୍ତରୀଣ ରକ୍ତସ୍ରାବ ଲକ୍ଷଣ ମଧ୍ୟ ଦେଖାଯାଇଥାଏ। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଏକ ବିବୃତ୍ତି ଜାରି କରି କହିଛି ଯେ ମାରବର୍ଗ ଭାଇରସର ଏତେ ବଡ଼ ଆକାରରେ ଏହା ହେଉଛି ପ୍ରଥମ ସଂକ୍ରମଣ। ପ୍ରଭାବିତ ଅଞ୍ଚଳରେ ଆଡଭାନ୍ସ ଦଳ ନିୟୋଜିତ କରାଯାଇଛି, ଯାହା ସଂକ୍ରମିତଙ୍କଠାରେ ଭୁତାଣୁ ଚିହ୍ନଟ କରୁଛନ୍ତି। ଆକ୍ରାନ୍ତଙ୍କୁ ଆଇସୋଲେଟ କରାଯାଉଛି। ସେମାନଙ୍କୁ ଆବଶ୍ୟକ ଚିକିତ୍ସା ଯୋଗାଇ ଦିଆଯାଉଛି।

ଏହାର ସଂକ୍ରମଣକୁ ରୋକିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସ୍ବାସ୍ଥ୍ୟ ଜରୁରୀକାଳୀନ ବିଶେଷଜ୍ଞ, ସଂକ୍ରମଣ ନିରାକରଣ ଦଳ, ଲ୍ୟାବ ଏବଂ ଯୋଗାଯୋଗ ସହାୟତା ପ୍ରଣାଳୀ ନିୟୋଜିତ କରିଛି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଆଞ୍ଚଳିକ ନିର୍ଦ୍ଦେଶକ ଡ. ମାତିଶିଦୋ ମୋଏତି କହିଛନ୍ତି ଯେ ମାରବର୍ଗ ସଂକ୍ରମଣ ଶୀଘ୍ର ବ୍ୟାପିଥାଏ ଏବଂ ଏହାର ସଂକ୍ରମଣର ମୃତ୍ୟୁ ହାର ୮୮ପ୍ରତିଶତକୁ ଯାଇପାରେ। ମାରବର୍ଗ ଭୂତାଣୁ ଇବୋଲା ପରିବାରର ଅଟେ।
ଏହି ଭୂିତାଣୁ ବାଦୁଡ଼ିଠାରୁ ମଣିଷ ପର୍ଯ୍ୟନ୍ତ ବ୍ୟାପିଛି ଏବଂ ଏହା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ଅନ୍ୟ ଲୋକଙ୍କୁ ବ୍ୟାପିଥାଏ। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ସଂକ୍ରମଣ ପାଇଁ କୌଣସି ଚିକିତ୍ସା କିମ୍ବା ଟିକା ଉପଲବ୍ଧ ନାହିଁ, କିନ୍ତୁ ଠିକ ସମୟରେ ଚିକିତ୍ସା ଆକ୍ରାନ୍ତଙ୍କର ଜୀବନ ରକ୍ଷା କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ...

ଅନୁରା ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି

କଲମ୍ବୋ,୨୨ା୯: ଶ୍ରୀଲଙ୍କାକୁ ମିଳିଛି ନୂଆ ରାଷ୍ଟ୍ରପତି। ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହୋଇଛନ୍ତି। ନ୍ୟାଶନାଲ ପିପୁଲ ପାଓ୍ବାର(ଏନ୍‌ପିପି) ମେଣ୍ଟର ପ୍ରାର୍ଥୀ ଅନୁରା ୫୩%...

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି...

ଏହି ସ୍ବତନ୍ତ୍ର ଡ୍ରୋନ୍‌ ପାଇଁ ଆମେରିକା ସହିତ ଭାରତର ଚୁକ୍ତି, କିଣିବା ପାଇଁ ଲାଗିବ ଏତିକି ଟଙ୍କା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଭାରତ ଏବଂ ଆମେରିକା ରବିବାର କୋଟି କୋଟି ଡଲାର ମୂଲ୍ୟର ଡ୍ରୋନ୍‌ ଚୁକ୍ତି ସ୍ବାକ୍ଷର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ତିନି ଦିନିଆ...

କ୍ୱାଡ୍‌ ଶିଖର ସମ୍ମିଳନୀରେ ଉଠିଲା ଅନେକ ପ୍ରସଙ୍ଗ, ପ୍ରଧାନମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ୩ ଦିନିଆ ଆମେରିକା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ଭାରତର ନରେନ୍ଦ୍ର ମୋଦି କ୍ବାଡ୍‌ ଶିଖର ସମ୍ମିଳନୀରେ ସାମିଲ ହୋଇଛନ୍ତି। ଉକ୍ତ ବୈଠକରେ ଅନେକ ପ୍ରସଙ୍ଗ...

ଯୁଦ୍ଧରେ ଘରଦ୍ୱାର ହରାଇ ସ୍କୁଲ୍‌ରେ ନେଇଥିଲେ ଆଶ୍ରୟ: ଇସ୍ରାଏଲ୍‌ କଲା ବୋମାମାଡ଼

ଗାଜା ସିଟି,୨୧ା୯: ଯୁଦ୍ଧରେ ଘରଦ୍ୱାର ହରାଇ ପାଲେଷ୍ଟିନୀୟମାନେ ଗାଜା ସିଟିର ଏକ ସ୍କୁଲ୍‌ରେ ଆଶ୍ରୟ ନେଇଥିବାବେଳେ ସେଠାରେ ଇସ୍ରାଏଲ୍‌ ବୋମାମାଡ଼ କରିଛି। ଏଥିରେ ଅନୂ୍ୟନ ୨୧...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

‘ଆପଣଙ୍କ କାର ମୋ ମା’ଙ୍କ ଘର ସହ ସମାନ’, ମୋଦିଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଓବାମା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri