Posted inଜାତୀୟ

କୋଲକାତାରେ ବଡ଼ ଧରଣର ବିସ୍ଫୋରଣ

କୋଲକାତା,୧୪।୯: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ବ୍ଲୁଚମାନ ସେଣ୍ଟ ଏବଂ ଏସ.ଏନ ବାନାର୍ଜୀ ରୋଡ କ୍ରସିଂରେ ଶନିବାର ଏକ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା। କୋଲକାତା ପୋଲିସ କହିଛି ଯେ ଅପରାହ୍ନ ପ୍ରାୟ ୧ଟା ୩୦ ସମୟରେ ଏହି ବିସ୍ଫୋରଣ ଘଟିଛି। ୧ଟା ୪୫ରେ ପୋଲିସକୁ ଏ ସମ୍ପର୍କରେ ସୂଚନା ଦିଆଯାଇଥିଲା। ବିସ୍ଫୋରଣ ଘଟଣାରେ ଅଳିଆ ସଂଗ୍ରହକାରୀ ଭାବରେ କାର୍ଯ୍ୟ କରୁଥିବା ଜଣେ ବ୍ୟକ୍ତି ଆହତ ହୋଇଥିଲେ।
ସନ୍ଦେହଜନକ ବ୍ୟାଗରେ ବିସ୍ଫୋରଣ ଘଟିଥିବା ପୋଲିସ କହିଛି। ଯେତେବେଳେ ଜଣେ ବ୍ୟକ୍ତି ବ୍ୟାଗ ଉଠାଇବାକୁ ଚେଷ୍ଟା କରୁଥିଲେ, ସେଠାରେ ବିସ୍ଫୋରଣ ହୋଇଥିଲା। ଆହତ ବ୍ୟକ୍ତିଙ୍କୁ ଏନଆରଏସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଡାହାଣ ହାତଗୋଡ଼ରେ ଆଘାତ ଲାଗିଛି।
ଏହି ଘଟଣା ପରେ ଉକ୍ତ ଅଞ୍ଚଳକୁ ସୁରକ୍ଷା ଟେପ ଘେରି ରହିଥିଲା ଏବଂ ପରେ ବମ ଡିଟେକସନ ଆଣ୍ଡ ଡିସପୋଜାଲ ସ୍କ୍ବାଡ(ବିଡିଡିଏସ) ଦଳକୁ ଘଟଣାସ୍ଥଳକୁ ଡକାଯାଇଥିଲା। ଏହି ଟିମ ବ୍ୟାଗ ଏବଂ ଏହାର ଆଖପାଖ ଅଞ୍ଚଳକୁ ଯାଞ୍ଚ କରୁଛି। ସେମାନଙ୍କ ଅନୁମୋଦନ ପରେ ହିଁ ଟ୍ରାଫିକକୁ ଅନୁମତି ଦିଆଯାଇଥିଲା । ବିସ୍ଫୋରଣର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

ରାହୁଲଙ୍କୁ କାହିଁକି ଭାଇରସ ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ୨୫ସେପ୍ଟେମ୍ବର ୨୦୨୪ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶେରାୱାଲି କହି ରାଲିରେ ନିଜର...

ପାକିସ୍ତାନ ଉପରେ ବର୍ଷିଲେ ମୋଦି କହିଲେ, ଜମ୍ମୁ-କଶ୍ମୀରେ ଲାଗୁ ହେବାକୁ ଦେବୁ ନାହିଁ…

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରି ମୋଦି କଂଗ୍ରେସ, ନାଶନାଲ କନଫରେନ୍ସ ଏବଂ ପିଡିପି ଉପରେ ଖୁବ ବର୍ଷିଛନ୍ତି। ପାକିସ୍ତାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri