ମୁମ୍ବାଇ,୬ା୧୦: ମୁମ୍ବାଇର ଗୋରେଗାଁଓ ଅଞ୍ଚଳରେ ଥିବା ଏକ ୭ ମହଲା ଅଟ୍ଟାଳିକାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୭ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୨ ଶିଶୁ ଥିବା ଜଣାଡିଛି। ୬୦ରୁ ଊର୍ଦ୍ଧ୍ୱ ଲୋକେ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି। ଅଟ୍ଟାଳିକାରେ ଅଗ୍ନି ନିର୍ବାପନ ବ୍ୟବସ୍ଥା ନ ଥିଲା ବୋଲି ମୁମ୍ବାଇର ଫାୟାର ବ୍ରିଗେଡ୍ ମୁଖ୍ୟ କହିଛନ୍ତି।
ବିଲ୍ଡିଂରୁ ୩୦ ଜଣଙ୍କୁ ଉଦ୍ଧାର କରାଯାଇଛି। ମୃତକମାନଙ୍କ ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶୋକବ୍ୟକ୍ତ କରିବା ସହ ସେମାନଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି।