ଆସନ୍ତା ୨୧ରୁ ମାଟ୍ରିକ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆସନ୍ତା ୨୧ରୁ ଆରମ୍ଭ ହେବ। ଦଶମ ଶ୍ରେଣୀ ସହିତ ଏସ୍‌ଓଏସ୍‌ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ। ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବ। ଏଥିପାଇଁ ୨୦ ତାରିଖ ସକାଳ ୧୦ଟା ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷକମାନେ ଯୋଗଦେବେ। ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟ ପହଞ୍ଚିଥିବା ବୋର୍ଡର ଉପସଭାପତି ଡା. ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।

ଏହାଛଡ଼ା ୧୦ରୁ ୧୨ ଦିନ ପର୍ଯ୍ୟନ୍ତ ଖାତା ଦେଖା ଚାଲିବ। ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକଙ୍କ ସହ ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଓ ୯୩୦ ଜଣ ସ୍କୃଟିନାଇଜରଙ୍କୁ ନିୟୋଜିତ କରାଯାଇଛି। ଖାତା ଦେଖା ପରେ ମାର୍କ ଅପଲୋଡ କାର୍ଯ୍ୟ କରାଯିବ ସେ ଆହୁରି ମଧ୍ୟ କହିଛନ୍ତି ।

Share