ଏପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ମାଟ୍ରିକ ପରୀକ୍ଷା ନେଇ ଶୁକ୍ରବାର ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଏପ୍ରିଲ ୨୯ରୁ ଏହି ପରୀକ୍ଷା ଆରମ୍ଭ ହୋଇ ମେ’ ୬ ପର୍ଯ୍ୟନ୍ତ ଚାଲିବ। ୩ଟି ପଦ୍ଧତିରେ ଏହି ପରୀକ୍ଷା କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ସେ କହିଛନ୍ତି। ପ୍ରଥମ ପଦ୍ଧତିରେ ସମ୍ମେଟିଭ-୧ ଓ ଇଣ୍ଟରନାଲ ଆସେସମେଣ୍ଟର ୨ ଗୁଣ ହେବ। ୨ୟ ପଦ୍ଧତି- ସମ୍ମେଟିଭ-୨ର ମାର୍କ ୨ ଗୁଣ କରି ହିସାବ କରାଯିବ। ସେହିପରି ୩ୟ ପଦ୍ଧତି- ଇଣ୍ଟରନାଲ ଆସେସମେଣ୍ଟର ୨୦%, ସମ୍ମେଟିଭ-୧ରୁ ୩୦%, ସମ୍ମେଟିଭ-୨ରୁ ୫୦% ନିଆଯାଇ ମାର୍କିଂ କରାଯିବ। ସବୁ ପିଲାଙ୍କ ପାଇଁ ଏହା ବାଧ୍ୟତାମୂଳକ ରହିବ। ଯଥା ସମ୍ଭବ ପରୀକ୍ଷା ନିଜ ନିଜ ସ୍କୁଲରେ କରାଯିବ। ନିଜ ସ୍କୁଲରେ ହୋଇ ନ ପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ। ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ସ୍କୁଲର ଶିକ୍ଷକ ନିଯୁକ୍ତ ହେବେ ବୋଲି ଶାସନ ସଚିବ କହିଛନ୍ତି।

Share