ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୯ା୪(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଖାତାଦେଖା କାର୍ଯ୍ୟ ଶେଷ ହେବାକୁ ଆଉ ୨ ଦିନ ସମୟ ଲାଗିବ। ପରେ ସମସ୍ତ ପ୍ରକ୍ରିୟା ଶେଷ କରାଯାଇ ଆସନ୍ତା ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ପାଇବ। ଏକସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ମଧ୍ୟ ପ୍ରକାଶିତ ହେବ ବୋଲି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ମଙ୍ଗଳବାର ସୂଚନା ଦେଇଛନ୍ତି। ସେହିପରି ବିଜ୍ଞାନ ବିଷୟରେ ୪ ମାର୍କ ପ୍ରଶ୍ନ କମ୍‌ ଥିବା ପରୀକ୍ଷାର୍ଥୀଙ୍କୁ ଗ୍ରେସ୍‌ ମାର୍କ ଦିଆଯିବା ସମ୍ପର୍କରେ ଖୁବ୍‌ଶୀଘ୍ର ବୋର୍ଡର ପରୀକ୍ଷା ପରିଚାଳନା ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି ତରାଇ କହିଛନ୍ତି।
ପ୍ରକାଶ ଯେ, ଗତ ମାର୍ଚ୍ଚ ୧୯ ତାରିଖରୁ ମାଟ୍ରିକ୍‌ ଖାତା ଦେଖା ଆରମ୍ଭ ହୋଇଛି। ରାଜ୍ୟର ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ଖାତାଦେଖା ହୋଇଛି। ମୋଟ୍‌ ୧୧,୮୦୦ ଜଣ ପରୀକ୍ଷକ ଖାତାଦେଖା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। କଡ଼ା ସୁରକ୍ଷା ବ୍ୟବସ୍ଥାରେ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଖାତା ଦେଖାଯାଉଛି। ମାଟ୍ରିକ୍‌ ପରୀକ୍ଷା ଖାତାଦେଖା ପାଇଁ ୪୭ଟି ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ୨ଟି କେନ୍ଦ୍ରରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ୨ଟି କେନ୍ଦ୍ରରେ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ ହେଉଛି। ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖାତା ଦେଖା ହେଉଛି। ବିଭିନ୍ନ ଜିଲାରେ ଜିଲା ଶିକ୍ଷାଧିକାରୀ ମୂଲ୍ୟାୟନ ବ୍ୟବସ୍ଥାକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରୁଛନ୍ତି। ଖାତାଦେଖା ପ୍ରକ୍ରିୟାକୁ ସହଜ କରିବା ପାଇଁ କେତେକ ୟୁନିଟ୍‌ ଗଠନ କରାଯାଇଛି। ପ୍ରତି ୟୁନିଟ୍‌ରେ ଜଣେ ମୁଖ୍ୟ ପରୀକ୍ଷକ, ଦୁଇଜଣ ଉପ ପରୀକ୍ଷକ, ଦୁଇ ସ୍କ୍ରୁଟିନାଇଜର, ତଦାରଖ ନିମନ୍ତେ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ସୁପରଭାଇଜର ଭାବେ ନିୟୋଜିତ କରାଯାଇଛି। ବୋର୍ଡ ପକ୍ଷରୁ ଜଣେ କ୍ୟାମ୍ପ ଅଫିସର ମଧ୍ୟ ଦାୟିତ୍ୱରେ ରହିଛନ୍ତି। ପ୍ରତିଦିନ ମୂଲ୍ୟାୟନ ପରେ ନମ୍ବର ଅନ୍‌ଲାଇନ୍‌ରେ ଅପ୍‌ଲୋଡ୍‌ କରାଯାଉଛି। ଏଥିପାଇଁ ବୋର୍ଡ ପକ୍ଷରୁ ୩୦୦ରୁ ଊଦ୍ଧର୍‌ବ ଡାଟାଏଣ୍ଟ୍ରି ଅପରେଟରଙ୍କୁ ନିୟୋଜିତ କରାଯାଇଛି। ନମ୍ବର ଏଣ୍ଟ୍ରି ସମୟରେ ଯେପରି ତ୍ରୁଟି ନ ରୁହେ ଏଥିପ୍ରତି ଯନତ୍ବାନ ରହିବାକୁ ସେମାନଙ୍କୁ ପରାମର୍ଶ ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷା ପାଇଁ ୫,୧୦,୭୭୮ ଜଣ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ। ରାଜ୍ୟର ମୋଟ୍‌ ୨,୯୭୯ କେନ୍ଦ୍ରରେ ପରୀକ୍ଷା ହୋଇଛି। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ପାଇଁ ୭,୭୬୬ ଜଣ ଫର୍ମ ପୂରଣ କରିଥିବାବେଳେ ୧୦୨ଟି କେନ୍ଦ୍ରରେ ପରୀକ୍ଷା ହୋଇଛି। ଏଥିସହ ମଧ୍ୟମା ପରୀକ୍ଷା ପାଇଁ ୩,୭୯୨ ଜଣ ଫର୍ମ ପୂରଣ କରିଥିବାବେଳେ ୫୨ଟି କେନ୍ଦ୍ରରେ ପରୀକ୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri