ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫,୧୦,୭୭୮ ପରୀକ୍ଷାର୍ଥୀ

କଟକ,୨୧।୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଫେବୃଆରୀ ୨୧ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇ ମାର୍ଚ୍ଚ ୬ରେ ଶେଷ ହେବ। ସେହିପରି ଏକ ସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପରୀକ୍ଷାର୍ଥୀମାନେ ସକାଳ ସାଢେ ୭ଟାରୁ ସାଢେ ୮ଟା ମଧ୍ୟରେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବେ। ସକାଳ ୯ଟାରେ ପରୀକ୍ଷା ଆରମ୍ଭ ହୋଇ ସାଢେ ୧୧ଟାରେ ଶେଷ ହେବ। ପରୀକ୍ଷା ସୁପରିଚାଳନା ପାଇଁ କଟକ ବଜ୍ରକବାଟି ରୋଡ୍‌ସ୍ଥିତ ବୋର୍ଡ ମୁଖ୍ୟାଳୟରେ ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି।

ଏଥିସହ ରାଜ୍ୟର ୬୦୦ ପରୀକ୍ଷା କେନ୍ଦ୍ରରୁ ଲାଇଭ୍‌ ଯୋଗେ ବୋର୍ଡ ମୁଖ୍ୟାଳୟ ସହ ସଂଯୋଗ ରହିବ। ଏହାଦ୍ୱାରା ବୋର୍ଡ କାର୍ଯ୍ୟାଳୟରୁ ସିଧାସଳଖ ସେହି ପରୀକ୍ଷା କେନ୍ଦ୍ରଗୁଡ଼ିକର ପରୀକ୍ଷା ପରିଚାଳନାକୁ ନିୟନ୍ତ୍ରଣ କରାଯାଇପାରିବ। ପରୀକ୍ଷା ସଂକ୍ରାନ୍ତୀୟ ସମସ୍ତ ତଥ୍ୟ ବୋର୍ଡ ମୁଖ୍ୟାଳୟକୁ ସିଧାସଳଖ ପରୀକ୍ଷାକେନ୍ଦ୍ର ଓ ନୋଡାଲ କେନ୍ଦ୍ରଗୁଡ଼ିକରୁ ଆସିବା ନିମନ୍ତେ ଅସ୍ଥାୟୀ ଭାବେ ବ୍ୟବସ୍ଥା କରାଯାଇଛି। ଏଥିସହ ମାର୍ଚ୍ଚ ୧୯ ତାରିଖରୁ ଖାତାଦେଖା ଆରମ୍ଭ ହେବ ବୋଲି ବୋର୍ଡ ମୁଖ୍ୟାଳୟ ପକ୍ଷରୁ ଜଣାପଡିଛି।

ସୂଚନାନୁସାରେ, ରାଜ୍ୟର ମୋଟ୍‌ ୨୯୭୯ କେନ୍ଦ୍ରରେ ୫,୧୦,୭୭୮ ଜଣ ମାଟ୍ରିକ୍‌ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ୧୦୨ଟି କେନ୍ଦ୍ରରେ ୭୭୬୬ ଜଣ ଓ ମଧ୍ୟମା ପରୀକ୍ଷା ୫୨ଟି କେନ୍ଦ୍ରରେ ୩୭୯୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ତେବେ ତିନୋଟିଯାକ ପରୀକ୍ଷାର ପ୍ରଶ୍ନପତ୍ର ସୁରକ୍ଷିତ ଭାବେ ଗଚ୍ଛିତ ରଖିବା ପାଇଁ ୩୦ଟି ଜିଲାରେ ୩୧୪ ନୋଡାଲ କେନ୍ଦ୍ର କରାଯାଇଛି। ସେଥିମଧ୍ୟରେ ପୋଲିସ ଥାନାରେ ୨୧ଟି ନୋଡାଲ କେନ୍ଦ୍ର ଓ ବିଟ୍‌ ହାଉସ୍‌ରେ ଗୋଟିଏ କେନ୍ଦ୍ର କରାଯାଇଛି।

ଚତୁଃସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା
ଶୃଙ୍ଖଳିତ ପରୀକ୍ଷା ପରିଚାଳନା ତଦାରଖ ପାଇଁ ଚତୁଃସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା କରାଯାଇଛି। ସମସ୍ତ ଜିଲା ଶିକ୍ଷାଧିକାରୀଙ୍କ ଦ୍ୱାରା ୭୦ଟି ଫ୍ଲାଇଂ ସ୍କ୍ବାଡ୍‌ ଗଠନ କରାଯାଇଛି। ବୋର୍ଡ ମୁଖ୍ୟାଳୟ ପକ୍ଷରୁ ୪୨ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ପରୀକ୍ଷା ପରିଚାଳନା ଯାଞ୍ଚ କରିବ। ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅଧିକାରୀଙ୍କୁ ନେଇ ଗଠିତ ସ୍ବତନ୍ତ୍ର ସ୍କ୍ବାଡ୍‌ ଏବଂ ପ୍ରତି ଜିଲାରେ ବିଡିଓ, ତହସିଲଦାର ଓ ଜିଲା ପ୍ରଶାସନର ଅଧିକାରୀଙ୍କୁ ନେଇ ଗଠିତ ସ୍କ୍ବାଡ୍‌ ପରୀକ୍ଷା ପରିଚାଳନା ତଦାରଖ ନିମନ୍ତେ ପ୍ରସ୍ତୁତ ହୋଇରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ମାଛ ଧରୁଥିବାବେଳେ ଭାସିଗଲେ ୬ ମତ୍ସ୍ୟଜୀବୀ: ୫ ଜଣ ଉଦ୍ଧାର, ଜଣେ ନିଖୋଜ

ମହାକାଳପଡ଼ା,୧ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ବନ୍ତନାଶି-ମହାନଦୀ ମୁହାଣ ମାଉଥଠାରେ ମଙ୍ଗଳବାର ଅପରାହ୍ନରେ ୬...

୩୦ OASଙ୍କୁ ମିଳିଲା IAS ପାହ୍ୟା, ଜାଣନ୍ତୁ କିଏ କିଏ ପାଇଲେ ପଦୋନ୍ନତି

ଭୁବନେଶ୍ୱର,୧ା୪: ରାଜ୍ୟ ସରକାରଙ୍କ ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କୁ ଏପ୍ରିଲ ପହିଲାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ପାହ୍ୟାକୁ ପଦୋନ୍ନତି ମିଳିଛି। ଏସଂକ୍ରାନ୍ତରେ କେନ୍ଦ୍ର...

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା...

ଧାନ ସଂଗ୍ରହ ଶେଷ: ଜାଣନ୍ତୁ ଏବର୍ଷ କିଣାହେଲା କେତେଟନ୍‌

ଭୁବନେଶ୍ୱର,୧।୪: ଧାନ ସଂଗ୍ରହ ଶେଷ ହୋଇଥିବା ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ସୂଚନା ଦେଇଛନ୍ତି, ସେ କହିଛନ୍ତି, ମାର୍ଚ୍ଚ ୩୧ ସୁଦ୍ଧା ଧାନ ସଂଗ୍ରହ ଶେଷ...

‘ନ୍ୟାୟ ନ ମିଳିଲେ ଯାତ୍ରା ଜଗତରୁ ସନ୍ୟାସ ନେବି, ପ୍ରମାଣ ଦେଲେ ୩ ବର୍ଷ ବିନା ପାରିଶ୍ରମିକରେ ଅଭିନୟ କରିବି’

ଭୁବନେଶ୍ୱର,୧।୪: ଯାତ୍ରା ହାସ୍ୟ ଅଭିନେତା ନରି ପଣ୍ଡାଙ୍କୁ ମାଡ ଘଟଣାରେ ନୂଆ ମୋଡ଼ ନେଇଛି। ସେ ଥାନାରେ ଏତଲା ଦେଇ କହିଛନ୍ତି, କୌଣସି ପରିସ୍ଥିତିରେ ମାଡ...

ଏପ୍ରିଲ ୩ରୁ ୩ ଦିନ ଧରି କୁଆପଥର ବର୍ଷା

ଭୁବନେଶ୍ୱର,୧।୪: ଏପ୍ରିଲ ୩ରୁ ୩ ଦିନ ଧରି ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ୯ ଜିଲାକୁ ଅରେଞ୍ଜ...

କାଲିଠୁ ଯୁକ୍ତ ଦୁଇ ଖାତାଦେଖା, ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୧ା୪: ଆସନ୍ତାକାଲି ଅର୍ଥାତ୍‌ ବୁଧବାରଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା...

ଓଡ଼ିଶା ଦିବଶରେ ବିଜେଡିକୁ କଟାକ୍ଷ: ବିଜେଡିର ନାହିଁ…

ଭୁବନେଶ୍ୱର,୧।୪: ଓଡ଼ିଶା ଦିବଶରେ ବିଜେଡିକୁ କଟାକ୍ଷ କଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। କହିଲେ ବିଜେଡିର ଭାଷା ଜ୍ଞାନ ନାହିଁ । ଭାଷାକୁ କଦର୍ଥ କରିଥିଲା ବିଜେଡି,ପାତ୍ର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image