ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ

କଟକ,୧୭।୫: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି ଜଣାପଡିଛି। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସବୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।

ସୂଚନା ଯୋଗ୍ୟ, ମାଟ୍ରିକ, ମଧ୍ୟମା ଓ ମୁକ୍ତବିଦ୍ୟାଳୟ ପରୀକ୍ଷା ଚଳିତବର୍ଷ ଫେବୃଆରୀ ୨୦ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ମାଟ୍ରିକରେ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରୀଛାତ୍ର, ମଧ୍ୟମାରେ ୩୦୩୭ଜଣ ଓ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ୭୮୩୧ଜଣ ଫର୍ମପୂରଣ କରିଥିଲେ। ସମସ୍ତ ପରୀକ୍ଷା ୩୦୩୭ ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହୋଇଥିଲା। ଖାତା ମୂଲ୍ୟାୟନ ମାର୍ଚ୍ଚ ୧୫ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ ପର୍ଯ୍ୟନ୍ତ ଚାଲିଥିଲା।

Share