ଆଜି ହେବ ମାଟ୍ରିକ ପରୀକ୍ଷା ଫଳ ତାରିଖ ଘୋଷଣା

କଟକ ଅଫିସ,୧୬।୫: ଆଜି ପୂର୍ବାହ୍ନ ସାଢେ ୧୧ଟା ବେଳେ ମାଟ୍ରିକ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।

ସୂଚନା ଯୋଗ୍ୟ, ମାଟ୍ରିକ, ମଧ୍ୟମା, ମୁକ୍ତବିଦ୍ୟାଳୟ ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବା ବେଳେ ରାଜ୍ୟର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପ୍ରଶ୍ନପତ୍ର ରଖିବା ପାଇଁ ୩୧୬ଟି ନୋଡାଲ ସେଣ୍ଟର କରାଯାଇଥିଲା।

Share