Advertisement

ଚଳିତମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ ଅଫିସ,୨୫ା୭ : : ଚଳିତମାସ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଶନିବାର ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଫଳାଫଳ କେବେ ପ୍ରକାଶ ପାଇବ ନିର୍ଦ୍ଦିଷ୍ଟ ତାରିଖ ଯଦିଓ ଧାର୍ଯ୍ୟ ହୋଇନି ତଥାପି ଏହି ଦିନେ ଦୁଇଦିନ ମଧ୍ୟରେ ଜଣାଇ ଦିଆଯିବ।
ସୂଚନାଯୋଗ୍ୟ, ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ରେ ଶେଷ ହୋଇଥିଲା। ଏ ବର୍ଷ ୨ ହଜାର ୮ ଶହ ୮୮ଟି ପରୀକ୍ଷା କେନ୍ଦ୍ରରେ ପ୍ରାୟ ୫ ଲକ୍ଷ ୬୦ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share