୨୨ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା

କଟକ,୧୭ା୭ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା ଆସନ୍ତା ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ରାଜ୍ୟରୁ ମୋଟ୍‌ ୯୭୨ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଛନ୍ତି। ଏଥିପାଇଁ ୮୩ଟି ପରୀକ୍ଷାକେନ୍ଦ୍ର କରାଯାଇଛି। ପରୀକ୍ଷାର୍ଥୀଙ୍କ ଆଡ୍‌ମିଟ୍‌ କାର୍ଡ ବୋର୍ଡର ଓ୍ବେବ୍‌ସାଇଟ୍‌ www.bseodisha.ac.inରେ ଉପଲବ୍ଧ ହୋଇଛି।
ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ସପ୍ଲିମେଣ୍ଟାରି ପରୀକ୍ଷା ଗୋଟିଏ ସିଟିଂରେ ଏବଂ ଗୋଟିଏ ପ୍ରଶ୍ନପତ୍ରରେ ହେବ। ପ୍ରତିଦିନ ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦ରେ ଶେଷହେବ। କେବଳ ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ୍‌ ସମୟ ଦିଆଯିବ ଅର୍ଥାତ୍‌ ସେହିଦିନ ପୂର୍ବାହ୍ନ ୧୧ଟା ୪୫ରେ ପରୀକ୍ଷା ଶେଷହେବ। ଆସନ୍ତା ୨୨ ତାରିଖରେ ପ୍ରଥମ ଭାଷା ଓଡ଼ିଆ, ବଙ୍ଗଳା, ହିନ୍ଦୀ, ଉର୍ଦ୍ଦୁ, ତେଲୁଗୁ ପରୀକ୍ଷା ହେବ। ସେହିପରି ୨୪ରେ ଦ୍ୱିତୀୟ ଭାଷା ଇଂଲିଶ, ହିନ୍ଦୀ, ପରିବେଶ ଓ ଜନସଂଖ୍ୟା ଶିକ୍ଷା(କେବଳ ମୂକ-ବଧିର ପରୀକ୍ଷାର୍ଥୀଙ୍କ ପାଇଁ), ୨୬ରେ ସାଧାରଣ ବିଜ୍ଞାନ, ୨୮ରେ ତୃତୀୟ ଭାଷା ଭିଜୁଆଲ୍‌ ଆର୍ଟ(ପ୍ରାକ୍ଟିକାଲ), ୨୯ରେ ଗଣିତ, ୩୦ରେ ସାମାଜିକ ବିଜ୍ଞାନ, ୩୧ ତାରିଖରେ ତୃତୀୟ ଭାଷା ହିନ୍ଦୀ, ଓଡ଼ିଆ, ପାର୍ଶି, ସଂସ୍କୃତ, ଭିଜୁଆଲ ଆର୍ଟ ଥିଓରି(ମୂକ-ବଧିର ପରୀକ୍ଷାର୍ଥୀଙ୍କ ପାଇଁ) ପରୀକ୍ଷା ହେବ। ଭିଜୁଆଲ ଆର୍ଟ ଓ ଭୋକେଶନାଲ ଟ୍ରେଡ୍‌ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୫୦ ମାର୍କର ସବ୍‌ଜେକ୍ଟିଭ ଓ ୫୦ ମାର୍କର ଅବ୍‌ଜେକ୍ଟିଭ ପ୍ରଶ୍ନ ଆସିବ। ଅବ୍‌ଜେକ୍ଟିଭ ପ୍ରଶ୍ନର ଉତ୍ତର ଓଏମ୍‌ଆର୍‌ ସିଟ୍‌ରେ ଏବଂ ସବ୍‌ଜେକ୍ଟିଭ ପ୍ରଶ୍ନର ଉତ୍ତର ପ୍ରଶ୍ନପତ୍ର ସଂଲଗ୍ନ ଉତ୍ତର ଖାତାରେ ଲେଖିବାକୁ ହେବ। ଭୋକେଶନାଲ ଟ୍ରେଡ୍‌ ଥିଓରି ବିଷୟଗୁଡ଼ିକରେ ୫୦ ମାର୍କ ଓ ଭିଜୁଆଲ ଆର୍ଟରେ ୨୦ ମାର୍କର ସବ୍‌ଜେକ୍ଟିଭ ପ୍ରଶ୍ନ ଆସିବ। ଭୋକେଶନାଲ ଟ୍ରେଡ୍‌ଗୁଡ଼ିକର ପ୍ରାକ୍ଟିକାଲ ପରୀକ୍ଷା(୫୦ ମାର୍କ) ନିଜ ବିଦ୍ୟାଳୟରେ ଜୁଲାଇ ୧ରୁ ୬ ତାରିଖ ମଧ୍ୟରେ ଓସେପା ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରାକ୍ଟିକାଲ ପରୀକ୍ଷାର ମାର୍କ ହାଇସ୍କୁଲର ପ୍ରଧାନ ଶିକ୍ଷକମାନେ ବୋର୍ଡର ପରୀକ୍ଷା ନିୟନ୍ତ୍ରକଙ୍କ ନିକଟକୁ ଡାକ ଯୋଗେ ପଠାଇବେ। ଏଥିସହ ଭିଜୁଆଲ ଆର୍ଟ ପ୍ରାକ୍ଟିକାଲ ପରୀକ୍ଷା (୮୦ ମାର୍କ) ନିର୍ଦ୍ଧାରିତ ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେବ।
୨୧ରୁ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା
ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ୨୦୨୪(୨ୟ) ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ। ପୂର୍ବରୁ ପ୍ରକାଶିତ କାର୍ଯ୍ୟସୂଚୀ ଅନୁଯାୟୀ ପରୀକ୍ଷା ହେବ। ରାଜ୍ୟରୁ ମୋଟ ୨୪,୫୨୦ ଛାତ୍ରୀଛାତ୍ର ଏହି ପରୀକ୍ଷା ପାଇଁ ଫର୍ମ ପୂରଣ କରିଛନ୍ତି। ଏଥିପାଇଁ ୧୨୧ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ପରୀକ୍ଷାର୍ଥୀଙ୍କ ଆଡ୍‌ମିଟ୍‌ କାର୍ଡ ବୋର୍ଡ ଓ୍ବେବ୍‌ସାଇଟ୍‌ www.bseodisha.ac.inରେ ଉପଲବ୍ଧ ହୋଇଛି। ଏନେଇ ବୋର୍ଡ ପକ୍ଷରୁ ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri