ଭୁବନେଶ୍ୱର,୨୧।୧(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରୀଛାତ୍ରଙ୍କୁ ‘ପରୀକ୍ଷା ଦର୍ପଣ’ ବହି ମିଳିବ। ଏଥିରେ ସମ୍ଭାବ୍ୟ ପ୍ରଶ୍ନ ଓ ଉତ୍ତର ରହିଛି। ବହିଟି ୭୦୦ ପୃଷ୍ଠାର ହୋଇଥି ଥିବା ବେଳେ ୬ ଲକ୍ଷ ୨୦ହଜାର ପିଲାଙ୍କୁ ମାଗଣାରେ ଏହା ମିଳିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଗୁରୁବାର ଏହା କହିଛନ୍ତି।
ପ୍ରକାଶ ଯେ, କରୋନା ମହାମାରୀ ଯୋଗୁ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ମାସ ଧରି ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। ତେବେ ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏ ଫିସ୍ ଦେବାକୁ ପଡୁଥିବା ବେଳେ ଏହି ଫି’ ଛାଡ଼ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।