ମାଟ୍ରିକ, ଯୁକ୍ତ ୨ ପରୀକ୍ଷା ଘୁଞ୍ଚିବ: ମନ୍ତ୍ରୀ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ବିଳମ୍ବ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସର୍ବନିମ୍ନ ୩ ମାସ ପାଠ ପଢ଼ାଯିବା ପରେ ପରୀକ୍ଷା ହେବ। ସର୍ବଭାରତୀୟ ସ୍ତରରେ ବନ୍ଦ ନିଷ୍ପତ୍ତି ନ ହେଲେ ପରୀକ୍ଷା ହେବ। ଡିସେମ୍ବର ୩୧ ପରେ ସ୍କୁଲ ଖୋଲିବା ବାବଦରେ ନିଷ୍ପତ୍ତି ହେବ ବୋଲି ମନ୍ତ୍ରୀ ଦାଶ ସୂଚନା ଦେଇଛନ୍ତି।

Share