ଜୁନ୍‌ ଶେଷ ସସ୍ତାହରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ ଅଫିସ,୪।୬: ଚଳିତ ମାସ ଶେଷ ସପ୍ତାହରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମାଟ୍ରିକ ଖାତା ଦେଖା ଶେଷ ହୋଇଛି। ରେଜଲ୍ଟ ନେଇ ପ୍ରକ୍ରିୟା ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ୨ ବର୍ଷ ପରେ ଏଥର ଅଫଲାଇନ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ଏପ୍ରିଲ ୨୯ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ଞ୍ଜ

Share