କୋଇଲା ଉତ୍ପାଦନରେ ଏମ୍‌ସିଏଲ୍‌ର ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୩।୪: ମହାନଦୀ କୋଲଫିଲ୍ଡ ଲିମିଟେଡ (ଏମ୍‌ସିଏଲ୍‌) ପକ୍ଷରୁ ନିକଟରେ ଆୟୋଜିତ ବାର୍ଷିକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏମ୍‌ସିଏଲ୍‌ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଓମ୍‌ ପ୍ରକାଶ ସିଂ କମ୍ପାନୀର ବାର୍ଷିକ କାର୍ଯ୍ୟକଳାପ ବିଷୟରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷରେ ଏମସିଏଲ ମୋଟ ୧୯୩.୩ ମିଲିୟନ ଟନ କୋଇଲା ଉତ୍ପାଦନ କରିଛି। ବିଶେଷ କରି ୨୦୨୨-୨୩ ଆର୍ଥକ ବର୍ଷରେ ଏମସିଏମଲ କୋଇଲା ଉପତ୍ାଦନରେ ସର୍ବକାଳୀନ ରେକର୍ଡ କରିଥିବା ସିଂ ମତପ୍ରକାଶ କରିଛନ୍ତି। ସେହିଭଳି କମ୍ପାନୀ ୧୯୩.୩ ମିଲିଅନ ଟନ୍‌ ଉପତ୍ାଦନ କରିବା ସହ ୧୯୨.୭ ମିଲିଅନ ଟନ୍‌ କୋଇଲା ଯୋଗାଇବାରେ ମଧ୍ୟ ନୂତନ ରେକର୍ଡ ସ୍ଥାପନ କରିଛି। ସେହିପରି ୨୦୨୨-୨୩ ଆର୍ଥିକ ବର୍ଷରେ ଏମ୍‌ସିଏଲ୍‌ କୋଇଲା ଉତ୍ପାଦନରେ ୧୫% ଅଭିବୃଦ୍ଧି ହାସଲ କରିଛି। ଏଥିସହିତ କୋଇଲା ଉତ୍ତୋଳନରେ ଗତ ଆର୍ଥିକ ବର୍ଷ ତୁଳନାରେ ୨୦୨୨-୨୩ ଆର୍ଥିକ ବର୍ଷରେ ୯% ଅଭିବୃଦ୍ଧି ଘଟିଛି ବୋଲି ସିଂ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ଏମ୍‌ସିଏଲ୍‌ ଧାର୍ଯ୍ୟ ସମୟ ପୂର୍ବରୁ ଏହାର ସମସ୍ତ ଲକ୍ଷ୍ୟ ହାସଲ କରିସାରିଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୭୦୦ ମିଲିୟନ ଟନ୍‌ ଧାର୍ଯ୍ୟ ଲକ୍ଷ୍ୟକୁ ଅତିକ୍ରମ କରିପାରିଛି।

ଏମ୍‌ସିଏଲ୍‌ ପରିବେଶ-ଅନୁକୂଳ ଯନ୍ତ୍ରପାତି ମାଧ୍ୟମରେ ସମୁଦାୟ ଉପତ୍ାଦନର ୯୭% କୋଇଲା ଉତ୍ତୋଳନ କରିପାରିଛି ବୋଲି ସିଂ କହିଛନ୍ତି। ଏମ୍‌ସିଏଲ୍‌ର ନିର୍ଦ୍ଦେଶକ (କାର୍ମିକ) କେଶବ ରାଓ, ମୁଖ୍ୟ ଭିଜିଲାନ୍ସ ଅଧିକାରୀ ପି. କେ. ପଟେଲ, ନିର୍ଦ୍ଦେଶକ (ବୈଷୟିକ) ଯୁଗଳ କୁମାର ବୋରା ଏବଂ ନିର୍ଦ୍ଦେଶକ (ଅର୍ଥ)ଅଜିତ କୁମାର ବେହୁରା ପ୍ରମୁଖ ଉପସ୍ଥିତ ରହି କମ୍ପାନୀ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଯୋଜନାଗୁଡ଼ିକୁ ସଫଳ କରାଇବାରେ କମ୍ପାନୀର ପ୍ରତ୍ୟେକ ସଦସ୍ୟଙ୍କର ସମନ୍ବିତ ଏବଂ ଉତ୍ସର୍ଗୀକୃତ ପ୍ରୟାସକୁ ପ୍ରଂଶସା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri