ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା ତାଙ୍କର ଦ୍ୱିତୀୟ ଗସ୍ତ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ରବିବାର ତୃତୀୟ ଦିନରେ କେନ୍ଦୁଝର କାର୍ଯ୍ୟକ୍ରମ ସାରି ୟୂରଭଞ୍ଜ ଜିଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିଲା। ହେଲେ ଗସ୍ତ ପୂର୍ବରୁ ରାଇସୁଆଁସ୍ଥିତ ଏୟାରଷ୍ଟ୍ରିପ୍‌ରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ ବେଳେ ଏଥିରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ମୁଖ୍ୟମନ୍ତ୍ରୀଙ୍କୁ ରାଇସୁଁଆ ଏୟର ଷ୍ଟ୍ରିପ୍‌ରେ ଦୀର୍ଘ ସମୟ ଧରି ଅଟକି ରହିବାକୁ ପଡିଛି। ଏଭଳି ସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରି ଦିଆଯାଇଥିବା ଏକ ବଡ଼ ସୂଚନା ସାମ୍‌ନାକୁ ଆସିଛି। ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ କେନ୍ଦୁଝରରୁ ଭୁବନେଶ୍ବର ଫେରି ଆସିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

JDU ନେତାଙ୍କ ଦାଦାଗିରି, ଡାକ୍ତରଙ୍କ ଚାମ୍ବରରେ ପଶି କଲେ ମାଡପିଟ

ପାଟନା,୨୦।୪: ପୁଣି ଥରେ ବିହାରରେ ଜଣେ ନେତାଙ୍କ ଦବଦବା ଚେହେରା ସାମ୍ନାକୁ ଆସିଛି। ଘଟଣାଟି ଆରା ଜିଲାର, ଯେଉଁଠାରେ JDUର ଶକ୍ତିଶାଳୀ ନେତା ପ୍ରିନ୍ସ ସିଂହ...

ଦୁଃଖଦ: ବୁଡ଼ି ଯାଉଥିଲେ ବାପା, ଉଦ୍ଧାର କରିବାକୁ ପୋଖରୀକୁ ଡେଇଁ ପଡ଼ିଲେ ଦୁଇ ପୁଅ, ହେଲେ…

କେନ୍ଦୁଝର, ୨୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଟାଙ୍ଗରାଣୀ ଗାଁରେ ପୋଖରୀରେ ବୁଡି ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ଉଦ୍ଧାର କରିବାକୁ...

କର୍ଣ୍ଣାଟକର ଅବସରପ୍ରାପ୍ତ ଡିଜିପିଙ୍କ ମୃତ୍ୟୁ, ସନ୍ଦେହ ଘେରରେ ପତ୍ନୀଙ୍କ ଭୂମିକା

ବେଙ୍ଗାଲୁରୁ,୨୦ା୪: କର୍ଣ୍ଣାଟକର ପୂର୍ବତନ ପୋଲିସ ମୁଖ୍ୟ ଓମ୍ ପ୍ରକାଶଙ୍କ ମୃତଦେହ ରବିବାର ତାଙ୍କ ବେଙ୍ଗାଲୁରୁ ସ୍ଥିତ ବାସଭବନରୁ ମିଳିଛି। ତାଙ୍କୁ ୬୮ ବର୍ଷ ହୋଇଥିଲା। ଯେଉଁ...

୪୩.୫° ସହ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର, ୪୦ ଟପିଲା ୧୧ସହର ରେ ତାପମାତ୍ରା

ଭୁବନେଶ୍ୱର,୨୦ା୪: କିଛିଦିନ ବ୍ୟବଧାନ ପରେ ରାଜ୍ୟକୁ ଫେରିଛି ତାତି। ୪୦ ଡ଼ିଗ୍ରୀ ଉପରେ ୧୧ ସହରର ତାପମାତ୍ରା। ୪୩.୫ ଡିଗ୍ରୀ ସହ ଝାରସୁଗୁଡା ରାଜ୍ୟର ସବୁଠୁ...

ନୂତନ ରାଶନ କାର୍ଡ ପ୍ରସ୍ତୁତି ନିମନ୍ତେ ଇ-କେୱାଇସି ଯାଞ୍ଚ ଜରୁରୀ

କେନ୍ଦୁଝର, ୨୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ନୂତନ ରାସନ କାର୍ଡ ପାଇଁ ଆବେଦନ କରିଥିବା ସମସ୍ତ ଆବେଦନକାରୀଙ୍କ ଯାଞ୍ଚ ତଥା କ୍ଷେତ୍ର...

Top 5 Magnificent handloom sarees of Odisa: ରାଜ୍ୟ ସହ ରାଜ୍ୟ ବାହାରେ ବେଶ ଆଦୃତ ଓଡ଼ିଶାର ଏହି ହସ୍ତତନ୍ତ ଶାଢୀ

ଓଡ଼ିଶା ଏହାର ସମୃଦ୍ଧ ଏବଂ ବିବିଧ ସଂସ୍କୃତି, ଐତିହ୍ୟ ଏବଂ କଳା ପାଇଁ ବେଶ ଜଣାଶୁଣା। ଓଡ଼ିଶାର ସଂସ୍କୃତିର ସବୁଠାରୁ ପ୍ରମୁଖ ଦିଗ ହେଉଛି ଏହାର...

ଅସୁସ୍ଥ ହୋଇପଡ଼ିଛନ୍ତି ପଞ୍ଜାବ କିଙ୍ଗସର ମାଲିକାଣୀ Preity Zinta, IPL 2025ରେ ଲଗାତାର ଟ୍ରାଭେଲିଂ ପାଇଁ…

ନୂଆଦିଲ୍ଲୀ,୨୦।୪: ରବିବାର IPL 2025ରେ, ଡବଲ ହେଡରର ପ୍ରଥମ ମ୍ୟାଚ ମୁଲାନପୁର କ୍ରିକେଟ ଷ୍ଟାଡିୟମରେ ପଞ୍ଜାବ କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଉଛି।...

ମାଗଣା ଚକ୍ଷୁ ଚିକିତ୍ସା ସହ ସ୍ବାସ୍ଥ୍ୟ ସେବା ଶିବିର

ପାଟଣା,୨୦।୪,(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେଗେନା ଠାରେ ରବିବାର ଇଣ୍ଡିଆନ ବାଇ ବାର୍ଥ ଫାଉଣ୍ଡେସନ ଏବଂ କେନ୍ଦୁଝର ସ୍ଥିତ ଭୂମିକା ଚକ୍ଷୁ ଚିକିତ୍ସାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image