କୋଦଳା, ବେଗୁନିଆପଡ଼ାରେ ଚିକିତ୍ସା ବ୍ୟବସ୍ଥା ବିପର୍ଯ୍ୟସ୍ତ

କୋଦଳା,୧୫ା୧(ଅମିତ୍‌ କୁମାର ପଟ୍ଟନାୟକ): ରାଜ୍ୟ ସରକାର ୫-ଟି ଜରିଆରେ ବିଭିନ୍ନ ଚିକିତ୍ସାକେନ୍ଦ୍ରକୁ କୋଟି କୋଟି ଟଙ୍କା ବିନିମୟରେ ବହୁ ଉନ୍ନୟନ କାର୍ଯ୍ୟ କରୁଥିବା ବେଳେ ରୋଗୀଙ୍କ ଚିକିତ୍ସା ପାଇଁ ଡାକ୍ତରମରୁଡ଼ି ଦେଖାଦେଇଛି। ଏହିପରି ଅବସ୍ଥାରେ ଡାକ୍ତର ନ ଥିବା ବେଳେ ସାମାନ୍ୟ ରୋଗରେ ପୀଡ଼ିତ ଦୂରଦୂରାନ୍ତ ଚିକିତ୍ସାଳୟ କିମ୍ବା ବେସରକାରୀ ଚିକିତ୍ସା ଉପରେ ନିର୍ଭରକରି ଖର୍ଚ୍ଚାନ୍ତ ହେଉଥିବା ଦେଖିବାକୁ ମିଳୁଛି, ଯାହାର ଜ୍ୱଳନ୍ତ ଉଦାହରଣ ପାଲଟିଛି କୋଦଳା ଏନ୍‌ଏସିରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ବେଗୁନିଆପଡ଼ା ବ୍ଲକରେ ଥିବା ସୁମଣ୍ଡଳ ଚିକିତ୍ସାକେନ୍ଦ୍ର ଏବଂ ବେଗୁନିଆପଡ଼ା ଚିକିତ୍ସାକେନ୍ଦ୍ର। ଏହିସବୁ ଚିକିତ୍ସା କେନ୍ଦ୍ରରେ ମୋଟ ୨୩ ଡାକ୍ତରଙ୍କ ଆବଶ୍ୟକ ଥିବା ବେଳେ ଚିକିତ୍ସା କରୁଛନ୍ତି ମାତ୍ର ଦୁଇଜଣ। ଡାକ୍ତର ଆଇପିହେଚ୍‌ଏସ୍‌ ଅନୁସାରେ କୋଦଳା ଚିକିତ୍ସାକେନ୍ଦ୍ରରେ ପାଞ୍ଚଜଣ ଏମ୍‌ବିବିଏସ୍‌, ଜଣେ ଶିଶୁରୋଗ ବିଶେଷଜ୍ଞ, ଜଣେ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ, ଔଷଧ ବିଶେଷଜ୍ଞ, ଅସ୍ତ୍ରୋପଚାର ବିଶେଷଜ୍ଞ ଏବଂ ଅନ୍ୟ ଜଣେ ବିଶେଷଜ୍ଞ ସହ ମୁଖ୍ୟ ଚିକିତ୍ସା ଅଧିକାରୀ ରହିବା କଥା। ତେବେ ୧୧ ଜଣ ଚିକିତ୍ସକ ଆବଶ୍ୟକ ଥିବା ବେଳେ କେହିବି ସ୍ଥାୟୀ ଚିକିତ୍ସକ ନାହାନ୍ତି। ଫଳରେ ୩ ଜଣଙ୍କୁ ଆସନ୍ତା ୧୬ ତାରିଖ ଯାଏ ଡେପୁଟେଶନ ହୋଇଛି। ସେହିପରି ମୁଖ୍ୟ ଚିକିତ୍ସାଧିକାରୀ ନ ଥିବାରୁ ବେଗୁନିଆପଡା ଡାକ୍ତରଙ୍କୁ ଏହି ଦାୟିତ୍ୱ ଦିଆଯାଇଛି ଏବଂ ବେଗୁନିଆପଡାରେ ଜଣେ ଆୟୁଷ ଡାକ୍ତରଙ୍କ ଭରସାରେ ଛାଡ଼ି ଦିଆଯାଇଛି। କୋଦଳା ଚିକିତ୍ସା କେନ୍ଦ୍ରରେ ଫାର୍ମାସିଷ୍ଟ ୩ଜଣ ସ୍ଥାନରେ ଅଛନ୍ତି ଜଣେ, ଆଟେଣ୍ଡାଣ୍ଟ ୪ ସ୍ଥାନରେ ଦୁଇଜଣ, ନର୍ସ ୧୨ ସ୍ଥାନରେ ମାତ୍ର ୬ ଜଣ ରହିଛନ୍ତି। ସେହିପରି କୋଦଳା ପରି ସୁମଣ୍ଡଳ ଚିକିତ୍ସାକେନ୍ଦ୍ରରେ ସମାନ ସଂଖ୍ୟକ ଡାକ୍ତରଙ୍କ ଆବଶ୍ୟକତା ଥିବା ବେଳେ ଜଣେମାତ୍ର ସର୍ଜରି ଡାକ୍ତରଙ୍କ ଭରସାରେ ଚାଲିଛି। ଏଠାରେ ନର୍ସ ୮ ଜଣ ଆବଶ୍ୟକ ଥିବା ବେଳେ ମାତ୍ର ଦୁଇଜଣ ରହିଛନ୍ତି। ସେପଟେ ବେଗୁନିଆପଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଅନ୍ୟ କେହି ଷ୍ଟାଫ୍‌ ନ ଥିବା ବେଳେ ଜଣେମାତ୍ର ଆୟୁଷ ଡାକ୍ତର ଚିକିତ୍ସାକେନ୍ଦ୍ର ଚଳାଉଛନ୍ତି, ଯାହା ରୋଗୀଙ୍କ ଜୀବନ ଉପରେ ପ୍ରଭାବ ପକାଉଛି। କୋଦଳା ଏବଂ ବେଗୁନିଆପଡ଼ା ଅଞ୍ଚଳର ଲକ୍ଷାଧିକ ଲୋକ ଉକ୍ତ ଡାକ୍ତରଖାନା ଉପରେ ନିର୍ଭର କରୁଥିବାରୁ ରାଜ୍ୟ ସରକାର ତୁରନ୍ତ ଡାକ୍ତର ପଦବୀ ପୂରଣ ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଅଞ୍ଚଳକୁ ଟ୍ୟାଙ୍କରରେ ହେଉଛି ଜଳ ଯୋଗାଣ

ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗରବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ୯ଟି ଜଳ ବିଶୋଧନାଗାର ରହିଛି। ପାନୀୟ ଜଳ ବିତରଣକାରୀ ସଂସ୍ଥା ୱାଟ୍‌କୋ ସମ୍ପୂର୍ଣ୍ଣ...

ସାତଜନ୍ମର ସାଥୀ ହେଲେ ୨ ଦିବ୍ୟାଙ୍ଗ, ଅନ୍ୟମାନଙ୍କ ପାଇଁ ସୃଷ୍ଟି କଲେ ଉଦାହରଣ

ବରଗଡ଼,୨୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବନ୍ଧପାଲି ଗ୍ରାମର ଚଞ୍ଚଳା ମାଝୀ ଏବଂ ସମ୍ବଲପୁର ଜିଲା ଗମ୍ଭାରିପଙ୍କ ଗ୍ରାମର ଶାନ୍ତନୁ ମଟାରୀ ଜନ୍ମରୁ ଦିବ୍ୟାଙ୍ଗ। ଉଭୟେ ଭଲ...

ଶିଶୁବାଟିକାରେ ନାମଲେଖାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର

ଦେବଗଡ଼,୨୧।୩(ଶଶାଙ୍କ ଶେଖର ଝାଙ୍କର): ସମଗ୍ର ଶିକ୍ଷା ଦେବଗଡ଼ ଆନୁକୂଲ୍ୟରେ ଜିଲାର ସରକାରୀ ବିଦ୍ୟାଳୟରେ ୫ ବର୍ଷରୁ ଊର୍ଦ୍ଧ୍ୱ ଶିଶୁମାନଙ୍କ ଶିଶୁବାଟିକା ଓ ୬ ବର୍ଷରୁ ଊଦ୍ଧ୍ୱର୍ର୍...

ଓଲଟିଲା ବରଯାତ୍ରୀ ଗାଡ଼ି: ଜଣଙ୍କ ଜୀବନ ଗଲା, ୬ ଆହତ

ଭବାନୀପାଟଣା,୨୧ା୩: କଳାହାଣ୍ଡି ଜିଲା ଧର୍ମଗଡ଼ରେ ଶୁକ୍ରବାର ଏକ ବରଯାତ୍ରୀ ଗାଡ଼ି ଓଲଟି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ...

ଦହିବରା ଖାଇ ଶତାଧିକ ଅସୁସ୍ଥ

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୧ା୩: ଯାଜପୁର ଜିଲା ବରୀ ବ୍ଲକର ୩ ପଞ୍ଚାୟତ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଘରକୁ ଘର ବୁଲି ବିକ୍ରି ହୋଇଥିବା ଦହିବରା ଖାଇ...

ତୃତୀୟ ଦିନରେ ଛାନ୍‌ଭିନ: ନବଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି: କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ୨ଜଣିଆ ଟିମ୍‌ ଗୁରୁବାର ୩ୟ ଦିବସରେ ଝାରସୁଗୁଡା ମୁଖ୍ୟ...

ଜେସିବିରେ ଏଟିଏମ୍‌ ତାଡିନେଲେ…

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ସଦର ଥାନା ଅନ୍ତର୍ଗତ ବିଟିଏମ୍‌ ଛକରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର ଏଟିଏମ୍‌ ମେଶିନକୁ ଦୁର୍ବୃତ୍ତମାନେ ଜେସିବି...

ଯୁବକଙ୍କୁ ହତ୍ୟା ମାମଲା: ୫ ଅଭିଯୁକ୍ତ ଗିରଫ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମର ପିଙ୍କୁ ଓରଫ ସୁଧାଂଶୁ ପ୍ରଧାନ(୨୫)ଙ୍କୁ ପିଟିପିଟି ହତ୍ୟା ମାମଲାରେ ପୋଲିସ ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image