ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି, ପହଞ୍ଚିଲେ ଡାକ୍ତରୀ ଟିମ୍‌

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକର ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପିଛି। ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ବୁଧବାର ଉକ୍ତ ପଞ୍ଚାୟତରେ ଡାକ୍ତରୀ ଟିମ୍‌ ପହଞ୍ଚିଥିଲା। ମାତ୍ର ଝାଡ଼ାବାନ୍ତିରେ ମାତ୍ର କିଛି ଲୋକ ଆକ୍ରାନ୍ତ ହୋଇଛନ୍ତି। ଦୁଇ ଜଣଙ୍କ ମୃତ୍ୟୁ ହୋଇଛି ମାତ୍ର କାରଣ ଅସ୍ପଷ୍ଟ ରହିଛି। ଗ୍ରାମରେ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଥିବା ଡାକ୍ତରୀ ଟିମ୍‌ କହିଛନ୍ତି। ଏ ନେଇ ବାଲିଗୁଡ଼ା ଉପଜିଲାପାଳ ଡା.ରୀନା ପ୍ରଧାନ କହିଛନ୍ତି ଯେ, ଏହି ଘଟଣାକୁ ନେଇ ମେଡିକାଲ ଟିମ୍‌ ସହ ଗ୍ରାମ୍ୟ ପରିମଳ ବିଭାଗ ଟିମ୍‌ ଗ୍ରାମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ସ୍ବାସ୍ଥ୍ୟ ପରୀକ୍ଷା କରିବେ ବୋଲି କହିଛନ୍ତି। ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ଅଭିଷେକ ନାୟକ ଓ ତାଙ୍କ ଟିମ୍‌ ଏହି ଝିରିପାଣି ପଞ୍ଚାୟତର ବରଗାଁ, ନଳକୁଟି, କୁନାବେଡ଼ା, ଘାଟିପଦର, ମାଙ୍କଡ଼ ଚୁଆଁ, ବରଗୁଡ଼ା, ସୁରାଙ୍ଗବାରୁ ଗ୍ରାମକୁ ଯାଇ ଅଧିବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ସେମାନଙ୍କୁ ଚିକିତ୍ସା କରାଇଛି। ଚିକିତ୍ସା କରି ଡାକ୍ତର ଅଭିଷେକ ପ୍ରଧାନ କହିବାନୁସାରେ, ଗାଁରେ ସୁରେନ୍ଦ୍ର ମାଝି(୧୬), ରାଡାମାରୁ ମାଝି (୬୪) କଣା ମାଝି(୨୫), କିଷାନ ମାଝି(୧୬) ସାମାନ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ଥିଲେ। କିଛିଦିନ ମଧ୍ୟରେ କୁନାବେଡ଼ା ଗାଁର ବଡ଼ଗୁଡ଼ି ମାଝି (୬୦), ମାଙ୍କଡ଼ଚୁଆଁ ଗାଁର ବାକ୍‌ଚୀ ମାଝିଙ୍କ ମୃତ୍ୟୁ ହୋଇଛି। ମାତ୍ର ଝାଡ଼ାବାନ୍ତି ନୁହେଁ ଅନ୍ୟ କୌଣସି କାରଣରୁ ମୃତ୍ୟୁ ହୋଇଥିବା ଡାକ୍ତର ଅଭିଷେକ କହିଛନ୍ତି। ଗ୍ରାମ୍ୟ ପରିମଳ ବିଭାଗର ଯନ୍ତ୍ରୀ ରାମଚନ୍ଦ୍ର ଚୌଧୁରୀ ଓ ଯନ୍ତ୍ରୀ ସ୍ନେହଲତା ପ୍ରଧାନ ଏହି ଗ୍ରାମଗୁଡ଼ିକୁ ଯାଇ ପାଣି ନେଇ ପରୀକ୍ଷା କରିଛନ୍ତି। ଗ୍ରାମବାସୀ ଯୋଗାଣ ହେଉଥିବା ବିଶୁଦ୍ଧ ଜଳ ବ୍ୟବହାର କରୁଛନ୍ତି। ଗ୍ରାମରେ କାଁ ଭାଁ ଆକ୍ରାନ୍ତ ହୋଇଛନ୍ତି। ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଔଷଧ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼...

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ...

ମିଳିଲାନି ମୃତ ଯୁବକଙ୍କ ପରିଚୟ, ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଶନିବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହକୁ ସତ୍କାର କରିଛନ୍ତି । ଗତ ୨୧ତାରିଖ ବରଗଡ଼...

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା...

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ...

ରାସ୍ତା ଉପରେ ଟଳି ପଡିଲେ ବୃଦ୍ଧ, ଅଂଶୁଘାତ ଅଭିଯୋଗ

ଦିଗପହଣ୍ଡି,୨୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜଗନ୍ନାଥପୁର ବସଷ୍ଟାଣ୍ଡ ଛକ ରାସ୍ତା ଉପରେ ଜଣେ ବୃଦ୍ଧ ଶନିବାର ଅପରାହ୍ନ ପ୍ରାୟ ୨ ଟାରେ...

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image