ବଇଣ୍ଡା,୧୪।୧(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡ୍ରଗ୍ ହାଉସରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଔଷଧ ସମେତ ବହୁ ଜରୁରୀ କାଗଜପତ୍ର ଜଳିଯାଇଛି। ନିଆଁ କେମିତି ଲାଗିଲା ତାହାର କାରଣ ଜଣାପଡ଼ିନାହିଁ। ଶର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି। ଖବରପାଇ ବାମୁର ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁ ଆୟତ୍ତ କରିଥିଲେ।