ମୀନକେତନଙ୍କୁ ‘ନଗରବନ୍ଧୁ’ ସମ୍ମାନ

ଭୁବନେଶ୍ୱର,୨।୯: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଓଡିଏମ୍‌ର ଅଧ୍ୟକ୍ଷ ଡ. ମୀନକେତନଙ୍କୁ ନିକଟରେ ଭୁବନେଶ୍ୱର ନଗର ନିଗମ (ବିଏମ୍‌ସି) ପକ୍ଷରୁ ‘ନଗରବନ୍ଧୁ’ ସମ୍ମାନରେ ସମ୍ମାନିତ କରାଯାଇଛି। ଚଳିତ ବର୍ଷର ସ୍ବାୟତ୍ତ ଶାସନ ଦିବସ ଅବସରରେ ବିଏମ୍‌ସି ପକ୍ଷରୁ ଏକ ସ୍ବତନ୍ତ୍ର ସମ୍ମାନ ଓ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଉକ୍ତ ସମାରୋହରେ ମୀନକେତନଙ୍କୁ ‘ନଗରବନ୍ଧୁ’ ସମ୍ମାନ ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ ମୀନକେତନଙ୍କୁ ଉକ୍ତ ପୁରସ୍କାର (ସମ୍ମାନ) ପ୍ରଦାନ କରିବା ସହ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ। ଅପରପକ୍ଷରେ ଏକ ନିର୍ଣ୍ଣାୟକ ମଣ୍ଡଳୀ ଦ୍ୱାରା ପର୍ଯ୍ୟାୟକ୍ରମେ ପୁଙ୍ଖାନୁପୁଙ୍ଖ ପରୀକ୍ଷା ନିରୀକ୍ଷା କରିବାର ଉପରାନ୍ତେ ମୀନକେତନ ଏହି ସମ୍ମାନଜନକ ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ। ବିଶେଷକରି ଶିକ୍ଷା, ସ୍ବାସ୍ଥ୍ୟ, ସମାଜସେବା, ରକ୍ତଦାନ ଶିବିର, ଅନ୍ନଦାନ କାର୍ଯ୍ୟକ୍ରମ, କୋଭିଡ୍‌ ସମୟରେ ନିତିଦିନ ମଜୁରିଆଙ୍କ ସେବା ଓ ଜାଗରୁକତା, ପ୍ରଦୂଷଣ ନିରାକରଣ ପାଇଁ ପ୍ରଚାର, ଅର୍ଗାନିକ୍‌ କୃଷି, ସୂର୍ଯ୍ୟଶକ୍ତି ସଂରକ୍ଷଣ, ସମର୍ପଣ ଓ ନିଷ୍ଠା ହେତୁ ତାଙ୍କୁ ଏହି ପୁରସ୍କାର ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

୨୦୨୫ରେ ଅର୍ଥନୀତି ଅଭିବୃଦ୍ଧି ହାର ୬.୫% ଆକଳନ

ଭୁବନେଶ୍ୱର,୨୭ା୧୨(ଅନୁରାଧା ମହାରଣା):୨୦୨୫ ଆର୍ଥିକ ବର୍ଷରେ ଭାରତର ଅର୍ଥନୀତି ପ୍ରାୟ ୬.୫% ହାରରେ ବୃଦ୍ଧି ପାଇବ। ଅର୍ଥ ମନ୍ତ୍ରଣାଳୟ ଏହାର ମାସିକ ସମୀକ୍ଷା ବୈଠକରେ ଏପରି ଆକଳନ...

କାରଦାତାଙ୍କ ପାଇଁ ଖୁସି ଖବର! ୧୫ ଲକ୍ଷ ପର୍ଯ୍ୟନ୍ତ ଆୟ କରୁଥିବା ଲୋକଙ୍କୁ ମିଳିପାରେ ଆଶ୍ବସ୍ତି

ନୂଆଦିଲ୍ଲୀ,୨୬ା୧୨: ଯେଉଁମାନେ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଦେଉଛନ୍ତି ସେମାନଙ୍କୁ ସରକାର ଆଗାମୀ ବଜେଟରେ ଏକ ବଡ ଉପହାର ଦେଇପାରନ୍ତି। ସୂତ୍ରରୁ ପ୍ରକାଶ ଯେ...

Online Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲ

ଯାତ୍ରା ସମୟରେ ଅଧା ରାସ୍ତାରେ ଗାଡରୁ ତେଲ ସରିଗଲେ ଟେନଶନ ବଢିଯାଏ।ବେଶୀ ଅସୁବିଧା ହୁଏ ଯେତେବେଳେ ପାଖରେ କୌଣସି ପେଟ୍ରୋଲ ପମ୍ପ ନ ଥାଏ। ବାଇକ୍‌...

ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ନୀତା

ମୁମ୍ବାଇ,୨୬।୧୨: ରିଲାଏନ୍ସ ଗ୍ରୁପ୍‌ର ସାମାଜିକ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ଚେୟାରମ୍ୟାନ୍‌ ନୀତା ଏମ୍‌ ଅମ୍ବାନୀ ୨ ଦିନିଆ ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ବୋଲି...

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା...

ଅକ୍ଟୋବରରେ ୯.୨୮ ବିଲିୟନ ଡଲାର କାରବାର

ଭୁବନେଶ୍ୱର,୨୫ା୧୨, (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅକ୍ଟୋବରରେ ସ୍ପଟ୍‌ ବୈଦେଶିକ ମୁଦ୍ରାବଜାରରେ ୯.୨୮ ବିଲିୟନ ଡଲାର ବିକ୍ରି କରିଛି। ମଙ୍ଗଳବାର ଆର୍‌ବିଆଇ ପକ୍ଷରୁ...

ପଞ୍ଚଟାଭାକୁ ଆଚିଭର୍ସ ଆଓ୍ବାଡର୍‌ସ

ନୂଆଦିଲ୍ଲୀ,୨୫।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଲ୍ଲୀର ଅଗ୍ରଣୀ ଆଡ୍‌ ଏଜେନ୍ସି ପଞ୍ଚଟାଭା ଆଡଭର୍ଟାଇଜିଂକୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ଆଚିଭର୍ସ ଆଓ୍ବାର୍ଡ’...

ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୫।୧୨ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର(ବିଓଏମ୍‌) ର ନୂତନ ଶାଖା ନିକଟରେ କଟକ ନିକଟସ୍ଥ ଗୋପାଳପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଅର୍ଥ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri