Categories: ଜାତୀୟ

କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

ନୂଆଦିଲ୍ଲୀ,୨୨।୧: କଂଗ୍ରେସର କାର୍ଯ୍ୟକାରିଣୀ କମିଟି (ସିଡବ୍ଲୁସି)ର ବୈଠକ ଶୁକ୍ରବାର ଠାରୁ ଆରମ୍ଭ ହୋଇଛି। ଏହି ବୈଠକରେ ଦଳର ନୂତନ ସଭାପତି ନିର୍ବାଚନକୁ ନେଇ ସ୍ପଷ୍ଟ ହେବାର ସମ୍ଭାବନା ରହିଛି। ନୂତନ ସଭାପତି ନିର୍ବାଚନ ସହିତ କୃଷକ ଆନ୍ଦୋଳନ ଏବଂ ଅନ୍ୟାନ୍ୟ ପ୍ରସଙ୍ଗ ମଧ୍ୟ ଏହି ବୈଠକରେ ଆଲୋଚନା ହେବ। ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ରାହୁଲ ଗାନ୍ଧୀ ସଭାପତି ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ସୋନିଆ ଗାନ୍ଧୀଙ୍କୁ ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଥିଲା। ବିହାର ବିଧାନସଭା ନିର୍ବାଚନରେ ଏବଂ କେତେକ ରାଜ୍ୟରେ ଉପ-ନିର୍ବାଚନରେ କଂଗ୍ରେସର ଖରାପ ପ୍ରଦର୍ଶନ ପରେ ଗୁଲାମ ନବୀ ଆଜାଦ ଏବଂ କପିଲ ସିବଲଙ୍କ ପରି କେତେକ ବରିଷ୍ଠ ନେତା ଦଳର ସକ୍ରିୟ ଅଧ୍ୟକ୍ଷ ନିଯୁକ୍ତି ପାଇଁ ଦାବି କରିଥିଲେ।

Share