ନୂଆ ଆଇନକୁ ନେଇ ବୈଠକ: ଥାନାଧିକାରୀଙ୍କ ବ୍ୟବହାର ଦେଖି…

ମୋରଡ଼ା,୧ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପରିସରରେ ଆଜି ଆଇନ ସଚେତନତାକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଥାନାଧିକାରୀ ସତ୍ୟନାରାୟଣ ବଳଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉକ୍ତ ବୈଠକରେ ପ୍ରଥମେ ଉପସ୍ଥିତ ସମସ୍ତ ଜନପ୍ରତିନିଧି, ସାମ୍ବାଦିକ ନିଜ ନିଜର ପରିଚୟ ପ୍ରଦାନ କରିଥିଲେ। ସାରା ଦେଶରେ ତିନୋଟି ନୂଆ ଆପରାଧିକ ଆଇନ ଆଜିଠାରୁ କାର୍ଯ୍ୟକାରୀ ହୋଇଛି। ବ୍ରିଟିଶ ଅମଳରୁ ଚାଲିଆସୁଥିବା ଭାରତୀୟ ଦଣ୍ଡ ସଂହିତା(ଆଇପିସି), ଫୌଜଦାରୀ ଅପରାଧୀ ସଂହିତା(ସିଆରପିସି), ଭାରତୀୟ ସାକ୍ଷ୍ୟ ଆଇନ ସ୍ଥାନରେ ଭାରତୀୟ ନ୍ୟାୟ ସଂହିତା,ଭାରତୀୟ ନାଗରିକ ସୁରକ୍ଷା ସଂହିତା,ଭାରତୀୟ ସାକ୍ଷ୍ୟ ଅଧିନିୟମ କାର୍ଯ୍ୟକାରୀ ହୋଇଥିବା ବେଳେ ଉକ୍ତ ସବୁ ଆଇନ ବାବଦରେ ବିସ୍ତୃତ ଭାବେ ଅବଗତ କରାଇବା ଏବଂ ଜନପ୍ରତିନିଧି, ସାମ୍ବାଦିକମାନେ ଉକ୍ତ ଆଇନଗୁଡ଼ିକ ବାବଦରେ ଲୋକଙ୍କୁ ଅବଗତ କରାଇବାକୁ ନେଇ ଥାନା ଅଧିକାରୀ ଉକ୍ତ ବୈଠକ ଡକାଇଥିଲେ।
ତେବେ ପ୍ରଥମରୁ ସାମ୍ବାଦିକମାନଙ୍କୁ ଥାନା ଅଧିକାରୀ ବଳ ଅଣଦେଖା କରିବା ସହିତ ପଛରେ ବସାଇବାରୁ ଖବର ସଂଗ୍ରହରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା, ଯାହାକୁ ନେଇ ଅସନ୍ତୋଷ ଦେଖାଦେଇଛି।
ଉକ୍ତ ବୈଠକରେ ଥାନା ଅଧିକାରୀଙ୍କ ସହିତ ସରପଞ୍ଚ ବାଲକ ମାର୍ଣ୍ଡି, ମାଳତୀ ମାର୍ଣ୍ଡି, ରବି ସିଂ, ବାର୍ସା ହେମ୍ବ୍ରମ, ଦାସମାଥ ସୋରେନ, ବିରୁଆ ମୁର୍ମୁ, ମାଇନ ମାର୍ଣ୍ଡି ଏବଂ ବିଜନ ନାଏକ,ସୌରଭ ରଞ୍ଜନ ମହାନ୍ତି, ହିମାଂଶୁ ପାତ୍ର, ଅଞ୍ଜନ ନାଏକ, ସେକ. ମୁସ୍ତାଫା, ଓକିଲ କିଶୋର ବାରିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ଦାଦନ ଖଟିବାକୁ ଆସି ରାସ୍ତା ନିର୍ମାଣବେଳେ ଚାଲିଗଲା ଜୀବନ

ପଟ୍ଟାଙ୍ଗି,୫।୦୭(ଶରତ ଧଳ): ନିଜ ପରିବାରଙ୍କୁ ବାହାର ରାଜ୍ୟରେ ଛାଡ଼ି ଓଡିଶାରେ ପହଞ୍ଚି କିଛି ରୋଜଗାର କରିବା ସ୍ବପ୍ନ ଦେଖି ଆସିଥିଲେ। ହେଲେ ଲାଲ ବିହାରୀ ମହାରଣାଙ୍କୁ...

ଭିଜିଲାନ୍ସ ଜାଲରେ ତହସିଲଦାର

ରାୟଗଡ଼ା,୫।୭(ଆଶିଷ ରଞ୍ଜନ ପଣ୍ଡା): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ। ତାଙ୍କ ସରକାରୀ ଗାଡି ଭିତରୁ ଜବତ କରାଯାଇଛି ୧...

ମା’ଙ୍କ ନାକ କାଟି ବନ୍ଧା ହେଲେ ପୁଅ

ସେମିଳିଗୁଡା/ସୁନାବେଡା,୫ା୭(ବାସୁଦେବ ବରାଡ଼/କୃତ୍ତିବାସ): ମା’ଙ୍କ ନାକ କାଟି ବନ୍ଧା ହୋଇଛନ୍ତି ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ସେମିଳିଗୁଡା ଉପରସାହି ଆମ୍ବେଡକର ନଗରରେ। ଏନେଇ ମା’ ଭାନୁ...

ମୁଖ୍ୟମନ୍ତ୍ରୀଙ୍କୁ ଖରାପ ବ୍ୟବହାର ଦେଖାଇଥିବା ଆଇଆଇସିଙ୍କୁ ବଦଳି

ପାରଳାଖେମୁଣ୍ଡି,୫ା୭(ଗିରିଧାରୀ ପରିଛା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପୂର୍ବରୁ ଥାନାରେ ଖରାପ ବ୍ୟବହାର ପ୍ରଦର୍ଶନ କରିଥିବା କେନ୍ଦୁଝର ଆଇଆଇସି ତ୍ରିନାଥ ସେଠୀଙ୍କୁ ଗଜପତି ଜିଲାକୁ ବଦଳି...

ଗାଁ ଗାଁ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ), ନିର୍ବାଚନରେ ବିଜୟ ପରେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ସାଂସଦୀୟ କ୍ଷେତ୍ରର ବିଭିନ୍ନ ପଞ୍ଚାୟତ ବୁଲି ଲୋକଙ୍କ ମୌଳିକ ସମସ୍ୟା ବୁଝୁଛନ୍ତି।...

ପର୍ଯ୍ୟଟକଙ୍କୁ ଧରି ଯାଉଥିବା ମିନି ବସ୍‌ ଓଲଟିଲା

ଭଞ୍ଜନଗର,୫।୭: ଗଞ୍ଜାମ ଜିଲା ସୋରଡ଼ା ଥାନା ଖୁଣ୍ଟେଶ୍ବରୀ ପାହାଡ଼ ଉପରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ପର୍ଯ୍ୟଟକଙ୍କୁ ଧରି ଯାଉଥିବା ଏକ ମିନି ବସ୍‌ ପାହାଡ଼...

ରାଜ୍ୟ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ

ପୁରୁଷୋତ୍ତମପୁର,୫।୭(ସିମାଞ୍ଚଳ ମିଶ୍ର) ସର୍ବଭାରତୀୟ ସ୍ତରରେ ୟୁପିଏସ୍‌ସି ଦ୍ବାରା ପରିଚାଳିତ ସିଡିଏସ୍‌(ଇଣ୍ଡିଆନ ମିଲିଟାରୀ ପରୀକ୍ଷା)ରେ ଗଞ୍ଜାମ ଜିଲା ପୁଷୋତ୍ତମପୁର ଏନ୍‌ଏସି ୱାର୍ଡନଂ ୯ ରଥ ସାହିର ସ୍ବନ୍ଦନଦାଶ...

୧ ଲକ୍ଷ ଟଙ୍କାରେ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର

ପାରାଦୀପ,୫ା୭: ଜଗତ୍‌ସିଂହପୁର ଜିଲା ପାରାଦୀପରେ ୩ ଦିନର ନବଜାତ ଶିଶୁପୁତ୍ରଙ୍କୁ ୧ ଲକ୍ଷ ଟଙ୍କାରେ ଜଣେ ଅସହାୟ ମହିଳା ବିକ୍ରିକରି ଦେଇଥିଲେ। ହେଲେ ବିକ୍ରି ହୋଇଥିବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri