କେନ୍ଦୁଝରରେ ପ୍ରତିଷ୍ଠା ହେବ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌, ୫ ବର୍ଷରେ ନିଯୁକ୍ତି ହେବେ ୩.୫ ଲକ୍ଷ ଲୋକ: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ଟାସ୍କଫୋର୍ସ ଗଠନ ହେବ। ଶିଳ୍ପ ପ୍ରକଳ୍ପର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏପରି ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏନେଇ ଆଗ୍ରହୀ ଶିଳ୍ପ ସଂସ୍ଥା ସହ ଆଲୋଚନା କରି ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବ ବୋଲି ମୋହନ କହିଛନ୍ତି।

୫ ବର୍ଷରେ ୩.୫ ଲକ୍ଷ ନିଯୁକ୍ତି ସୃଷ୍ଟି କରିବାକୁ ଲକ୍ଷ୍ୟ ରହିଛି। ଅଧିକ ନିଯୁକ୍ତି ସମ୍ଭାବନା ଥିବା କ୍ଷେତ୍ରକୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ଧ୍ୟାନ ଦିଆଯିବା ସହ ଓଡ଼ିଆ ଉଦ୍ୟୋଗୀଙ୍କୁ ଶିଳ୍ପ ସ୍ଥାପନ ପାଇଁ ଉତ୍ସାହିତ କରିବାକୁ  ମଧ୍ୟ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଯେ କେନ୍ଦୁଝର ଜିଲାରେ ପୂର୍ବ ସରକାରରେ ପାଟଣା ତହସିଲ ଅଞ୍ଚଳରେ ଆର୍ସେଲର ମିତ୍ତଲ, ସଦର ତହସିଲ ଅଞ୍ଚଳର ରାଇସୁଆଁ ନିକଟରେ  ଷ୍ଟାର ଲାଇଟ୍ ଓ ପଳାଶପଙ୍ଗା ନିକଟରେ ଉତ୍ତମ ଗଲଭା ମେଗା ଇସ୍ପାତ କାରଖାନା ପ୍ରତିଷ୍ଠା କରିବାକୁ  ବୁଝାମଣା ସାକ୍ଷର କରିଥିଲେ। ପରବର୍ତ୍ତୀ ସମୟରେ ଖଣି ନ ମିଳିବାରୁ ଫେରି ଯାଇଥିଲେ। କେନ୍ଦୁଝର ଜିଲାରେ ସୃଦୃଢ଼ ଭିତ୍ତିଭୂମି ରହିଛି।  ଚାରୋଟି ଜାତୀୟ ରାଜପଥ, ଏୟାର ଷ୍ଟ୍ରିପ, ରେଳପଥ ପ୍ରଚୁର କଞ୍ଚାମାଲ ଗଚ୍ଛିତ ରହିଥିବାବେଳେ କୋଇଲା ଖଣି, ବନ୍ଦରକୁ ମଧ୍ୟ ସିଧାସଳଖ ଯିବା ଆସିବା ପାଇଁ ରାଜପଥ ରହିଛି। ଏହା ସତ୍ତ୍ଵେ ଏଠାରେ ବୃହତ୍ ଶିଳ୍ପ ପ୍ରତିଷ୍ଠା ହୋଇ ପାରିନାହିଁ। ଏଣୁ ଖଣି ଥିବା କମ୍ପାନୀଙ୍କୁ ବୃହତ୍ ଶିଳ୍ପ ପାଇଁ ପ୍ରସ୍ତାବ ଦେଲେ ସୁବିଧା ହେବ ବୋଲି ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri