Posted inଜାତୀୟ

ଭାଜପାକୁ ସମର୍ଥନ ଘୋଷଣା କଲେ ମେଗାଷ୍ଟାର ଚିରଞ୍ଜୀବି

ହାଇଦ୍ରାବାଦ୍‌,୨୧।୪: ଆନ୍ଧ୍ରପ୍ରଦେଶରେ ଭାଜପାକୁ ଏକ ଖୁସି ଖବର ମିଳିଛି। ଏଠାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଏନଡିଏ)କୁ ଶକ୍ତି ବୃଦ୍ଧି କରିବା ପାଇଁ ମେଗାଷ୍ଟାର ଚିରଞ୍ଜିବୀ ଟିଡିପି-ଜନସେନା-ଭାଜପା ସହଯୋଗୀ ଦଳକୁ ସମର୍ଥନ କରିଛନ୍ତି।
୨୦୧୪ରେ ଆନ୍ଧ୍ରପ୍ରଦେଶ ବିଭାଜନ ପରେ କଂଗ୍ରେସର ପୂର୍ବତନ ଏମ୍‌ପି ତଥା କେନ୍ଦ୍ର ମନ୍ତ୍ରୀ ଚିରଞ୍ଜୀବୀ ରାଜନୀତିରୁ ନିଜକୁ ଦୂରେଇ ରଖିଥିଲେ। ରାଜନୈତିକ ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି ଯେ, ନିର୍ବାଚନ ପୂର୍ବରୁ ଏନଡିଏକୁ ସମର୍ଥନ କରିବା ମିଳିତ ମେଣ୍ଟ ପାଇଁ ଲାଭଦାୟକ ହୋଇପାରେ।
ଉପା-୨ରେ ମନ୍ତ୍ରୀ ଥିବା ଚିରଞ୍ଜିବୀ ଆନ୍ଧ୍ରପ୍ରଦେଶ ବିଭାଜନ ପରେ ରାଜନୀତିରେ ନିଷ୍କ୍ରିୟ ଥିଲେ। ତାଙ୍କ ଭାଇ ତଥା ଲୋକପ୍ରିୟ ତାରକା ପୱନ କଲ୍ୟାଣ ଏବଂ ତାଙ୍କ ପାର୍ଟି ଜନସେନା ଏନଡିଏ ମିଳିତ ମେଣ୍ଟର ଏକ ଅଂଶ ହୋଇସାରିଛନ୍ତି। ଯଦି ଏନଡିଏ ସହଯୋଗୀ ଦଳ ଏହି ଭୋଟ ପାଆନ୍ତି, ତେବେ କେବଳ ବିଧାନସଭା ନୁହେଁ ଲୋକ ସଭା ନିର୍ବାଚନରେ ମଧ୍ୟ ଏକ ବଡ଼ ଓଲଟପାଲଟ ହୋଇପାରେ। ଏଥିରୁ ଭାଜପା ଅଧିକ ଲାଭବାନ ହେବ। ସେ ନିଜକୁ ଦକ୍ଷିଣରେ ପ୍ରତିଷ୍ଠିତ କରିବାକୁ ଚାହୁଁଛନ୍ତି।
ମେ ୧୩ରେ ଆନ୍ଧ୍ରପ୍ରଦେଶ ବିଧାନସଭାର ୧୭୫ଟି ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏଥିପାଇଁ ବିଜ୍ଞପ୍ତି ୧୮ ଏପ୍ରିଲ ୨୦୨୪ରେ ଜାରି କରାଯିବ। ନାମାଙ୍କନ ପତ୍ରର ଶେଷ ତାରିଖ ୨୫ ଏପ୍ରିଲ ହୋଇଥିବାବେଳେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ୨୯ ଏପ୍ରିଲ। ଲୋକ ସଭା ସହିତ ବିଧାନସଭା ନିର୍ବଚନର ଫଳାଫଳ ମଧ୍ୟ ଜୁନ ୪, ୨୦୨୪ରେ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri