ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଆଣିଲେ ଓ୍ବାର୍ଡ ସଭ୍ୟ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚ ବିକାଶ ସେଠୀଙ୍କ ନିଜ ମନମୁଖୀ କାର୍ଯ୍ୟ ନେଇ ଓ୍ବାର୍ଡ ସଭ୍ୟାସଭ୍ୟ ଅଭିଯୋଗ କରିଛନ୍ତି। ଏନେଇ ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଏମାନଙ୍କ ପକ୍ଷରୁ ଅଣାଯାଇଛି। ବୁଧବାର ଉକ୍ତ ୧୨ ଜଣ ଓ୍ବାର୍ଡ ସଭ୍ୟାସଭ୍ୟ ଛତ୍ରପୁର ଉପଜିଲାପାଳଙ୍କୁ ଭେଟି ଏସମ୍ପର୍କରେ ଅନାସ୍ଥା ପ୍ରସ୍ତାବ ଆଗତ କରିବାକୁ ଅନୁରୋଧ କରିଛନ୍ତି। ଏମାନଙ୍କ ପକ୍ଷରୁ କୁହାଯାଇଛି ଯେ, ୧୨ ଜଣ ଓ୍ବାର୍ଡ ସଭ୍ୟ/ସଭ୍ୟା ଗତ ୭ ତାରିଖରେ ନିମେଶ୍ବର ମନ୍ଦିର ନିକଟସ୍ଥ ମଣ୍ଡପରେ ବୈଠକ କରି ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ସର୍ବସମ୍ମତି ନିଷ୍ପତ୍ତି ନେଇଥିଲେ। ଏମାନଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ସରପଞ୍ଚ ମାସିକ ପାଞ୍ଚାୟତ ବୈଠକରେ ପ୍ରାରମ୍ଭରେ କେବଳ ଭାଷଣ ଆରମ୍ଭ କରି ଭାଷଣରେ ହିଁ ବୈଠକ ସମାପ୍ତ କରନ୍ତି। ଏଥିସହ ପଞ୍ଚାୟତର ଉନ୍ନୟନ ପାଣ୍ଠି କୋଉଠି କିଭଳି ଭାବେ ଖର୍ଚ୍ଚ ହେଉଛି ଏମାନଙ୍କୁ ଜଣାଯାଉନାହିଁ। ପାନୀୟ ଜଳ ଯୋଗାଣରେ ତ୍ରୁଟିର ସମାଧାନ ହେଉ ନ ଥିବା ଉଦାହରଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

ଗାଁ ମୁହାଁ ଭାଲୁ, ଲୋକେ ଭୟଭିତ

କୋକସରା,୧୯।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କନ୍ଦାବୁଟ୍ରା ପଞ୍ଚାୟତ ଘୁର୍ଲୁଗୁଡା ନିକଟ ଚାଷଜମିକୁ ଲାଗି ରହିଥିବା ପଡ଼ିଆରେ ଏକ ଭାଲୁ ଖାଦ୍ୟ ଅନ୍ବେଷଣରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

ଧାମନଗରରେ ୧୬୩ ଲାଗୁ

ଧାମନଗର,୧୯ା୯: ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସଂଘର୍ଷ ଘଟଣାରେ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି। ୨୧ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି।...

ବି.ଫଟକରା ଗାଁରେ ଗୁଳିକାଣ୍ଡ: ଏସ୍‌ପିଙ୍କୁ ଭେଟିଲେ ଗ୍ରାମବାସୀ

ବଲାଙ୍ଗୀର,୧୯ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅନ୍ତର୍ଗତ ବି. ଫଟକରା ଗାଁରେ ଗତ ୧୧ ତାରିଖ ବିଳମ୍ବିତ ରାତିରେ କିଛି ଯୁବକ ମାରଣାସ୍ତ୍ର...

ଅଙ୍ଗନବାଡ଼ିରୁ ଫେରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ଧରାକୋଟ,୧୯।୯: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ କଂହିରା ପଲ୍ଲି ନିକଟରେ ଦୁର୍ଘଟଣା ଘଟିଛି। ଅଙ୍ଗନବାଡ଼ିରୁ ଫେରୁଥିବା ୩ ବର୍ଷର ଛାତ୍ରଙ୍କୁ ଏକ ବାଇକ୍‌ ଧକ୍କା...

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ...

ବ୍ରିଜ୍‌ ଉପରେ ସ୍କୁଟି, ମୋବାଇଲ, ଆଧାରକାର୍ଡ ରଖି ଭରାନଦୀକୁ ଡେଇଁଲେ ଅଙ୍ଗନଓ୍ବାଡ଼ି ସୁପରଭାଇଜର

ଯାଜପୁର ସଦର,୧୯ା୯(ସମୟ ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ନଦୀକୁ ଡେଇଁ କୁଆଖିଆ ଥାନା ଅନ୍ତର୍ଗତ ଶ୍ରିବନ୍ତପୁର ଅଞ୍ଚଳର ମନ୍ଦାକିନୀ ସାମଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri