ଅକ୍ଟୋବର ୯ରୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ

ଭୁବନେଶ୍ୱର,୨ା୧୦(ଅନିଲ ଦାସ):ବିଜୁ ଜନତା ଦଳର ସଦସ୍ୟତା ସଂଗ୍ରହ ଅଭିଯାନ ଆସନ୍ତା ଅକ୍ଟୋବର ୯ ତାରିଖରୁ ଆରମ୍ଭ ହେବ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀଙ୍କ ନେତୃତ୍ୱରେ ଆଗାମୀ ସଦସ୍ୟତା ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ନିମନ୍ତେ ଏକ ମତାମତ ସଂଗ୍ରହ କାର୍ଯ୍ୟକ୍ରମ ଓ ପ୍ରସ୍ତୁତି ବୈଠକ ଭର୍ଚୁଆଲ ପ୍ଲାଟଫର୍ମ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଜୁ ଛାତ୍ର ଜନତା ଦଳର ସମସ୍ତ ରାଜ୍ୟ କର୍ମକର୍ତ୍ତା, ଜିଲା ସଭାପତିଙ୍କ ସମେତ ସମସ୍ତ ଜିଲାର ଛାତ୍ର ନେତୃତ୍ୱ ଯୋଗ ଦେଇଥିଲେ।
ଏହି ଅବସରରେ ଦଳର କର୍ମକର୍ତ୍ତା ମତାମତ ଦେବା ସହ କିପରି ଭାବେ ସୁଚାରୁ ରୂପେ ପ୍ରତି କ୍ୟାମ୍ପସରେ ସଦସ୍ୟତା ସଂଗ୍ରହ ଅଭିଯାନକୁ ବ୍ୟାପକ ଭାବେ ସଫଳତାର ସହ ସମାପନ କରାଯାଇପାରିବ ସେଥିପ୍ରତି ଗୁରୁତ୍ୱାରୋପ କରିଥିଲେ। ସମସ୍ତ କ୍ୟାମ୍ପସ ସ୍ତରରେ କ୍ୟାମ୍ପସ କମିଟି କର୍ମକର୍ତ୍ତାଙ୍କୁ ଦାୟିତ୍ୱ ଦେବା ସହ ପ୍ରତି କଲେଜରେ କିପରି ବ୍ୟାପକ ଭାବେ ସଦସ୍ୟତା ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ସେଥିପ୍ରତି ବିଜୁ ଛାତ୍ର ଜନତା ଦଳ ପଦକ୍ଷେପ ଗ୍ରହଣ କରିବ।
ଏହି ଅବସରରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି କହିଛନ୍ତି, ବିଜୁ ଜନତା ଦଳରେ କିପରି ଅଧିକରୁ ଅଧିକ ସଦସ୍ୟ ଯୋଗଦାନ କରିବେ ସେଥିପାଇଁ ସମସ୍ତ କର୍ମୀ ବଦ୍ଧପରିକର। ଏଥିସହ ସମସ୍ତ କଲେଜରେ କ୍ୟାମ୍ପସ କମିଟି କର୍ମକର୍ତ୍ତାଙ୍କୁ ଦାୟିତ୍ୱ ଦେବା ସହ ସମସ୍ତ କଲେଜର କନ୍‌ଭେନରମାନଙ୍କୁ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ତାଣ୍ଡବ ରଚିବ କାଳବୈଶାଖୀ, ବିଜୁଳି-ଘଡ଼ଘଡ଼ି ସହ ହେବ…

ଭୁବନେଶ୍ୱର,୨୧ା୩: ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି...

ଓଡ଼ିଶାର ଶ୍ରେଷ୍ଠ ୧୦ ମନ୍ଦିର

ଓଡ଼ିଶାରେ ଅନେକ ପ୍ରସିଦ୍ଧ ମନ୍ଦିର ରହିଛି, ଯାହା ସ୍ଥାପତ୍ୟ, ସାଂସ୍କୃତିକ ମହତ୍ତ୍ୱ ଓ ଆଧ୍ୟାତ୍ମିକତା ପାଇଁ ଜଣାଶୁଣା। ନିମ୍ନରେ ଓଡ଼ିଶାର ଶ୍ରେଷ୍ଠ ୧୦ଟି ମନ୍ଦିରର ତାଲିକା...

ଅପହଞ୍ଚ ଅଞ୍ଚଳକୁ ଟ୍ୟାଙ୍କରରେ ହେଉଛି ଜଳ ଯୋଗାଣ

ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗରବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ୯ଟି ଜଳ ବିଶୋଧନାଗାର ରହିଛି। ପାନୀୟ ଜଳ ବିତରଣକାରୀ ସଂସ୍ଥା ୱାଟ୍‌କୋ ସମ୍ପୂର୍ଣ୍ଣ...

ସାତଜନ୍ମର ସାଥୀ ହେଲେ ୨ ଦିବ୍ୟାଙ୍ଗ, ଅନ୍ୟମାନଙ୍କ ପାଇଁ ସୃଷ୍ଟି କଲେ ଉଦାହରଣ

ବରଗଡ଼,୨୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବନ୍ଧପାଲି ଗ୍ରାମର ଚଞ୍ଚଳା ମାଝୀ ଏବଂ ସମ୍ବଲପୁର ଜିଲା ଗମ୍ଭାରିପଙ୍କ ଗ୍ରାମର ଶାନ୍ତନୁ ମଟାରୀ ଜନ୍ମରୁ ଦିବ୍ୟାଙ୍ଗ। ଉଭୟେ ଭଲ...

ଓଲଟିଲା ବରଯାତ୍ରୀ ଗାଡ଼ି: ଜଣଙ୍କ ଜୀବନ ଗଲା, ୬ ଆହତ

ଭବାନୀପାଟଣା,୨୧ା୩: କଳାହାଣ୍ଡି ଜିଲା ଧର୍ମଗଡ଼ରେ ଶୁକ୍ରବାର ଏକ ବରଯାତ୍ରୀ ଗାଡ଼ି ଓଲଟି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ...

ଦହିବରା ଖାଇ ଶତାଧିକ ଅସୁସ୍ଥ

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୧ା୩: ଯାଜପୁର ଜିଲା ବରୀ ବ୍ଲକର ୩ ପଞ୍ଚାୟତ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଘରକୁ ଘର ବୁଲି ବିକ୍ରି ହୋଇଥିବା ଦହିବରା ଖାଇ...

ଆଜିଠାରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୨୧ା୩(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ପ୍ରବାହଜନିତ ସାମ୍ପ୍ରଦିକ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସକାଳୁଆ ସ୍କୁଲ ନିଷ୍ପତ୍ତିରେ ପରିବର୍ତ୍ତନ ଆଣିଛନ୍ତି। ଏପ୍ରିଲ ୨ରୁ ସକାଳୁଆ ସ୍କୁଲ...

ତୃତୀୟ ଦିନରେ ଛାନ୍‌ଭିନ: ନବଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି: କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ୨ଜଣିଆ ଟିମ୍‌ ଗୁରୁବାର ୩ୟ ଦିବସରେ ଝାରସୁଗୁଡା ମୁଖ୍ୟ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image