ନୂଆ ବିଡିଓଙ୍କୁ ଭେଟିଲେ ବ୍ଲକ ଅଧ୍ୟକ୍ଷ-ସମିତିସଭ୍ୟ, ଅଞ୍ଚଳର ବିକାଶ ପାଇଁ…

ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ନୂଆ ଭାବରେ ଯୋଗ ଦେଇଥିବା ବିଡିଓ ପ୍ରୀତିରଞ୍ଜନ ରଥଙ୍କୁ ଭେଟି ସ୍ବାଗତ ଜଣାଇଛନ୍ତି ଅଧ୍ୟକ୍ଷ ଏବଂ ସମତିସଭ୍ୟାସଭ୍ୟ। ଏଥିସହ ବିଭିନ୍ନ ସଂଗଠନ ପକ୍ଷରୁ ଅଞ୍ଚଳର ବିକାଶ ପାଇଁ ଆଲୋଚନା କରାଯାଇଛି।

ସୋମବାର ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ନେତୃତ୍ୱରେ ଅଞ୍ଚଳର ୨୫ ପଞ୍ଚାୟତର ସମିତିସଭ୍ୟ ସଂଘର କର୍ମକର୍ତ୍ତା ବିଡିଓଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ଭବ୍ୟ ସମ୍ବର୍ଦ୍ଧନା ଜଣାଇଛନ୍ତି। ଏଥିସହିତ ଦାରିଙ୍ଗବାଡ଼ି ଅଞ୍ଚଳରେ ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ସହ ଅଞ୍ଚଳରେ ରହିଥିବା ଲୋକଙ୍କ ସମସ୍ୟାକୁ ପ୍ରାଥମିକତା ପ୍ରଦାନ କରିବା, ଲୋକପ୍ରତିନିଧିମାନଙ୍କ ସହ ସମନ୍ବୟ ରଖି କାର୍ଯ୍ୟ କରିବା ଆଦି ନେଇ ଆଲୋଚନା କରାଯାଇଛି। ଏବେ ବ୍ଲକ ଅଞ୍ଚଳରୁ ବିଭିନ୍ନ ପଞ୍ଚାୟତ ପାଇଁ କରାଯାଇଥିବା ବିଭିନ୍ନ ପ୍ରକଳ୍ପର ଯୋଜନା ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା।

ବିଡିଓ ରଥ ମଧ୍ୟ ବ୍ଲକ ଅଧ୍ୟକ୍ଷ ପ୍ରଧାନ ଏବଂ ସଂଘର ସମସ୍ତ ସଦସ୍ୟଙ୍କୁ ସହଯୋଗ କରିବାକୁ ନିବେଦନ କରିଛନ୍ତି। ଏହି ସମୟରେ ସାଧୁ ନାୟକ, ଅକ୍ଷୟ ନାୟକ,ଅରୁଣ ଗୌଡ଼, ଶ୍ରୀକାନ୍ତ ପ୍ରଧାନ, ଦିଲୀପ ପ୍ରଧାନ, କଲ୍ୟାଣୀ ଡିଗାଲ, ଜ୍ଞାନୀସୁନ୍ଦର ନାୟକ, ରେଣୁକା ପ୍ରଧାନ, ସୁଶୀଳା ପ୍ରଧାନ, ସୋନିଆ ପ୍ରଧାନ, ନିର୍ମଳା ପାଲ୍‌ଟାସିଂ, ବୀରେନ୍ଦ୍ର ପ୍ରଧାନ, ପ୍ରମିଳା ପ୍ରଧାନ ପ୍ରମୁଖ ବିଡିଓଙ୍କୁ ସାକ୍ଷାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶପଥ ନେଲେ ଦାରିଙ୍ଗବାଡି ଥାନା ପୋଲିସ: ଦୁର୍ନୀତି କରିବାନି କି ହେବାକୁ ଦେବାନି

ଦାରିଙ୍ଗବାଡି, ୨୮।୧୦(ଅରୁଣ ସାହୁ ): ରାଜ୍ୟରେ ଚାଲିଛି ଦୁର୍ନୀତି ନିବାରଣ ସଚେତନ କାର୍ଯ୍ୟକ୍ରମ। ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଏ ନେଇ ସଚେତନ କରାଯାଉଛି। ଏହି କ୍ରମରେ...

ଚାନ୍ଦବାଲିରେ ମଇଁଶିକୁ ଝାମ୍ପିନେଲା ୧୫ଫୁଟ ଲମ୍ବର କୁମ୍ଭୀର

ଚାନ୍ଦବାଲି, ୨୮ା୧୦(ଅଶୋକ କୁମାର ପଣ୍ଡା): ଭଦ୍ରକ ଜିଲା ଆରଡ଼ି ସାଳନ୍ଦୀ ନଦୀ ପଠାରୁ ମଇଁଶିକୁ ଝାମ୍ପିନେଲା କୁମ୍ଭୀର। ଆରଡି ନିକଟସ୍ଥ ଶୀତଳପୁର ଗାଁ ଦେଇ ପ୍ରବାହିତ...

ଆନ୍ଦୋଳନରେ କର୍ମଚାରୀ: ଗଡୁନି ମୋ’ ବସ୍‌, ଯାତ୍ରୀ ହନ୍ତସନ୍ତ

ସମ୍ବଲପୁୂର,୨୮ା୧୦: ସମ୍ବଲପୁର ସହରରେ ସୋମବାର ସକାଳୁ ମୋ’ ବସ୍‌ ସେବା ବନ୍ଦ କରାଯାଇଛି। ମୋ’ ବସ୍‌ ର୍କମଚାରୀଙ୍କ ବିଭିନ୍ନ ଦାବିନେଇ ବନ୍ଦ ରହିଛି ମୋ’ ବସ୍‌।...

ଯନ୍ତ୍ରଣାରେ ଛଟପଟ ହେଉଥିଲେ ଗର୍ଭବତୀ; ପ୍ରସବ କରାଇବାକୁ ୫୦୦୦ ଟଙ୍କା ଲାଞ୍ଚ ମାଗିଲେ ସରକାରୀ ନର୍ସ

ଅନୁଗୋଳ,୨୮ା୧୦: ଅତିଷ୍ଠ ହେଉଥିଲା ପ୍ରସବ ଯନ୍ତ୍ରଣା, ମାନବିକତା ହରାଇ ବସିଥିଲେ ସରକାର ଡାକ୍ତରଖାନାର ନର୍ସ। ଗର୍ଭବତୀଙ୍କ ପ୍ରସବ କରାଇବା ପାଇଁ ମାଗିଲେ ୫ ହଜାର ଟଙ୍କା...

ଦୁର୍ବୃତ୍ତଙ୍କ ଟାର୍ଗେଟ୍‌ରେ ବ୍ୟାଟେରି, ଗାଡ଼ି-ଷ୍ଟ୍ରିଟ୍‌ ଲାଇଟ୍‌ରୁ ଚୋରି କରି ନେଉଛନ୍ତି

ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): ଏବେ ଦୁର୍ବୃତ୍ତଙ୍କ ଟାର୍ଗେଟ୍‌ରେ ବ୍ୟାଟେରି। ୫୯ ନଂ ଜାତୀୟ ରାଜପଥ ପକ୍ଷରୁ ରାଜପଥ କଡ଼ରେ ଲାଗିଥିବା ଷ୍ଟ୍ରିଟ୍‌ ଲାଇଟ୍‌ରୁ ସୋଲାର ପ୍ୟାନେଲ ସହ...

ମିଳୁନି ମାଟି, ସଙ୍କଟରେ କୁମ୍ଭକାରଙ୍କ ଜୀବିକା

କାକଟପୁର/ଅସ୍ତରଙ୍ଗ(ଶୁଭଦର୍ଶନ ମିଶ୍ର/ ପ୍ରଦୀପ୍ତ କୁମାର ଦୀକ୍ଷିତ)୨୮ା୧୦: ଓଡ଼ିଆ ଚଳଣି ଓ ପରମ୍ପରା ନିଆରା। ସବୁ ପର୍ବପର୍ବାଣି, ପୂଜାର୍ଚ୍ଚନା ଓ ଯାନିଯାତ୍ରା ସମୟରେ ମାଟିତିଆରି ସାମଗ୍ରୀ ଖୋଜାପଡ଼େ।...

ବରାହିପୁର ସରପଞ୍ଚ ନିଲମ୍ବିତ

ମାହାଙ୍ଗା,୨୮ା୧୦(ଯଯାତି ସିଂହ): କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ବରାହିପୁର ପଞ୍ଚାୟତରେ ସରକାରୀ ଅର୍ଥ ତୋସାରପାତ ଅଭିଯୋଗରେ ସରପଞ୍ଚଙ୍କୁ ନିଲମ୍ବିତ କରାଯାଇଛି। ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ...

ଗ୍ୟାସ୍‌ ସିଲିଣ୍ଡର ଫାଟି ଜଳିଗଲା ୧୦ ବଖରା, ସବୁ ଜଳିପୋଡ଼ି ଛାରଖାର

ଖଲ୍ଲିକୋଟ,୨୮ା୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତୁଳସୀପୁର ପଞ୍ଚାୟତର କମଳାପଦର ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୩ ପରିବାରର ୧୦ ବଖରାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri