ପାଣିପାଗ ବିଭାଗର ଆଲର୍ଟ, ୨୪ ଘଣ୍ଟାରେ…

ଭୁବନେଶ୍ୱର,୨୦।୧୦: ଅଧିକ ଘନୀଭୂତ ହେଉଛି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ। ବର୍ତ୍ତମାନ ତାହା ଆଣ୍ଡାମାନ ସାଗର ଓ ଆଖପାଖରେ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଗକୁ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ ।

ଏହାର ପ୍ରଭାବରେ ୨୧ ତାରିଖରୁ ସମୁଦ୍ର ଅଶାନ୍ତ ହୋଇପଡିବ । ତେଣୁ ସମୁଦ୍ର ଭିତରକୁ ଯିବା ନେଇ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ପାଣିପାଗ ବିଭାଗ । ପ୍ରଭାବରେ ୨୩ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓ ଓ ଆଭ୍ୟନ୍ତରୀଣ ଓ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଲଘୁଚାପର ରୂପ ନେବା ପରେ ବାତ୍ୟାର ଚିତ୍ର ସ୍ପଷ୍ଟ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ୨୩, ୨୪ ଓ ୨୫ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ବାତ୍ୟା ନେଇ ପାଣିପାଗ ବିଭାଗ ପକ୍ଷରୁ ଏ ପର୍ଯ୍ୟନ୍ତ କୌଣସି ଆକଳନ କରାଯାଇ ନାହିଁ। ଲଘୁଚାପ ସୃଷ୍ଟି ହେବା ପରେ ଏ ନେଇ ଚିତ୍ର ସ୍ପଷ୍ଟହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଏବେ ବାତ୍ୟା ଆକଳନ କରିହେବନି। ଲଘୁଚାପକ୍ଷେତ୍ର ହେବା ପରେ ଏହାର ଗତି ଓ ସ୍ଥିତି ନେଇ କିଛିଟା ଚିତ୍ର ସ୍ପଷ୍ଟହେବ। ଆସନ୍ତା ୨୨ରୁ ବଙ୍ଗୋପସାଗର ଅଶାନ୍ତ ରହିବ। ୨୧ ସୁଦ୍ଧା ମତ୍ସ୍ୟଜୀବୀଙ୍କୁ ସ୍ଥଳଭାଗକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ୨୩ରୁ ୨୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ବିଶେଷକରିଉପକୂଳ ଓ ଆଭ୍ୟନ୍ତରୀଣଓଡ଼ିଶାରବିଭିନ୍ନ ଜିଲାରେ ବର୍ଷା ହୋଇପାର ଯେହେତୁଅକ୍ଟୋବରମସବାତ୍ୟାକୁସୁହାଇଥାଏ। କେତେକ ପାଣିପାଗ ମଡେଲ୍‌ ଏହାକୁ ପୂର୍ବାନୁମାନକରିଛନ୍ତତଥାପିଏବେବାତ୍ୟସ୍ଥିତି ଆକଳନ କରି ହେବନି ବୋଲି ଆଇଏମ୍‌ଡି ଡିଜି କହିଛନ୍ତି।
ଅନ୍ୟପକ୍ଷରେ ଆସନ୍ତା ଦୁଇ ତିନି ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ। କେଉଁଠି ଅସରାଏ କିମ୍ବା ଦି’ ଅସରା ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri